• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚର୍ଚ୍ଚାରେ ପୂର୍ଣ୍ଣଛେଦ : ମୋହନ ମାରିଲେ ବାଜି – ଓଡ଼ିଶାର ନୂତନ ମୂଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
June 11, 2024
in ଓଡ଼ିଶା, କେନ୍ଦୁଝର, ମହାନଗର, ରାଜନୀତି, ହୋମ୍
0
ଚର୍ଚ୍ଚାରେ ପୂର୍ଣ୍ଣଛେଦ : ମୋହନ ମାରିଲେ ବାଜି – ଓଡ଼ିଶାର ନୂତନ ମୂଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

କେନ୍ଦୁଝର ସଦର ବିଧାୟକ – ମୋହନ ଚରଣ ମାଝୀ”

ଓଡ଼ିଶାର ନୂତନ ମୂଖ୍ୟମନ୍ତ୍ରୀ

-୬.୧.୧୯୭୨ ମସିହାରେ କେନ୍ଦୁଝର ଜିଲ୍ଲା ସଦର ବ୍ଲକ ରାଇକଳା ଗାଁରେ ଏକ ଗରିବ ପରିବାରରେ ମୋହନଙ୍କ ଜନ୍ମ ।

-ତାଙ୍କ ପିତା ଗୁନାରାମ ମାଝୀ ନିଜ ଗାଁ ରାଇକଳା ବିଦ୍ୟାଳୟ ରେ ପିଅନ ରୂପେ କାର୍ଯ୍ୟରତ ଥିଲେ ।

-ପିଲାଟି ବେଳୁ ସେ ତାଙ୍କ ମା ବାଲେଶ୍ଵରୀ ମାଝୀ ଙ୍କୁ ହରାଇଥିଲେ ।
ଘରର ବଡପୁଅ ଭାବେ ତାଙ୍କ ଉପରେ ପଡିଥିଲା ସମ୍ପୁର୍ଣ୍ଣ ପରିବାରର ଦାୟିତ୍ବ ।

-ତାଙ୍କ ତଳେ ତାଙ୍କ ର ଜଣେ ଭାଇ ପୂର୍ଣ୍ଣ ଚନ୍ଦ୍ର ମାଝୀ ଓ ଭଉଣୀ ରାସମଣୀ ମାଝୀ ଥିଲେ । କିଛି ବର୍ଷ ପୂର୍ବେ ଭାଇ ଓ ପିତା ମଧ୍ୟ ଇହଲୀଳା ତ୍ୟାଗକରି ଛନ୍ତି ।

-ନିଜ ଗାଁଠୁ ୫କିଲୋମିଟର ଦୂର ଝୁମ୍ପୁରାକୁ ସେ ଚାଲିଚାଲି ଯାଇ ଟିଉସନ୍ କରି ଘରର ଗୁଜୁରାଣ ମେଣ୍ଟାଉଥିଲେ ।

-ଗାଁ ବିଦ୍ୟାଳୟରେ ୭ମ ପର୍ଯ୍ୟନ୍ତ ପଢ଼ିବା ପରେ ସିଏ ଝୁମ୍ପୁରା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରେ ପାଠ ପଢିଥିଲେ। ୧୯୮୭ ମସିହାରେ ମାଟ୍ରିକ ପାସ୍ କରିଥିଲେ ।

-ଏହାପରେ ଆନନ୍ଦପୁର ସରକାରୀ ମହାବିଦ୍ୟାଳୟ ରେ ୧୯୯୦ ମସିହାରେ+୨ କଳା ରେ ପାସ୍ କରିଥିଲେ।

-ଏହାପରେ ୧୯୯୩ ମସିହାରେ ଚମ୍ପୁଆ ସ୍ଥିତ ଚନ୍ଦ୍ରଶେଖର ମହାବିଦ୍ୟାଳୟରୁ+୩ କଳା ପାସ୍ କରିଥିଲେ ।

-୨୦୧୧ ମସିହାରେ ସେ ଢେଙ୍କାନାଳ ଆଇନ ମହାବିଦ୍ୟାଳୟ ରୁ LLB ପାସ୍ କରିଥିଲେ।

-କିଛିଦିନ ପାଇଁ ସିଏ ଝୁମ୍ପୁରା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ରେ ଶିକ୍ଷକ ଭାବରେ କାର୍ଯ୍ୟାରମ୍ଭ କରିଥିଲେ।

