ଓଡିଶା ତାଜା ନ୍ୟୁଜ୍ (୭ ଅଗଷ୍ଟ ଶୁକ୍ରବାର) ଭୁବନେଶ୍ୱର :- ରାଜ୍ୟରେ ଆଉ ୧୨ ମୁଣ୍ଡ ନେଲା କରୋନା । ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚି ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
କରୋନା ଯୋଗୁ ଆଖି ବୁଜିଥିବା ୧୨ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାବ୍ୟତୀତ ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରଥମ କରୋନାଜନିତ ମୃତ୍ୟୁ ହୋଇଛି । ଏହାବାଦ ଗଜପତି, ଭଦ୍ରକ, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।