ନୟାଗଡ଼ ରେ ରସାତଳଗାମୀ ହେବ ବିଜେପି : ବିରୋଧୀ ଦଳର ୧୫୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ

୨୭ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :->  ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୧୫୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିତୀ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନିତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି । ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି ।

ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଉପସ୍ଥିତିରେ ଜେମାଦେଇପୁରପାଟଣା ଗ୍ରାମ ପଞ୍ଚାୟତ ରଘୁନାଥପ୍ରସାଦ ଗ୍ରାମର ଶ୍ୟାମସୁନ୍ଦର ପଲେଇ, ଗୋରାଚାନ୍ଦ ଦାସ, ଅକ୍ଷୟ ପ୍ରଧାନ, ପିତବାସ ନାୟକ, ଜୟନ୍ତ ପ୍ରଧାନ, ଅନନ୍ତ ପ୍ରଧାନ, ଟୁଲୁ ପ୍ରଧାନ ଓ ସଦାଶିବ ନାୟକ ପ୍ରମୁଖ ବିଜେଡିରେ ଯୋଗ ଦେଇଛନ୍ତି । ସେହିପରି ଭାବେ କେନ୍ଦୁଢିପି ପଞ୍ଚାୟତର ଚତୁର୍ଭୁଜ ବେହେରା ବିଜେଡିରେ ଯୋଗ ଦେଇଛନ୍ତି । ଏହି ମିଶ୍ରଣ ପର୍ବରେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଲ୍ଲା ପରିଷଦ ସୁବାଷ ଚନ୍ଦ୍ର କଅଁର, କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରବିନ୍ଦ୍ର ସାହୁ, ସମାଜସେବୀ ନିରଞ୍ଜନ ମିଶ୍ର, ମାନସ ମିଶ୍ର, ନୟାଗଡ଼ ପୌର ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ରହିଥିଲେ ।