୨୨ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ ସ୍ଥାପନ କରି ଗର୍ଭବତୀ କରି ଫେରାର ଥିବା ବିବାହିତ ଯୁବକଙ୍କୁ ବ୍ରାହ୍ମଣୀଗାଁ ପୋଲିସ ଭୁବନେଶ୍ୱରରୁ ଗିରଫ କରିବାରେ ସଫଳ ହୋଇଛି। ଗିରଫ ଯୁବକ ଜଣକ ଉକ୍ତ ଥାନା ଅଞ୍ଚଳର ସାନୁ ପାତ୍ର ବୋଲି ଥାନା ଅଧିକାରୀ ଚିରଞ୍ଜିବୀ ବେହେରା କହିଛନ୍ତି। ଅଭିଯୁକ୍ତ ବିବାହିତ ହୋଇଥିବା ବେଳେ ତାଙ୍କର ୨ଟି ସନ୍ତାନ ରହିଥିବା ପୋଲିସ କହିଛି।















