• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୋଡ଼ି ଶଙ୍ଖ ଓ ୬୦ ହଜାର ବ୍ୟବଧାନ ଆହ୍ୱାନ ଦେଲେ ପାଣ୍ଡିଆନ ମୁଁ ଏ ମାଟିର ଶ୍ରେଷ୍ଠ ମୁଲିଆ : ଅରୁଣ

Proprietor Abhimanyu Maharana by Proprietor Abhimanyu Maharana
May 6, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଯୋଡ଼ି ଶଙ୍ଖ ଓ ୬୦ ହଜାର ବ୍ୟବଧାନ ଆହ୍ୱାନ ଦେଲେ ପାଣ୍ଡିଆନ ମୁଁ ଏ ମାଟିର ଶ୍ରେଷ୍ଠ ମୁଲିଆ : ଅରୁଣ
Share on FacebookShare on TwitterWhatsapp

୫ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଓଡ଼ଗାଁ :->  ନୟାଗଡର ଓଡଗାଁଠାରେ ଆୟୋଜିତ ନିର୍ବାଚନୀ ସଭାରେ ବିରୋଧୀ ବିଜେପି ଦଳକୁ ତୀବ୍ର କଟାକ୍ଷ କରି ଶ୍ରୀ ପାଣ୍ଡିଆନ କହିଲେ ଯେ ବିଜେପି ଦଳ ଗତ ୧୦ ବର୍ଷ ଧରି କ୍ଷମତାରେ ରହି ଆସିଛନ୍ତି। ପୂର୍ବରୁ କେବେ ଚାଷୀ ମନେ ପଡୁ ନଥିଲେ। MSP କଥା ମନେ ପଡୁ ନଥିଲା । ଭତ୍ତା ମନେ ପଡୁ ନଥିଲା । ନିର୍ବାଚନ ଆସିଲେ ଚାଷୀ ମନେ ପଡନ୍ତି । ବୁଢାବୁଢୀ ମନେ ପଡନ୍ତି । ଚାହିଁ ଥିଲେ ପୂର୍ବରୁ ଭତ୍ତା ୩୦୦ ରୁ ୩୦୦୦ ଟଙ୍କା କରିପାରିଥାନ୍ତେ । MSP ଦୁଇ ଗୁଣ କରିପାରିଥାନ୍ତେ । ନିର୍ବାଚନ ଆସିଗଲା । ଏବେ ମନେ ପଡୁଛି । ସେମାନେ ଓଡିଶା ଲୋକଙ୍କୁ ବୋକା ଭାବନ୍ତୁ ନାହିଁ । ଓଡିଶା ଲୋକ ଉଚିତ୍‌ ଜବାବ ଦେବେ।

ସେ ଆହୁରି ମଧ୍ୟ କହିଥିଲେ ଯେ ନିର୍ବାଚନ ପ୍ରତିଶୃତି ଥିବା ୨ କୋଟି ଚାକିରୀ କୁଆଡେ ଗଲା । ଦରଦାମ ଆଜି ଆକାଶ ଛୁଆଁ । ଏଥିରେ ଲଗାମ ନାହିଁ। କିନ୍ତୁ ଆମ ମୁଖ୍ୟମନ୍ତ୍ରୀ ଯାହା କହନ୍ତି, ତା’ ଠାରୁ ଅଧିକ କରି ଦେଖାନ୍ତି । ମୁଖ୍ୟମନ୍ତ୍ରୀ ନୟାଗଡର ବିକାଶ ପାଇଁ ୬୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଓଡଗାଁ ରଘୁନାଥ ମନ୍ଦିର ପାଇଁ ସାଢେ ୩ କୋଟି, ବସ୍‌ ଷ୍ଟାଣ୍ଡ ପାଇଁ ୧୧ କୋଟି, ଇନ୍‌ଡୋର ଷ୍ଟାଡିୟମ ପାଇଁ ୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ନୟାଗଡ ବିଧାନ ସଭା ପ୍ରାର୍ଥୀ ଅରୁଣ ସାହୁ ଓ ପୁରୀ ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକଙ୍କୁ ଯୋଡି ଶଙ୍ଖରେ ଆଶୀର୍ବାଦ କରି ନବୀନ ପଟ୍ଟନାୟକଙ୍କ ବିକାଶର ରଥକୁ ଆଗେଇ ନେବା ପାଇଁ ଶ୍ରୀ ପାଣ୍ଡିଆନ ଉପସ୍ଥିତ ଜନସାଧାରଣଙ୍କୁ ନିବେଦନ କରିଥିଲେ।

ଓଡ଼ଗାଁଠାରେ ବିଜୁ ଜନତା ଦଳର ବିଶାଳ ପ୍ରଚାର ସଭାରେ ଷ୍ଟାର ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ୍ ଯୋଗ ଦେଇ ୬୦ ହଜାର ବ୍ୟବଧାନ ପାଇଁ ଆହ୍ୱାନ ଦେଇଛନ୍ତି । ଯୋଡ଼ି ଶଙ୍ଖରେ ଭୋଟ ଦେଇ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଆହ୍ୱାନ ଦେଇଛନ୍ତି । ଏହି ପ୍ରଚାର ସଭାରେ ପୁରୀ ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଡ଼ ଅରୁଣ କୁମାର ସାହୁ, ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ, ଜିଲ୍ଲା ସହ ପର୍ଯ୍ୟବେକ୍ଷକ ଇରାନୀ ରାୟ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ନବୀନ ବାର୍ତ୍ତାକୁ ଉପସ୍ଥାପନ କରିଛନ୍ତି ।

