No Result
View All Result
୧୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :-> ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଛି । ସେ ୨୧ ଅଗଷ୍ଟ ୨୦୦୭ରୁ ୦୯ ମାର୍ଚ ୨୦୧୩ ପର୍ୟ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ସୁପ୍ରିମକୋର୍ଟରେ ଜଣେ ବରିଷ୍ଠ ଆଇନଜୀବୀ ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିଥିବା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇଥିଲେ।
ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଥିଲା । ସେ, ଭାରତକୁ ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ୱ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ ‘ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ’ ନାମକ ପୁସ୍ତକ ମଧ୍ୟ ରଚନା କରିିଥିଲେ। ସେ ଶିଶୁ ଓ ଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯ୍ୟ କରିଥିଲେ।
No Result
View All Result