ଓଡିଶା ତାଜା ନ୍ୟୁଜ୍ ( ୦୪ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ଆଜି ବଙ୍ଗୋପ ସାଗରରେ ସକ୍ରିୟ ହେବ ଲଘୁଚାପ। ଏହାର ପ୍ରଭାବରେ ୭ ତାରିଖ ଯାଏଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି । ଏଥିପାଇଁ ରାଜ୍ୟର ୧୭ଟି ଜିଲ୍ଲାରେ ୟେଲୋ ଓ୍ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି ଗଞ୍ଜାମ, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ମୟୂରଭଞ୍ଜ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଝାରସୁଗୁଡ଼ା ।
ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ । ସେହିପରି ସମ୍ବଲପୁର, ବରଗଡ଼ ଓ କୋରାପୁଟ ଜିଲ୍ଲାରେ ମଧ୍ୟ ଜୋର୍ ବର୍ଷାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଲଘୁଚାପକୁ ଦେଖି ଆସନ୍ତା ୬ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।