• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବନ୍ୟପ୍ରାଣୀ ଅସୁରକ୍ଷିତ : ବାରାହା ଶିକାରୀ ଚମ୍ପଟ – ତାର ଜବତ

Proprietor Abhimanyu Maharana by Proprietor Abhimanyu Maharana
April 23, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବନ୍ୟପ୍ରାଣୀ ଅସୁରକ୍ଷିତ : ବାରାହା ଶିକାରୀ ଚମ୍ପଟ – ତାର ଜବତ
Share on FacebookShare on TwitterWhatsapp

୨୩ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧିନରେ ଥିବା ହିଞ୍ଜିଳିକାଟୁ ସେକ୍ସନ୍ ବନପାଳଙ୍କ କାର୍ଯ୍ୟାଳୟ ଅଞ୍ଚଳରେ ସୋମବାର ରାତ୍ର ପ୍ରାୟ ୭ ରୁ ୮ଘଣ୍ଟା ମଧ୍ୟରେ ବାରହା ଶିକାର ପାଇଁ ବିଛାଯାଇଥିବା ତାରକୁ ବେଲଗାଁ ଥାନା ପୋଲିସ ଜବତ କରିଛି । ଘଟଣା ସ୍ଥଳରୁ ତାର ବିଛାଇବା କାର୍ଯ୍ୟରେ ଲିପ୍ତ ଥିବା ଦୁଇ ଜଣ ବାରାହା ଶିକାରୀ ଚମ୍ପଟ ମାରିଥିବା ବେଳେ କଞ୍ଚୁରୁ ବିଦ୍ୟୁତ ବିଭାଗର ଅଧିକାରୀ, ସ୍ଥାନୀୟ ସରପଞ୍ଚ ଓ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିବା ସହିତ ଶିକାରୀଙ୍କ ଦ୍ଵାରା ପ୍ରଯୋଜିତ ଏକ ବଡ ଧରଣର ଅଘଟଣରୁ ସାଧାରଣ ଲୋକଙ୍କ ଜୀବନ ସୁରକ୍ଷା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ।

କିନ୍ତୁ ଏଭଳି ଏକ ସ୍ପର୍ଶକାତର ଘଟଣା ସମୟରେ ସ୍ଥାନୀୟ ବନପାଳ ଘଟଣା ସ୍ଥଳରେ ପହଞ୍ଚି ନ ଥିବା ସୂଚନା ମିଳିଛି । ସୂଚନା ମୁତାବକ ବେଲଗାଁ ଥାନା ଡି.ପାଟପୁର ସ୍ଥିତ ୧୧କେଭି ଫିଡର ନିକଟରେ ୨ ଜନ ଅଜଣା ବ୍ୟକ୍ତି ବାରାହା ଶିକାର କରିବା ଉଦ୍ଧେଶ୍ୟରେ ବେଆଇନ ଭାବେ ତାର ସଂଯୋଗ କରି ନିକଟସ୍ଥ ଜମିରେ ତାର ବିଛାଇବାରେ ଲିପ୍ତ ଥିଲେ । ସ୍ଥାନୀୟ ପଥର କ୍ରସରରେ ନିୟୋଜିତ ଥିବା ଜଣେ ଶ୍ରମିକଙ୍କୁ ଦେଖି ଶିକାରୀ ଦ୍ବୟ ତାର ଛାଡ଼ି ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ ।

ଘଟଣା ସଂପର୍କରେ ବିଦ୍ୟୁତ ବିଭାଗର କର୍ମଚାରୀ ମାନେ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଇବା ସହ ସ୍ଥାନୀୟ ସରପଞ୍ଚ ମଧ୍ୟ ବେଲଗାଁ ଥାନା ଅଧିକାରୀଙ୍କୁ ଜଣାଇଥିଲେ । ଖବର ପାଇ ଥାନା ଅଧିକାରୀ ଓ ବିଦ୍ୟୁତ ବିଭାଗର ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ବେଆଇନ ତାରକୁ ଜବତ କରିଥିଲେ ଏଵଂ ଏ ସଂପର୍କରେ ସ୍ଥାନୀୟ ବନପାଳଙ୍କୁ ମଧ୍ୟ ଜଣାଇଥଲେ। କିନ୍ତୁ ବନପାଳ ସେଠାରେ ଉପସ୍ଥିତ ନ ଥିଲେ ବୋଲି ଜଣାପଡିଛି । ସୂଚନା ଯୋଗ୍ୟ, ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଜଳ ଓ ଖାଦ୍ୟ ଅନ୍ୱେଷଣରେ ନିକଟସ୍ଥ ଜଙ୍ଗଲରୁ ବନ୍ୟପ୍ରାଣୀ ମାନେ ଗାଁ ମୁହାଁ ହେଉଥିବା ଜଣାପଡିଛି ।

