• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନବୀନଙ୍କ ନିର୍ବାଚନ ପ୍ରଚାରରେ ନୟାଗଡ଼ ପାଲଟିଲା ଜନ ସମୁଦ୍ର – ଚିନ୍ତାରେ ରାଣୀ ଓ ବିଜେପି କର୍ମୀ

Proprietor Abhimanyu Maharana by Proprietor Abhimanyu Maharana
May 23, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ନବୀନଙ୍କ ନିର୍ବାଚନ ପ୍ରଚାରରେ ନୟାଗଡ଼ ପାଲଟିଲା ଜନ ସମୁଦ୍ର – ଚିନ୍ତାରେ ରାଣୀ ଓ ବିଜେପି କର୍ମୀ
Share on FacebookShare on TwitterWhatsapp

ବିଏସକେୱ।ଇ, ମିଶନ ଶକ୍ତି, ଲକ୍ଷ୍ମୀ ବସ୍‌, ମମତା, ୫-ଟି ସ୍କୁଲ, ଛାତ୍ରବୃତ୍ତି, କାଳିଆ, ମଧୁବାବୁ ପେନ୍‌ସନ, ଚାଉଳ କାର୍ଡ ଇତ୍ୟାଦି ବିଭିନ୍ନ ଜଲକଲ୍ୟାଣକାରୀ ଯୋଜନାର ସୁଫଳ ସଂମ୍ପର୍କରେ ଜନମତ ନେଇଥିଲେ ମୁଖ୍ୟମନ୍ତ୍ରୀ। ନବୀନ ପଟ୍ଟନାୟକ ଭଲ କି ବୋଲି ପଚାରିଥିଲେ । ଭାବବିହ୍ବଳପୂର୍ଣ୍ଣ ‘ହଁ’ ରେ ପ୍ରତିଧ୍ବନିତ ହୋଇଥିଲା ସଭାସ୍ଥଳ। ଜୁଲାଇରୁ ବିଜୁଳ ବିଲ୍‌ ଆସିବ ନାହିଁ, ବିଜୁ ଜନତା ଦଳ ସରକାର ମାଗଣାରେ ବିଜୁଳି ଦେବ ବୋଲି କହି ଆପଣଣାନେ ଖୁସି ତ ବୋଲି ଲୋକଙ୍କୁ ପଚାରିଥିଲେ ନବୀନ।

ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜେପି କର୍ମୀଙ୍କୁ ପଶିଚି ଛନକା , ଏବେ ଯିବେ କୁଆଡେ଼?

ମୁଁ ନୟାଗଡ଼ ଶ୍ରେଷ୍ଠ ମୁଲିଆ, ଯୋଡ଼ି ଶଙ୍ଖକୁ ଭୋଟ ଦିଅନ୍ତୁ, ବିକାଶର ମାର୍ଗ ଦେଖନ୍ତୁ  :  ଅରୁଣ

ନୟାଗଡ଼ରେ ନବୀନଙ୍କ ପ୍ରଚାର, ୩୫ ହଜାରରୁ ଉର୍ଦ୍ଧ୍ୱ ଜନତା ସାମିଲ, ବହୁ ସଂଖ୍ୟକ ମହିଳା ସାମିଲ

ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଆସି ନିର୍ବାଚନ ପାଇଁ ଏଠାରେ ବୁଲୁଛନ୍ତି। ସେମାନଙ୍କୁ ପଚାରନ୍ତୁ, ତାଙ୍କ ରାଜ୍ୟରେ ସେମାନେ ଏଭଳି କିଛି କରିଛନ୍ତି କି? ଏଠାରେ ଆସି ବଡ ବଡ କଥା କହୁଛନ୍ତି । ୧୦ ବର୍ଷ ତଳେ ବିଜେପି କହିଥିଲା ଆମେ କ୍ଷମତାକୁ ଆସିଲେ ଦରଦାମ କମାଇବୁ, ରୋଜଗାର ବୃଦ୍ଧି କରିବୁ, କିଛି କଲେ ନାହିଁ, ଏବେ ଆସି ଭୋଟ ପାଇଁ ମିଛ କଥା କହୁଛନ୍ତି, ଅପପ୍ରଚାର କରୁଛନ୍ତି ବୋଲି ପାଣ୍ଡିଆନ କହିଥିଲେ ।