ନୟାଗଡ଼ ବିଧାୟକ ଡ. ସାହୁ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ ପଦକ୍ଷେପ ମିଶନ ଶକ୍ତିକୁ ବନ୍ଦ କରିବାକୁ ବିରୋଧି ଚକ୍ରାନ୍ତ ଚଳାଇଥିବା କହିଛନ୍ତି । ବିଏସକେୱାଇ ଯୋଜନାକୁ ମଧ୍ୟ ବନ୍ଦ କରିବାକୁ ବିରୋଧି ଷଡ଼ଯନ୍ତ୍ର ଚଳାଇଛନ୍ତି । ଓଡ଼ଗାଁ ବାସୀ ଏହାକୁ ବିଚାର କରିବାକୁ ବିଧାୟକ ଡ. ସାହୁ ନିବେଦନ କରିଛନ୍ତି । ଏହା ସହିତ ମୁଁ ଏ ମାଟିର ଶ୍ରେଷ୍ଠ ମୁଲିଆ ବୋଲି କହିଥିଲେ । ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ ସେବାକୁ ଗୁରୁତ୍ୱ ଦେଇ ଆସିଥିବା ଏବଂ ଆଗାମୀ ଦିନରେ ସେବା ପାଇଁ ସୁଯୋଗ ଦେବାକୁ ଆହ୍ୱାନ ଦେଇଛନ୍ତି ।

ଷ୍ଟାର ପ୍ରଚାରକ ଶ୍ରୀଯୁକ୍ତ ପାଣ୍ଡିଆନ୍ ନୟାଗଡ଼ ବିକାଶର ଚିଠା ଖୋଲିବା ସହ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ଆହ୍ୱାନ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଆର୍ଶିବାଦ କରିବାକୁ ଆପଣଙ୍କୁ ସୁଯୋଗ ମିଳିଛି । ଶଙ୍ଖ ଚିହ୍ନରେ ଭୋଟ ଦେଇ ଆର୍ଶିବାଦ କରନ୍ତୁ ବୋଲି କହିଛନ୍ତି । ୨୦୧୪ରେ ଗୋଟିଏ ରାଜନୈତିକ ଦଳ ୨ କୋଟି ଚାକିରୀ ଦେବାକୁ କହିଥିଲେ । କେତେ ଚାକିରୀ ଦେଇଛନ୍ତି ବୋଲି ପାଣ୍ଡିଆନ ପ୍ରଶ୍ନ କରିଛନ୍ତି ।

ପେଟ୍ରୋଲ ଓ ଡିଜେଲ ଦର କମ ହୋଇଛି କି ବୋଲି ପ୍ରଶ୍ନ କରିଛନ୍ତି । ଧାନ ଏମଏସପି ମୁଲ୍ୟ ଦୁଇ ଗୁଣା କରିବାକୁ କହିଥିଲେ । ୧୦ ବର୍ଷ କ୍ଷମତାରେ ରହି ଏମଏସପି ବୃଦ୍ଧି କରି ପାରିଲେ ନାହିଁ, ଏବେ ନିର୍ବାଚନ ସମୟରେ ମୋନିଫେଷ୍ଟରେ ଧାନ କ୍ୱିଣ୍ଟାଲ ମୁଲ୍ୟ ୩ ହଜାର କରିବାକୁ କହିଛନ୍ତି । ଏହା ସହିତ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ପ୍ରାର୍ଥୀ ୬୦ ହଜାର ଭୋଟ ବ୍ୟବଧାନରେ ବିଜୟୀ କରିବାକୁ ପାଣ୍ଡିଆନ୍ ଆହ୍ୱାନ ଦେଇଥିଲେ ।

ଏହି ପ୍ରଚାର ସଭାରେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ଉପାଧ୍ୟକ୍ଷା ମୀରା ନାୟକ, ଜିଲ୍ଲା ପରିଷଦ ସଦସ୍ୟ ବିରଜା ଲକ୍ଷ୍ମୀ ସାହୁ, ଝିଲ୍ଲୀ ପ୍ରଧାନ ପ୍ରମୂଖ ଉପସ୍ଥିତ ରହିଥିଲେ । ବିଜୁ ଜନତା ଦଳ ବ୍ଲକ ସଭାପତି ସୂର୍ଯ୍ୟନାରାୟଣ ଚୈାଧୁରୀ, ଦିବାକର ନାୟକ, ବିଭୂପ୍ରସାଦ ସାହୁଙ୍କ ସମେତ ଓଡ଼ଗାଁ ବ୍ଲକର ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟା ଉପସ୍ଥିତ ରହିଥିଲେ । ଏହି ପ୍ରଚାର ସଭାରେ ୧୫ ହଜାରରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷଙ୍କ ସମାଗମ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version