-ପ୍ରଥମେ ନିଜଗ୍ରାମ ସମିତି ସଭ୍ୟ ରୂପେ ଠିଆହୋଇ ହାରିଥିଲେ ।

-ଏହାପରେ ୧୯୯୭ ମସିହାରେ ରାଇକଳା ଗ୍ରାମପଞ୍ଚାୟତର ସରପଞ୍ଚ ପଦବୀ ଜିତି ସେ ଆରମ୍ଭ କରିଥିଲେ ନିଜ ରାଜନୈତିକ କ୍ୟାରିୟର୍ । ଏହାପରେ ସେ ଆଉ ପଛକୁ ଫେରି ଚାହିଁ ନାହାଁନ୍ତି ।

-ପ୍ରଥମେ ୨୦୦୦ ମସିହା, ପରେ ୨୦୦୪ ଓ ୨୦୧୯ ମସିହା ଓ ଏବେ ୨୦୨୪ ମସିହାରେ ଚତୁର୍ଥ ଥର ପାଇଁ ସଦର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ।

-ଏହାଛଡା ସିଏ ସରକାରୀ ଉପମୁଖ୍ୟ ସଚେତକ, ପବ୍ଲିକସ ଆକାଉଣ୍ଟ କମିଟି ର ଅଧ୍ୟକ୍ଷ ଓ ବିରୋଧୀ ଦଳ ର ମୂଖ୍ୟ ସଚେତକ ରୂପେ କାର୍ଯ୍ୟ ତୁଲାଇଥିଲେ।

୧୧ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ବିଜେପି ବିଧାୟକ ଦଳ ବୈଠକରେ ଏନେଇ କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝିଙ୍କ ନାଁରେ ମୋହର ବାଜିଛି । ବୁଧବାର ଅପରାହ୍ଣରେ ସେ ଭୁବନେଶ୍ୱର ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ସହ ନୂଆ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ଶପଥ ନେବେ। ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ହେବାକୁ ଯାଉଥିବାରୁ କର୍ମୀଙ୍କ ମହଲରେ ଉତ୍ସାହ ଦେଖିବାକୁ ମିଳିଛି।

ଚାରି ଚାରି ଥର ବିଧାୟକ

୧୯୭୨ ମସିହା ଜାନୁଆରି ୬ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମ ଗ୍ରହଣ କରିଥିଲେ ମୋହନ ଚରଣ ମାଝି। କଳାରେ ସ୍ନାତକ କରିଥିବା ମୋହନ ପ୍ରଥମେ ଶିଶୁ ମନ୍ଦିରରେ ଗୁରୁଜୀ ଭାବେ ଚାକିରି କରୁଥିଲେ । ଏହାପରେ ଭାରତୀୟ ଜନତା ପାର୍ଟିରୁ ରାଜନୀତିକ କ୍ୟାରିୟର ଆରମ୍ଭ କରିଥିଲେ ।

ସେ ୧୯୯୭ରେ ସରପଞ୍ଚ ଥିଲେ। ୨୦୦୦ ମସିହାରେ ସେ ପ୍ରଥମ ଥର ପାଇଁ କେନ୍ଦୁଝର ସଦର ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ସେ ଆଉ ପଛକୁ ଫେରି ଚାହିଁ ନାହାନ୍ତି। ୨୦୦୪ରେ ପୁଣିଥରେ ମୋହନ ବିଜେପି ଟିକେଟରେ ଜିତିଥିଲେ।

