• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉମରକୋଟ ଓ ଝରିଗାଁରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

Proprietor Abhimanyu Maharana by Proprietor Abhimanyu Maharana
April 26, 2024
in ଓଡ଼ିଶା, ନବରଙ୍ଗପୁର, ହୋମ୍
0
ଉମରକୋଟ ଓ ଝରିଗାଁରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର
Share on FacebookShare on TwitterWhatsapp

ଶଙ୍ଖ ବିକାଶର ପରିଚୟ, ୯୦ ପ୍ରତିଶତ ଭୋଟରେ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରନ୍ତୁ, ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ଜିତାନ୍ତୁ

ବିକାଶ ପାଇଁ ଶାନ୍ତି ଦରକାର, ଆମ ମୁଖ୍ୟମନ୍ତ୍ରୀ ଓଡିଶାରେ ଶାନ୍ତି ପ୍ରତିଷ୍ଠା କରିଛନ୍ତି, ତେଣୁ ବିକାଶ ହେଉଛି, ପଡୋଶୀ ରାଜ୍ୟ ଛତିଶଗଡକୁ ଦେଖନ୍ତୁ, ସେଠାରେ ସରକାର ବଦଳୁଛି କିନ୍ତୁ ଶାନ୍ତି ନାହିଁ

କେନ୍ଦ୍ରମନ୍ତ୍ରୀଙ୍କ ରାଗ, ସାଧାରଣ ଲୋକ କାହିଁକି ଏତେ ସୁବିଧା ପାଉଛନ୍ତି,

ମୁଖ୍ୟମନ୍ତ୍ରୀଙ୍କ ବିଶାଳ ହୃଦୟ, ଆମ ମୁଖ୍ୟମନ୍ତ୍ରୀ ଜନଜାତିଙ୍କୁ ବହୁତ ଭଲ ପାଆନ୍ତି, ସମ୍ମାନ କରନ୍ତି,ଜନଜାତି ଭାଷା ସଂସ୍କୃତି ଓ ପୂଜାସ୍ଥଳୀର ଉନ୍ନତି ପାଇଁ କୋଉ ରାଜ୍ୟ ବି ଚିନ୍ତା କରିନାହିଁ

ଜନଜାତି ଭାଇଙ୍କ ସୁବିଧା ପାଇଁ ୫୦ ହଜାର ଛୋଟ ଛୋଟ କେସ୍‌ ରଦ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ମିଶନ ଶକ୍ତିକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ, ମା ମାନଙ୍କ ଦୁବାଇ ଗସ୍ତ ବନ୍ଦ କରିଛନ୍ତି, ତାଙ୍କୁ ଅନୁରୋଧ ସେ ମା ମାନଙ୍କୁ ବାରମ୍ବାର ଅପମାନିତ ନ କରନ୍ତୁ, ମା ମାନେ ତାଙ୍କୁ ଉଚିତ ଜବାବ ଦେବେ

କେନ୍ଦ୍ରମନ୍ତ୍ରୀ ଚାହିଁଥିଲେ ନବରଙ୍ଗପୁରରେ ୩-୪ଟି କେନ୍ଦ୍ରୀୟ ବିଦ୍ୟାଳୟ କରିପାରିଥାନ୍ତେ, ଓଡିଶା ସରକାର ୮୦୦୦ରୁ ଅଧିକ ହାଇସ୍କୁଲ ରୂପାନ୍ତର କରିଛନ୍ତି, ନବରଙ୍ଗପୁର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ୪ଟି ଡିଗ୍ରୀ କଲେଜ ମଞ୍ଜୁର କରିଛନ୍ତି, ଆପଣମାନେ ପ୍ରଶ୍ନ କରନ୍ତୁ, ସେମାନେ ଚୁପ୍‌ ହୋଇଯିବେ

BSKYରେ ସିପ୍ରା ପାଇଲେ ୭.୨୦ ଲକ୍ଷ, ପ୍ରଦୀପ ପାଇଲେ ୪ ଲକ୍ଷ

ଲୋକଙ୍କୁ ବିକାଶର ହିସାବ ଦେଲେ ଶ୍ରୀ ପାଣ୍ଡିଆନ

୨୬  ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଉମରକୋଟ  :-> ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି । ବହୁସଂଖ୍ୟାରେ ଆସି ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରନ୍ତୁ । ୯୦ ପ୍ରତିଶତ ଭୋଟରେ ଜିତାନ୍ତୁ । ଏହି ସଭାରେ ହଜାର ହଜାର ସଂଖ୍ୟାରେ ଉପସ୍ଥିତ ରହି ଜନସାଧାରଣ ଶ୍ରୀ ପାଣ୍ଡିଆନଙ୍କୁ ଭବ୍ୟ ସ୍ବାଗତ କରିଥିଲେ ।ନିଜ ଭାଷଣରେ କେନ୍ଦ୍ରମନ୍ତ୍ରୀଙ୍କୁ ଲକ୍ଷ୍ୟ କରି ଶ୍ରୀ ପାଣ୍ଡିଆନ କହିଲେ ଯେ ତାଙ୍କର ରାଗ ହେଉଛି ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କୁ କାହିଁକି ଏତେ ସୁବିଧା ଦେଉଛନ୍ତି। ମା ମାନଙ୍କୁ କାହିଁକି ଏତେ ସୁବିଧା ଦେ ଉଛନ୍ତି। ତେଣୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ମିଶନ ଶକ୍ତି ଆଦି କାର୍ଯ୍ୟକ୍ରମ ବନ୍ଦ କରିବାକୁ ଷଡଯନ୍ତ୍ର କରୁଛନ୍ତି। ମା ମାନଙ୍କ ଦୁବାଇ ଗସ୍ତ ବନ୍ଦ କରିଦେଲେ।

