ସାରା ରାଜ୍ୟରେ ଏବେ ଅସମ୍ଭାଳ ତାତି : ୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

୨୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ ।

୧୮ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା :-> ଉପକୂଳ ଓଡ଼ିଶାରେ ଅଗ୍ନିବର୍ଷା ଅଧିକ ହେଉଛି । ଆଜି ଓ କାଲି ରାଜ୍ୟରେ ସିଭିୟର ହିଟ୍ଓ୍ବେଭ୍ ପାଇଁ ୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି,

କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କତା ଜାରି କରାଯାଇଛି । ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ମିଳିବନି ନିସ୍ତାର । ୨୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ । ସ୍ଥିତିକୁ ଦେଖି ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ୨୧ ତାରିଖ ପରେ ତାତିରୁ ମିଳିପାରେ ସାମାନ୍ୟ ଆଶ୍ବସ୍ତି ମିଳିପାରେ ।