ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଲେ – ଦଶପଲ୍ଲା ବିଧାୟକ ରମେଶ

ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବାସୀ ଙ୍କ ଆଶ୍ରୀବାଦ କାମନା କଲେ ରମେଶ

୨୭ ମାର୍ଚ୍ଚ ୨୦୨୪ (ଓଡ଼ିଆ ତାଜ଼ା ନ୍ୟୁଜ) ନୂଆଗାଁ :-> ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଭିନ୍ନ ବିଧାନ ସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି।ନୟାଗଡ଼ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ପାଇଁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ପ୍ରତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆସ୍ଥା ପ୍ରକଟ କରିବା ସହ ପୁନଃ ଟିକେଟ ପ୍ରଦାନ କରିଛନ୍ତି ।

ଏଥି ପାଇଁ ଦଶପଲ୍ଲା ବିଧାୟକ ରମେଶ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇବା ସହ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ,୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ, କନ୍ଧମାଳ ସାଂସଦ ଡ ଅଚ୍ୟୁତ ସାମନ୍ତ,ନୟାଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ପଦ୍ମନାଭ ବେହେରା, ବରିଷ୍ଠ ପର୍ଯ୍ୟବେକ୍ଷକ ଦେବୀ ମିଶ୍ର ଏବଂ ନୟାଗଡ଼ ବିଧାୟକ ଡ ଅରୁଣ କୁମାର ସାହୁ ଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ତତ୍ ସହିତ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବାସୀ ଙ୍କ ଆଶ୍ରିବାଦ ଲୋଡ଼ିବା ସହ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବାସୀ ଙ୍କ ସେବା କରିବା ପାଇଁ ପୁଣି ଥରେ ସୁଯୋଗ ମିଳି ଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି ବୋଲି ବିଧାୟକ ରମେଶ କହିଛନ୍ତି।ଦଶପଲ୍ଲା ବିଧାୟକ ରମେଶ ଙ୍କୁ ପୁଣି ଥରେ ବିଜେଡ଼ି ଟିକେଟ ମିଳି ଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବାସୀ। ବର୍ତ୍ତମାନ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବାସୀ ଙ୍କ ମଧ୍ୟରେ ଖୁସୀର ଲହରୀ ଖେଳି ଯାଇଛି। କୁଚକ୍ରୀ ମାନଙ୍କ ଚକ୍ରାନ୍ତ ଫସର୍ ଫାଟିଛି।