ତାଙ୍କୁ ଅନୁରୋଧ ସେ ମା ମାନଙ୍କୁ ବାରମ୍ବାର ଅପମାନିତ ନ କରନ୍ତୁ, ମା ମାନେ ତାଙ୍କୁ ଉଚିତ ଜବାବ ଦେବେ। ଆପଣମାନେ ତାଙ୍କୁ ପ୍ରଶ୍ନ ପଚାରନ୍ତୁ, ସେମାନେ ଉତ୍ତର ଦେଇପାରିବେ ନାହିଁ। ସେ କହିଲେ ଯେ କେନ୍ଦ୍ରମନ୍ତ୍ରୀ ବଡ ବଡ କଥା କହୁଛନ୍ତି । କିନ୍ତୁ ୫ ବର୍ଷ ହେଲା ଶିକ୍ଷାମନ୍ତ୍ରୀ ହେଲେଣି, ଆପଣଙ୍କ ଅଞ୍ଚଳରେ ଗୋଟିଏ ବି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲି ପାରିଲେ ନାହିଁ । ସେ ଚାହିଁଥିଲେ ନବରଙ୍ଗପୁରରେ ତିନି ଚାରିଟି କେନ୍ଦ୍ରୀୟ ବିଦ୍ୟାଳୟ କରିପାରିଥାନ୍ତେ। କିନ୍ତୁ ହୋଇପାରିଲା ନାହିଁ। ଓଡିଶା ସରକାର 5-Tରେ ୮୦୦୦ରୁ ଅଧିକ ହାଇସ୍କୁଲର ରୂପାନ୍ତର କରିଛନ୍ତି। ସେ କହିଲେ ଯେ ବିକାଶ ପାଇଁ ଶାନ୍ତି ଦରକାର। ଶାନ୍ତି ଥିଲେ ପ୍ରଗତୀ ଆସେ। ଆମ ମୁଖ୍ୟମନ୍ତ୍ରୀ ଓଡିଶାରେ ଶାନ୍ତି ପ୍ରତିଷ୍ଠା କରିଛନ୍ତି, ତେଣୁ ବିକାଶ ହେଉଛି। ପଡୋଶୀ ରାଜ୍ୟ ଛତିଶଗଡ କଥା ଉଠାଇ ସେ କହିଲେ ଦେଖନ୍ତୁ, ସେଠାରେ ବାରମ୍ବାର ସରକାର ବଦଳୁଛି,କିନ୍ତୁ ଶାନ୍ତି ନାହିଁ ।

ଆମ ମୁଖ୍ୟମନ୍ତ୍ରୀ ଜନଜାତିଙ୍କୁ ବହୁତ ଭଲ ପାଆନ୍ତି, ସମ୍ମାନ କରନ୍ତି,ଜନଜାତି ଭାଷା ସଂସ୍କୃତି ଓ ପୂଜାସ୍ଥଳୀର ଉନ୍ନତି ପାଇଁ କୋଉ ରାଜ୍ୟ ବି ଚିନ୍ତା କରିନାହିଁ । ଜନଜାତିଙ୍କ କଳା ସଂସ୍କୃତିର ସୁରକ୍ଷା ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି। ଏଥିରେ ଜନଜାତିଙ୍କ ଭାଷା, କଳା, ସଂସ୍କୃତି, ପୂଜାସ୍ଥଳୀ, ଜାହିରା ଆଦିର ବିକାଶ କରାଯାଉଛି। ଜନଜାତି ଭାଇଙ୍କ ସୁବିଧା ପାଇଁ ୫୦ ହଜାର ଛୋଟ ଛୋଟ କେସ୍‌ ରଦ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଥିଲେ। ଆପଣାନେ ଆଉ ହଇରାଣ ହେବେ ନାହିଁ। କୋର୍ଟ କଚେରୀ ଦୌଡିବାକୁ ପଡିବ ନାହିଁ। ଜୀବିକା ପାଇଁ ଜଙ୍ଗଲ ଉପରେ ଆପଣମାନେ ନିର୍ଭର କରନ୍ତି । ଆପଣ ସଂଗ୍ରହ କରିଥିବା ଜିନିଷକୁ କମ୍‌ ଦାମରେ ବିକନ୍ତି । କିଛି ଲାଭ ପାଆନ୍ତି ନାହିଁ । ତେଣୁ ମୁଖ୍ୟମନ୍ତ୍ରୀ ଆପଣଙ୍କ ପାଇଁ କରିଛନ୍ତି ଲାଭ ଯୋଜନା। ଏଥିରେ ସରକାର ଆପଣଙ୍କ ଜିନିଷ ଠିକ୍‌ ଦାମ ଦେଇ କିଣିନେବେ। ଆପଣଙ୍କୁ ଆଉ କେହି ଠକି ପାରିବେ ନାହିଁ।

