୦୬ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଓଡ଼ିଶା ର ନୂତନ ବିଧାନସଭା ଗଠନ ସମ୍ପର୍କିତ ବିଜ୍ଞପ୍ତି ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ପ୍ରକାଶିତ ହୋଇଛି । ଏହି ବିଜ୍ଞପ୍ତି ଓଡ଼ିଶା ରାଜପତ୍ରରେ ମଧ୍ୟ ପୁନଃ ପ୍ରକାଶିତ ହୋଇଛି । ଆଜି ଶ୍ରୀ ନିକୁଞ୍ଜ ବିହାରୀ ଧଳ , ଭାପ୍ରସେ , ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ମୁଖ୍ୟ ନିର୍ବାଚନ ଅଧିକାରୀ , ଓଡ଼ିଶା ଭାରତ ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଙ୍କ ସହ ଓଡ଼ିଶାର ମହା ମହିମ ରାଜ୍ୟପାଳ ଶ୍ରୀ ରଘୁବର ଦାସ ମହୋଦୟଙ୍କୁ ସାକ୍ଷାତ କରି ଉକ୍ତ ବିଜ୍ଞପ୍ତି ପ୍ରଦାନ କରିଛନ୍ତି ।

ଏହି ଅବସରରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକ୍ଟର ଏନ. ତିରୁମାଲା ନାୟକ , ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଶତୃଘ୍ନ କର , ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ମିହିର ମହାନ୍ତି , ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ପ୍ରମୋଦ ସାହୁ ଓ ଭାରତ ନିର୍ବାଚନ ଆୟୋଗ ଙ୍କ ପ୍ରତିନିଧି ଶ୍ରୀ ଦିଲ୍ଲୀପ କୁମାର ମହତୋ ଉପସ୍ଥିତ ରହି ଉକ୍ତ ବିଜ୍ଞପ୍ତି କୁ ମହାମହିମ ରାଜ୍ୟପାଳ ମହୋଦୟ ଙ୍କୁ ପ୍ରଦାନ କରିଥିଲେ । ଓଡ଼ିଶାରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନା ପାଇଁ ମହାମହିମ ରାଜ୍ୟପାଳ ମୁଖ୍ୟ ନିର୍ବାଚନ ଅଧିକାରୀ , ଓଡ଼ିଶା ଶ୍ରୀ ନିକୁଞ୍ଜ ବିହାରୀ ଧଳ ତଥା ସମସ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ସାଧୁବାଦ ଜଣାଇଥିଲେ ।