ଏହାର ସୁଯୋଗ ନେଇ ଜଙ୍ଗଲ ନିକଟସ୍ଥ ଗ୍ରାମର ଶିକାରୀ ମାନେ ବେଆଇନ ଭାବେ ତାର ବିଛାଇ ବନ୍ୟପ୍ରାଣୀ ଶିକାର କରିବାରେ ଲିପ୍ତ ଥିବା ଜଣାପଡିଛି । ଏଥି ସହିତ କିଛି ଗ୍ରାମରେ ଚାଷୀ ବିଭିନ୍ନ ପ୍ରକାରର ଅର୍ଥକାରୀ ଫସଲ ଚାଷ କରିଥିବା ଜଣାପଡିଛି । ଏଣୁ ଖାଦ୍ୟ ଅନ୍ୱେଷଣରେ ବାରହା ଓ ଅନ୍ୟାନ୍ୟ ବନ୍ୟପ୍ରାଣୀ ଚାଷ ଜମି ମୁହାଁ ହୋଇ ଶିକାରୀଙ୍କ ଜାଲରେ ପଡ଼ି ଶିକାର ହେଉଥିବା ନଜିର ରହିଛି । ବନ୍ୟଜନ୍ତୁ ସଂରକ୍ଷଣ ପାଇଁ ବିଭିନ୍ନ ଯୋଜନା, ସଚେତନତା ମାଧ୍ୟମରେ ବିଭାଗ ତରଫରୁ ଅଜସ୍ର ଟଙ୍କା ବ୍ୟୟ ବରାଦ କରା ଯାଉଛି ।

କିନ୍ତୁ ଯୋଜନାର ସଫଳ ରୂପାୟନ କରିବାରେ ସ୍ଥାନୀୟ ବନପାଳ କେତେ ଦକ୍ଷ ଓ ପାରଙ୍ଗମ ତାହା ସମ୍ପୃକ୍ତ ଘଟଣାରୁ ସ୍ପଷ୍ଟ ହୋଇଛି । ଏଣୁ ହିଞ୍ଜିଳିକାଟୁ ସେକ୍ସନରେ ଥିବା ଜଙ୍ଗଲ ନିକଟସ୍ଥ ଗ୍ରାମରେ ବନ୍ୟଜନ୍ତୁ ଶିକାରୀ ବେଶ ସକ୍ରିୟ ହୋଇ ଅବାଧ ବନ୍ୟଜନ୍ତୁ ଶିକାର କରୁଥିବା ଆଲୋଚନା ହେଉଛି । ଦିନକୁ ଦିନ ବନ୍ୟଜନ୍ତୁ ଶିକାର ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଭାଗୀୟ ଅଧିକାରୀ ତତ୍ପରତା ପ୍ରକାଶ ତ ଦୂରର କଥା ବରଂ ଅବହେଳା, ନିଷ୍କ୍ରିୟତା ଯୋଗୁଁ ଶିକାରୀଙ୍କ ପ୍ରତି କୌଣସି କାର୍ଯ୍ୟାନୁଷ୍ଠାନ ହେଉ ନ ଥିବା ଜଣା ପଡିଛି । ଏଣୁ ସ୍ଥାନୀୟ ଅଞ୍ଚଳରେ ରହୁଥିବା ବନ୍ୟଜନ୍ତୁଙ୍କ ଅବାଧ ଶିକାର ଓ ସେମାନଙ୍କ ସୁରକ୍ଷା ନିମନ୍ତେ ପରିବେଶବିତ୍ ଓ ବନ୍ୟପ୍ରାଣୀ ପ୍ରେମୀ ପିସିସିଏଫ୍ ୱାଇଲ୍ଦ ଲାଇଫଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version