ସେ କହିଲେ ଯେ ପିଲାମାନେ ହେଉଛନ୍ତି ଆମ ଭବିଷ୍ୟତ । ତେଣୁ ଜନଜାତି ପିଲାଙ୍କ ପାଠ ପଢିବା ପାଇଁ ମୁଖ୍ୟମନ୍ତ୍ରୀ ହଷ୍ଟେଲ କରିଛନ୍ତି । ସାରା ଭାରତରେ ସବୁଠାରୁ ଅଧିକ ହଷ୍ଟେଲ ସେ ଓଡିଶାରେ କରିଛନ୍ତି । 5-T ସ୍କୁଲ ରୂପାନ୍ତରରେ ୮୫୦୦ ସ୍କୁଲର ରୂପାନ୍ତର କରିଛନ୍ତି । ନବରଙ୍ଗପୁର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ୪ଟି ଡିଗ୍ରୀ କଲେଜ ମଞ୍ଜୁର କରିଛନ୍ତି। ଆମ କାମର ହିସାବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆପଣଙ୍କ ଅନୁରୋଧରେ ଆମେ ଯେଉଁ ସବୁ କାମ ପାଇଁ ପଦକ୍ଷେପ ନେଇଛୁ, ସେ ସବୁ କାମର ହିସାବ ଦେବା ପାଇଁ ଆସିଛି। ଉମରକୋଟର ବିକାଶର ହିସାବ ଦେଇ ସେ କହିଲେ ଯେ ଏଠାରେ ୨୧୨ କୋଟି ଟଙ୍କାର କାମ ଚାଲିଛି । ମା ପେଣ୍ଡ୍ରାଣୀ ମନ୍ଦିର କାମ ଶେଷ ହୋଇଛି। ପୋଡାଗଡ ଶିବ ମନ୍ଦିର ଓ ଐତିହ୍ୟ ସ୍ଥଳ ପାଇଁ ୩ କୋଟି ଟଙ୍କାର କାମ ଚାଲିଛି।

ଉମରକୋଟରେ ଡାଇଲିସିସ୍‌ ସେଣ୍ଟର ଖୋଲିଛି । ୫୦ କୋଟିରେ ୫ ଟି ରାସ୍ତା କାମ ଚାଲିଛି । BSKYରେ ଉମରକୋଟର ସିପ୍ରା ସାନା ପାଇଲେ ୭ ଲକ୍ଷ ୨୦ ହଜାର, ପ୍ରଦୀପ ପଟ୍ଟନାୟକ ପାଇଲେ ୪ ଲକ୍ଷ ଟଙ୍କା । ଝରିଗାଁରେ ସେ କହିଲେ ଯେ ମୁଁ ଯେତେବେଳ ଆସିଥିଲି, ସେତେବେଳେ ବର୍ଷା ହେଉଥିଲା । ତାସତ୍ତ୍ବେ ବି ଆପଣମାନେ ବହୁ ସଂଖ୍ୟାରେ ଆସି ବିକାଶ ପାଇଁ ପ୍ରସ୍ତାବ ଦେଇଥିଲେ। ସତୀଘାଟ, ମାଲଗାଁରେ ଜଳସେଚନ ପାଇଁ କୋଟି କୋଟି ଟଙ୍କା ମଞ୍ଜୁର ହୋଇଛି । ଝରିଗାଁ ପାଇଁ ଡିଗ୍ରୀ କଲେଜ ମଞ୍ଜୁର ହୋଇଛି। ଚନ୍ଦାହାଣ୍ଡି ଝରିଗାଁକୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯାଉଛି । ଝରିଗାଁରୁ ମେଦେନା ରାସ୍ତା ପାଇଁ ୪୫ କୋଟି, ଉମରକୋଟ-ଚନ୍ଦାହାଣ୍ଡି ମାଲଗାଁ ରାସ୍ତା ପାଇଁ ୬୧ କୋଟି, ଭୈରଘୁମର ଜଳପ୍ରପାତ ଠାରେ ପର୍ଯ୍ୟଟନ ପାଇଁ ୩ କୋଟି ୨୫ ଲକ୍ଷ, ଚନ୍ଦନଧାରା ଜଳପ୍ରପାତରେ ପର୍ଯ୍ୟଟନର ବିକାଶ ପାଇଁ ୩ କୋଟି ୭୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

March 6, 2026
ନିଆଳି ମହାବିଦ୍ୟାଳୟରେ ପ୍ରାଣୀବିଜ୍ଞାନ ବିଭାଗର ବାର୍ଷିକ ସେମିନାର ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ପ୍ରାଣୀବିଜ୍ଞାନ ବିଭାଗର ବାର୍ଷିକ ସେମିନାର ଅନୁଷ୍ଠିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version