No Result
View All Result
୨୬ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ନିର୍ବାଚନ ଆଚରଣ ବିଧି ପାଳନ ପୂର୍ବକ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ପାରଳା ଗଜପତି ବିକାଶ ମଞ୍ଚ, ଭୁବନେଶ୍ୱରଙ୍କ ମିଳିତ ସହଯୋଗରେ ଏଜି ଛକସ୍ଥିତ ପରିବହନ ଭବନ ସମ୍ମୁଖରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି ।
ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଉପ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ସ୍ମୃତି ଚାରଣ କରିଥିଲେ । ଏହି ଅବସରରେ ପାରଳା ଗଜପତି ବିକାଶ ମଞ୍ଚ, ଭୁବନେଶ୍ୱରର ବିଭିନ୍ନ କାର୍ଯ୍ୟକର୍ତ୍ତା, ଆଚାର୍ଯ୍ୟ ବିହାର ପରିଷଦର ଭାଗବତ ଦାଶ, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।
No Result
View All Result