No Result
View All Result
୫ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୧୮୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରୁଛନ୍ତି ନେତା ମାନେ । ଏହି ସମୟରେ ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ବହୁ ପୁରୁଖା କର୍ମୀ ମାନେ ବିଜେଡିରେ ଯୋଗ ଦେଉଛନ୍ତି । ଯେଉଁଥିପାଇଁ ଚିନ୍ତାରେ ପଡିଛି ବିରୋଧୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି ।
ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଉପସ୍ଥିତିରେ ମାଛିପଡ଼ା ପଞ୍ଚାୟତର ୧୧ ବିରୋଧୀ ନେତା ବିଜେଡିରେ ସାମିଲ ହୋଇଛନ୍ତି । ମାଛିପଡ଼ା ଗ୍ରାମ ପଞ୍ଚାୟତର ପ୍ରଫୁଲ୍ଲ କୁମାର ସାହୁ, ପ୍ରଦୀପ କୁମାର ସାହୁ, ତ୍ରିନାଥ ବେହେରା, ପ୍ରଶାନ୍ତ କୁମାର ସାହୁ, ରମେଶ ଚନ୍ଦ୍ର ସାହୁ, ପବିତ୍ର ସାହୁ, ଦୁଃଖିଶ୍ୟାମ ସାହୁ, ବାଙ୍କନିଧି ବେହେରା, ଶ୍ରୀଧର ସାହୁ, ଉପେନ୍ଦ୍ର କୁମାର ବେହେରା ଓ ପ୍ରଫୁଲ୍ଲ କୁମାର ସାହୁ ପ୍ରମୁଖ ବିଜେଡିରେ ଯୋଗ ଦେଇଛନ୍ତି । ଏହି ମିଶ୍ରଣ ପର୍ବରେ ନୟାଗଡ଼ ବିଧାୟକ ଡ. ସାହୁ ସମସ୍ତଙ୍କୁ ସ୍ୱାଗତ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ନୟାଗଡ଼ ପୌରାଞ୍ଚଳ ପୌର ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଜିଲ୍ଲା ପରିଷଦ ସୁବାଷ କଅଁର, ଜିଲ୍ଲା ଯୁବ ବିଜେଡି ସଭାପତି ଯୁଧିଷ୍ଠିର ବେହେରା, ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡା, ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ଗଗନ ବିହାରି ମିଶ୍ର, ସମାଜ ସେବୀ ନାରାୟଣ ସାହୁ ଓ ଏସ.କେ.ହାସନ ପ୍ରମୁଖ ଉପସ୍ଥିତ ରହିଥିଲେ । ଏହି ପରିପ୍ରେକ୍ଷୀରେ ନବୀନ ପଟ୍ଟନାୟକ ଜିନ୍ଦାବାଦ, ଡ. ଅରୁଣ କୁମାର ସାହୁ ଜିନ୍ଦାବାଦ, ଅରୁପ ପଟ୍ଟନାୟକ ଜିନ୍ଦାବାଦ, ଶଙ୍ଖ ଚିହ୍ନ ଜିନ୍ଦାବାଦ, ଯୋଡ଼ି ଶଙ୍ଖ ଜିନ୍ଦାବାଦ ଓ ଆମ ପାଇଁ ବଡ଼ ଆମ ନୟାଗଡ଼ ର ନାରା ଦେଇଥିଲେ । ଆଗାମୀ ଦିନରେ ବିଜୁ ଜନତା ଦଳକୁ ଅଧୀକ ଶକ୍ତିଶାଳୀ କରିବା ପାଇଁ ପ୍ରକାଶ କରିଥିଲେ ।
No Result
View All Result