୨୦ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ନୟାଗଡ଼ ଜିଲ୍ଲା ରଣପୁର ନିର୍ବାଚନମଣ୍ଡଳୀର ପୂର୍ବତନ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ସନ୍ନ୍ୟାସୀ ପ୍ରଧାନଙ୍କ ସମେତ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସନ୍ନ୍ୟାସୀ ପ୍ରଧାନଙ୍କ ସହ ସମସ୍ତ ବିଜେପି କର୍ମୀଙ୍କୁ ଶ୍ରୀ ଅରୁଣ କୁମାର ସାହୁ, ଶ୍ରୀ ସତ୍ୟନାରାୟଣ ପ୍ରଧାନ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ ।
ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ରଣପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଅରୁଣ କୁମାର ସାହୁ, ଶ୍ରୀ ସତ୍ୟନାରାୟଣ ପ୍ରଧାନ ଓ ଡକ୍ଟର ପାତ୍ର କହିଥିଲେ । ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ସନ୍ନ୍ୟାସୀ ପ୍ରଧାନ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି ।
ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ । ଏହି ମିଶ୍ରଣ ପର୍ବରେ ନୟାଗଡ଼ ଜିଲ୍ଲାପରିଷଦ ସଭାପତି ଦେବାଶିଷ ପଟ୍ଟନାୟକ, ଜୋନ ୪ର ଜିଲ୍ଲାପରିଷଦ ସଦସ୍ୟ ସଂଯୁକ୍ତା ପାଢ଼ୀ,