୨୨ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୟାଗଡ଼ ପିଟିଏସ ରୋଡରେ ଥିବା ଷ୍ଟାଡିୟମ ପଡିଆରେ ନିର୍ବାଚନୀ ସଭା କରିଛନ୍ତି । ସକାଳୁ ସକାଳୁ ବହୁ ଛାତ୍ର, ଯୁବ, ମହିଳା, ବରିଷ୍ଠ ନାଗରୀକ, ବୁଦ୍ଧିଜିବି, ସମାଜସେବୀ, ଆଇନଜିବୀ, ବରିଷ୍ଠ ନାଗରୀକ ଓ ବିଭିନ୍ନ ସମ୍ପ୍ରଦାୟର ଲୋକମାନେ ଏକଜୁଟ ହୋଇଥିଲେ । ନବୀନଙ୍କୁ ଦେଖିବା ସହିତ ତାଙ୍କ ଅଭିଭାଷଣ ଶୁଣିବା ପାଇଁ ଜନ ସମୁଦ୍ର ପାଲଟିଥିଲା ନୟାଗଡ଼ ସହର । ସକାଳ ୯ଟାରୁ ଲୋକମାନେ ଏକଜୁଟ ହୋଇ ନବୀନଙ୍କୁ ଅପେକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ବର୍ଗର ଲୋକ ମାନଙ୍କ ପାଇଁ ବିଭିନ୍ନ ଯୋଜନା କରିଥିବାରୁ ଲୋକ ମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ନୟାଗଡ଼ ଜିଲ୍ଲାର ୪ ଗୋଟି ନିର୍ବାଚନ ମଣ୍ଡଳୀରେ ବହୁଦିନ ଧରି ବିଜେଡି ଦବ୍‌ଦବା ରଖିଛି । ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ନିର୍ବାଚନ ସରିଯାଇଥିଲେ ମଧ୍ୟ ବାକିଥିବା ୩ ଗୋଟି ନିର୍ବାଚନ ମଣ୍ଡଳୀରେ ନବୀନଙ୍କ ହାୱା ଦେଖିବାକୁ ମିଳୁଛି ।ଆଜିର ଏହି ନିର୍ବାଚନ ସଭାରେ ନୟାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ମୁଁ ନୟାଗଡ଼ ନିର୍ବାଚନ ମଣ୍ଡଳୀର ଶ୍ରେଷ୍ଠ ମୁଲିଆ ବୋଲି ପ୍ରକାଶ କରିଥିଲେ । ଓଡିଶାର ୪ କୋଟି ଜନତାଙ୍କର ପ୍ରିୟ ପାତ୍ର ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୟାଗଡ଼ ଜିଲ୍ଲାର ୪ ଗୋଟି ନିର୍ବାଚନ ମଣ୍ଡଳୀରେ ବିଜେଡିର ଶୁଭ ଧ୍ୱନି ଶୁଭିବ । ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଅନେକ ବିକାଶ ହୋଇଛି ।

ମୁଖ୍ୟମନ୍ତ୍ରୀଙ୍କ ପାଖରେ ଯାହା ନିବେଦନ କରାଯାଇଛି ମୂଖ୍ୟମନ୍ତ୍ରୀ ତାହାକୁ ମଞ୍ଜୁର କରିଛନ୍ତି । ଏଭଳି ବିକାଶ କ୍ଷେତ୍ରରେ ବିରୋଧୀ ଦଳ ଶାଳିନତା ହରାଇଛନ୍ତି । ଏହାର ଜବାବ ଜନତା ଦେବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦାସର୍ବଦା ସରଳତା ଓ ଅମାୟିକ କଥାବାର୍ତା କରନ୍ତି ।  ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ଼ରେ ଶାନ୍ତି ପ୍ରତିଷ୍ଠା ହୋଇଛି । ମୁଁ ମା’ର ମାନସିକତା ନେଇ ନୟାଗଡ଼ ନିର୍ବାଚନ ମଣ୍ଡଳୀର କାମ କରୁଛି ।ଆଗାମୀ ଦିନରେ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ କିପରି ଶିଳ୍ପ କ୍ଷେତ୍ରରେ ସମୃଦ୍ଧ ହେବ ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ଅରୁଣ । ନୟାଗଡ଼ ମାଟି ଯାହା କରେ ତାହା ସାରା ଓଡିଶା ଅନୁସରଣ କରେ ବୋଲି ଡ. ସାହୁ ପ୍ରକାଶ କରିଥିଲେ । ଏହି ସଭାରେ ରଣପୁର ବିଜେଡି ବିଧାୟକ ପ୍ରାର୍ଥୀ ସତ୍ୟନାରାୟଣ ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶର କଥାକୁ ପ୍ରକାଶ କରିଥିଲେ ।