୨୦୦୯ ଏବଂ ୨୦୧୪ରେ ମୋହନ ବିଜେଡି ପ୍ରାର୍ଥୀଙ୍କଠାରୁ ପରାଜିତ ହୋଇଥିଲେ। ୨୦୧୯ରେ ପୁଣି କେନ୍ଦୁଝର ରାଜନୀତି କଡ଼ ଲେଉଟାଇଥିଲା। ମୋହନ ମାଝିଙ୍କ ଉପରେ କେନ୍ଦୁଝରବାସୀ ଭରସା କରିଥିଲେ। ମୋହନ ବିଧାୟକ ଭାବେ ଜିତି ବିରୋଧୀ ଦଳ ମୁଖ୍ୟ ସଚେତକ ହୋଇଥିଲେ।

ଚର୍ଚ୍ଚାରେ ପୂର୍ଣ୍ଣଛେଦ – ମୋହନ ମାରିଲେ ବାଜି

ଚଳିତ ନିର୍ବାଚନରେ ବିଜେପି ସରକାର ଗଢ଼ିବା ପାଇଁ ବହୁମତ ପାଇବା ପରେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଏହି ରେସରେ ଅନେକ ବରିଷ୍ଠ ନେତାଙ୍କ ନାଁ ଆଗରେ ରହିଥିଲା। ଧର୍ମେନ୍ଦ୍ର ପ୍ରଧାନ, ବୈଜୟନ୍ତ ପଣ୍ଡା, ସୁରେଶ ପୂଜାରୀ, କନକ ବର୍ଦ୍ଧନ ସିଂହଦେଓଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଏଥିରେ ପୂର୍ଣ୍ଣଛେଦ ପଡ଼ିଛି। ଶେଷରେ ମୋହନ ଚରଣ ମାଝିଙ୍କ ମୁଣ୍ଡରେ ମୁଖ୍ୟମନ୍ତ୍ରୀ ପାଗ ଭିଡ଼ା ଯାଇଛି।

ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ବାଛିବା ପାଇଁ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଏବଂ ଭୁପେନ୍ଦ୍ର ଯାଦବଙ୍କୁ ଦାୟିତ୍ୱ ଦିଆଯାଇଥିଲା। ବିଜେପିର ଏହି ଦୁଇ ତୁଙ୍ଗ ନେତା ଓଡ଼ିଶାରେ ପହଞ୍ଚିବା ପରେ ମଙ୍ଗଳବାର ଅପରାହ୍ଣରେ ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ ମୋହନ ମାଝିଙ୍କୁ ସର୍ବସମ୍ମତି କ୍ରମେ ନେତା ଭାବେ ଚୟନ କରାଯାଇଛି।

ଓଡ଼ିଶାରେ ବିଜେପି ସରକାରର ପ୍ରଥମ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ବିଜେପି କେବେ ଏକାକୀ ସରକାର ଗଠନ କରିନଥିଲା। ୨୦୦୦ରୁ ୨୦୦୯ ଯାଏଁ ବିଜେପି-ବିଜେଡି ମେଣ୍ଟ ସରକାର ଚାଲିଥିଲା। ୨୦୨୪ ନିର୍ବାଚନରେ ଓଡ଼ିଶାରେ ବିଜେପି ପୂର୍ଣ୍ଣ ବହୁମତ ପାଇଛି। ଫଳରେ ମୋହନ ଚରଣ ମାଝି ଓଡ଼ିଶା ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ସବୁଠୁ ବଡ଼ କଥା ହେଉଛି ବିଜେପି ମୋହନ ମାଝିଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଭାବେ ଘୋଷଣା କରି ଆଦିବାସୀଙ୍କୁ ଗୁରୁତ୍ୱ ଦେଉଥିବା ସ୍ପଷ୍ଟ କରିଛି।

୨୦୨୪ ନିର୍ବାଚନରେ ବିଜେଡିର ଅଭେଦ୍ୟ ଦୁର୍ଗକୁ ଭାଙ୍ଗି ବିଜେପି ସରକାର ଗଠନ କରିବା ପାଇଁ ପୂର୍ଣ୍ଣ ବହୁମତ ପାଇଛି। ମୋଟ ୧୪୭ଟି ଆସନରୁ ବିଜେପି ୭୮ଟି ଆସନ ପାଇଥିବା ବେଳେ ବିଜେଡି ୫୧ ଏବଂ କଂଗ୍ରେସ ୧୫ଟି ଆସନ ପାଇଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version