୫ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଓଡ଼ଗାଁ :-> ନୟାଗଡର ଓଡଗାଁଠାରେ ଆୟୋଜିତ ନିର୍ବାଚନୀ ସଭାରେ ବିରୋଧୀ ବିଜେପି ଦଳକୁ ତୀବ୍ର କଟାକ୍ଷ କରି ଶ୍ରୀ ପାଣ୍ଡିଆନ କହିଲେ ଯେ ବିଜେପି ଦଳ ଗତ ୧୦ ବର୍ଷ ଧରି କ୍ଷମତାରେ ରହି ଆସିଛନ୍ତି। ପୂର୍ବରୁ କେବେ ଚାଷୀ ମନେ ପଡୁ ନଥିଲେ। MSP କଥା ମନେ ପଡୁ ନଥିଲା । ଭତ୍ତା ମନେ ପଡୁ ନଥିଲା । ନିର୍ବାଚନ ଆସିଲେ ଚାଷୀ ମନେ ପଡନ୍ତି । ବୁଢାବୁଢୀ ମନେ ପଡନ୍ତି । ଚାହିଁ ଥିଲେ ପୂର୍ବରୁ ଭତ୍ତା ୩୦୦ ରୁ ୩୦୦୦ ଟଙ୍କା କରିପାରିଥାନ୍ତେ । MSP ଦୁଇ ଗୁଣ କରିପାରିଥାନ୍ତେ । ନିର୍ବାଚନ ଆସିଗଲା । ଏବେ ମନେ ପଡୁଛି । ସେମାନେ ଓଡିଶା ଲୋକଙ୍କୁ ବୋକା ଭାବନ୍ତୁ ନାହିଁ । ଓଡିଶା ଲୋକ ଉଚିତ୍ ଜବାବ ଦେବେ।
ସେ ଆହୁରି ମଧ୍ୟ କହିଥିଲେ ଯେ ନିର୍ବାଚନ ପ୍ରତିଶୃତି ଥିବା ୨ କୋଟି ଚାକିରୀ କୁଆଡେ ଗଲା । ଦରଦାମ ଆଜି ଆକାଶ ଛୁଆଁ । ଏଥିରେ ଲଗାମ ନାହିଁ। କିନ୍ତୁ ଆମ ମୁଖ୍ୟମନ୍ତ୍ରୀ ଯାହା କହନ୍ତି, ତା’ ଠାରୁ ଅଧିକ କରି ଦେଖାନ୍ତି । ମୁଖ୍ୟମନ୍ତ୍ରୀ ନୟାଗଡର ବିକାଶ ପାଇଁ ୬୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଓଡଗାଁ ରଘୁନାଥ ମନ୍ଦିର ପାଇଁ ସାଢେ ୩ କୋଟି, ବସ୍ ଷ୍ଟାଣ୍ଡ ପାଇଁ ୧୧ କୋଟି, ଇନ୍ଡୋର ଷ୍ଟାଡିୟମ ପାଇଁ ୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ନୟାଗଡ ବିଧାନ ସଭା ପ୍ରାର୍ଥୀ ଅରୁଣ ସାହୁ ଓ ପୁରୀ ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକଙ୍କୁ ଯୋଡି ଶଙ୍ଖରେ ଆଶୀର୍ବାଦ କରି ନବୀନ ପଟ୍ଟନାୟକଙ୍କ ବିକାଶର ରଥକୁ ଆଗେଇ ନେବା ପାଇଁ ଶ୍ରୀ ପାଣ୍ଡିଆନ ଉପସ୍ଥିତ ଜନସାଧାରଣଙ୍କୁ ନିବେଦନ କରିଥିଲେ।
ଓଡ଼ଗାଁଠାରେ ବିଜୁ ଜନତା ଦଳର ବିଶାଳ ପ୍ରଚାର ସଭାରେ ଷ୍ଟାର ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ୍ ଯୋଗ ଦେଇ ୬୦ ହଜାର ବ୍ୟବଧାନ ପାଇଁ ଆହ୍ୱାନ ଦେଇଛନ୍ତି । ଯୋଡ଼ି ଶଙ୍ଖରେ ଭୋଟ ଦେଇ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଆହ୍ୱାନ ଦେଇଛନ୍ତି । ଏହି ପ୍ରଚାର ସଭାରେ ପୁରୀ ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଡ଼ ଅରୁଣ କୁମାର ସାହୁ, ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ, ଜିଲ୍ଲା ସହ ପର୍ଯ୍ୟବେକ୍ଷକ ଇରାନୀ ରାୟ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ନବୀନ ବାର୍ତ୍ତାକୁ ଉପସ୍ଥାପନ କରିଛନ୍ତି ।