ନୟାଗଡ଼ ଜିଲ୍ଲାରେ ବିକାଶ କିପରି ମହା ବିକାଶରେ ପରିଣତ ହେବ ସେଥିପ୍ରତି ସେ ଗୁରୁତ୍ୱାରୋପ କରିଥିଲେ । ଏଥି ସହିତ ପୁରୀ ବିଜେଡି ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକଙ୍କ ସହ ଡ. ଅରୁଣ କୁମାର ସାହୁଙ୍କୁ ଯୋଡି ଶଙ୍ଖରେ ଭୋଟ ଦେବା ପାଇଁ ନିବେଦନ କରିଥିଲେ । ପୁରୀ ବିଜେଡିର ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକ ତାଙ୍କ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଃସ୍ୱାର୍ଥପର କାର୍ଯ୍ୟକୁ ପ୍ରଶଂସା କରିଥିଲେ ।

ମୋର ଗୋଟିଏ ନିବେଦନ ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ଅନୁରୋଧ । ୯ ଜୁନରେ ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ନେବେ । ଆପଣ ମାନଙ୍କର ବିକାଶ ମୁଳକ କାର୍ଯ୍ୟର ସେ ସମ୍ପାଦନ କରିବେ । ଆଜିର ଏହି ନିର୍ବାଚନୀ ପ୍ରଚାର ସଭାରେ ୫-ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ଜୟ ଜଗନ୍ନାଥ ଆହ୍ୱାନ ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଅଭିଭାଷଣରେ ଆପଣ ମାନେ ଏତେ ଖରାରେ ଆସିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ।

ବିଏସକେୱାଇ ଯୋଜନା ଭଲକି, ମିଶନ ଶକ୍ତି ଭଲକି, ମମତା ଯୋଜନା ଭଲକି, କାଳିଆ ଯୋଜନା ଭଲକି, ମଧୁବାବୁ ପେନସନ ଯୋଜନା ଭଲକି ଏଭଳି ଅନେକ ପ୍ରସଙ୍ଗ ପଚାରି ଥିଲେ ମୁଖ୍ୟମନ୍ତ୍ରୀ । ସମସ୍ତ ଜନତା ଏହାକୁ ହୁଳହୁଳି ଦେଇ ଅଭିନନ୍ଦନ ଜଣାଇଥିଲେ । ଜୁଲାଇରୁ ବିଜୁଳି ବିଲ ଆସିବନି । ବିରୋଧୀ ଦଳର ନେତା ମାନେ ମିଛ କଥା କହୁଛନ୍ତି । କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ।ଆପଣ ମାନେ ବିଜୁ ଜନତା ଦଳର ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଭୋଟ ଦେବା ପାଇଁ ନିବେଦନ କରିଥିଲେ । ଏହି ଅବସରରେ ୫-ଟି ଅଧ୍ୟକ୍ଷ କଣ୍ଟିଲୋ ନୀଳମାଧବ ମନ୍ଦିର ପ୍ରସଙ୍ଗ, ଜଳ ସେଚନ ପ୍ରସଙ୍ଗ, ବୃତଙ୍ଗ ଜଳସେଚନ ପ୍ରସଙ୍ଗ, ୫-ଟି ସ୍କୁଲ ଓ ଲକ୍ଷ୍ମୀ ବସ ଯୋଜନାରେ ୫ ଟଙ୍କାରେ ଯାତାୟତ କେବଳ ମୁଖ୍ୟମନ୍ତ୍ରୀ କରିଛନ୍ତି ବୋଲି ପ୍ରକାଶ କରିଥିଲେ ।ଏହି ନିର୍ବାଚନୀ ସଭାରେ ନୟାଗଡ଼ ଜିଲ୍ଲା ସହ ପର୍ଯ୍ୟବେକ୍ଷକ ପଦ୍ମନାଭ ବେହେରା, ନୟାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ, ରଣପୁର ବିଜେଡି ବିଧାୟକ ପ୍ରାର୍ଥୀ ସତ୍ୟନାରାୟଣ ପ୍ରଧାନ, ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ନୟାଗଡ଼ ଜିଲ୍ଲା ମହିଳା ବିଜୁ ଜନତା ଦଳ ସଭାନେତ୍ରୀ ବିରଜାଲକ୍ଷ୍ମୀ ସାହୁ,

ନୟାଗଡ଼ ପୌରାଧ୍ୟକ୍ଷା ନିରୁପମା ଖଟେଇ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁଙ୍କ ସମେତ ନୟାଗଡ଼ ନିର୍ବାଚନ ମଣ୍ଡଳୀର ସମସ୍ତ ଜିଲ୍ଲା ପରିଷଦ ଓ ୪୭ ଗୋଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ମାନେ ଯୋଗ ଦେଇଥିଲେ । ଏହି ଅବସରରେ ହଜାର ହଜାର ମହିଳା ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version