No Result
View All Result
୨୭ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ପାରଳାଖେମୁଣ୍ଡି,ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର,ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ ଉତ୍କଳବାସୀଙ୍କ ପାଇଁ ଗୌରବର ସ୍ବାକ୍ଷର ବହନ କରୁଥିବା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣଦେବଙ୍କ ୧୩୩ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି | ଏହି ମାଲ୍ୟାର୍ପଣ ଉତ୍ସବରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ସୁଶ୍ରୀ ସ୍ଵାତୀ ଏସ କୁମାର,
ଆରକ୍ଷୀ ଅଧିକ୍ଷକ ଗଜପତି,ଶ୍ରୀଯୁକ୍ତ ଏସ୍.ଆନନ୍ଦ, ଜିଲ୍ଲା ବନ ଖଣ୍ଡ ଅଧିକାରୀ ଗଜପତି, ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି, ଛେଳିଗଡ଼ ଜଳ ସେଚନ ପ୍ରକଳ୍ପ ଅଧିକାରୀ ଶ୍ରୀଯୁକ୍ତ ରବୀନ୍ଦ୍ର କହଁର ଓ ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା ସମେତ ସହରର ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତି ବିଶଷଙ୍କ ଦ୍ଵାରା ବଜାର ଛକ ସ୍ଥିତ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ
ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ଏବଂ ମହାରାଜାଙ୍କ ସ୍ମୃତି ସୌଧପୀଠରେ ପୁଷ୍ପମାଲ୍ୟ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରଯାଇଥିଲା ଓ ଗାନ୍ଧୀ ଛୋକ ସ୍ଥିତ ମହାରାଜା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ଏହି ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ,ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ସମେତ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଗଣ ପ୍ରମୁଖ ଉପସ୍ଥିତ ଥିଲେ।
No Result
View All Result