ନୟାଗଡ଼ ବିଧାୟକ ଡ. ସାହୁ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ ପଦକ୍ଷେପ ମିଶନ ଶକ୍ତିକୁ ବନ୍ଦ କରିବାକୁ ବିରୋଧି ଚକ୍ରାନ୍ତ ଚଳାଇଥିବା କହିଛନ୍ତି । ବିଏସକେୱାଇ ଯୋଜନାକୁ ମଧ୍ୟ ବନ୍ଦ କରିବାକୁ ବିରୋଧି ଷଡ଼ଯନ୍ତ୍ର ଚଳାଇଛନ୍ତି । ଓଡ଼ଗାଁ ବାସୀ ଏହାକୁ ବିଚାର କରିବାକୁ ବିଧାୟକ ଡ. ସାହୁ ନିବେଦନ କରିଛନ୍ତି । ଏହା ସହିତ ମୁଁ ଏ ମାଟିର ଶ୍ରେଷ୍ଠ ମୁଲିଆ ବୋଲି କହିଥିଲେ । ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ ସେବାକୁ ଗୁରୁତ୍ୱ ଦେଇ ଆସିଥିବା ଏବଂ ଆଗାମୀ ଦିନରେ ସେବା ପାଇଁ ସୁଯୋଗ ଦେବାକୁ ଆହ୍ୱାନ ଦେଇଛନ୍ତି ।
ଷ୍ଟାର ପ୍ରଚାରକ ଶ୍ରୀଯୁକ୍ତ ପାଣ୍ଡିଆନ୍ ନୟାଗଡ଼ ବିକାଶର ଚିଠା ଖୋଲିବା ସହ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ଆହ୍ୱାନ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଆର୍ଶିବାଦ କରିବାକୁ ଆପଣଙ୍କୁ ସୁଯୋଗ ମିଳିଛି । ଶଙ୍ଖ ଚିହ୍ନରେ ଭୋଟ ଦେଇ ଆର୍ଶିବାଦ କରନ୍ତୁ ବୋଲି କହିଛନ୍ତି । ୨୦୧୪ରେ ଗୋଟିଏ ରାଜନୈତିକ ଦଳ ୨ କୋଟି ଚାକିରୀ ଦେବାକୁ କହିଥିଲେ । କେତେ ଚାକିରୀ ଦେଇଛନ୍ତି ବୋଲି ପାଣ୍ଡିଆନ ପ୍ରଶ୍ନ କରିଛନ୍ତି ।
ପେଟ୍ରୋଲ ଓ ଡିଜେଲ ଦର କମ ହୋଇଛି କି ବୋଲି ପ୍ରଶ୍ନ କରିଛନ୍ତି । ଧାନ ଏମଏସପି ମୁଲ୍ୟ ଦୁଇ ଗୁଣା କରିବାକୁ କହିଥିଲେ । ୧୦ ବର୍ଷ କ୍ଷମତାରେ ରହି ଏମଏସପି ବୃଦ୍ଧି କରି ପାରିଲେ ନାହିଁ, ଏବେ ନିର୍ବାଚନ ସମୟରେ ମୋନିଫେଷ୍ଟରେ ଧାନ କ୍ୱିଣ୍ଟାଲ ମୁଲ୍ୟ ୩ ହଜାର କରିବାକୁ କହିଛନ୍ତି । ଏହା ସହିତ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ପ୍ରାର୍ଥୀ ୬୦ ହଜାର ଭୋଟ ବ୍ୟବଧାନରେ ବିଜୟୀ କରିବାକୁ ପାଣ୍ଡିଆନ୍ ଆହ୍ୱାନ ଦେଇଥିଲେ ।
ଏହି ପ୍ରଚାର ସଭାରେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ଉପାଧ୍ୟକ୍ଷା ମୀରା ନାୟକ, ଜିଲ୍ଲା ପରିଷଦ ସଦସ୍ୟ ବିରଜା ଲକ୍ଷ୍ମୀ ସାହୁ, ଝିଲ୍ଲୀ ପ୍ରଧାନ ପ୍ରମୂଖ ଉପସ୍ଥିତ ରହିଥିଲେ । ବିଜୁ ଜନତା ଦଳ ବ୍ଲକ ସଭାପତି ସୂର୍ଯ୍ୟନାରାୟଣ ଚୈାଧୁରୀ, ଦିବାକର ନାୟକ, ବିଭୂପ୍ରସାଦ ସାହୁଙ୍କ ସମେତ ଓଡ଼ଗାଁ ବ୍ଲକର ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟା ଉପସ୍ଥିତ ରହିଥିଲେ । ଏହି ପ୍ରଚାର ସଭାରେ ୧୫ ହଜାରରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷଙ୍କ ସମାଗମ ହୋଇଥିଲା ।