No Result
View All Result
୨୧ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ ଜିଲ୍ଲା :-> ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ ଜିଲ୍ଲା ସ୍ତରରେ ପାଳନ କରାଯାଇଛି | ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ଯୋଗାଭ୍ୟାସ କାର୍ଯ୍ୟକ୍ରମ କରାଯାଇଥିଲା | ଏହି ଦିବସ ପାଳନ ଉପଲେକ୍ଷ ମୁଖ୍ୟ ଚିକିତ୍ସାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ଯୋଗାଭ୍ୟାସ କରିଥିଲେ | ଉତ୍କକାର୍ଯ୍ୟକ୍ରମରେ ଯୋଗ ପ୍ରଶିକ୍ଷିକା ଶ୍ରୀମତୀ ବିଥିକା ମହାନ୍ତି କର୍ମଚାରୀଙ୍କୁ ଯୋଗାଭ୍ୟାସ କରାଇଥିଲେ ଏବଂ ଏହାର ସୁପ୍ରଭାବ ଶରୀର ଉପରେ କଣ ରହିଛି ଅବଗତ କରାଇଥିଲେ |
ଜିଲ୍ଲାରେ ସମସ୍ତ ୧୭ ଗୋଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ୪୪ ଟି ପ୍ରାଥମିକ ସ୍ୱାସ୍ଥ୍ୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ୫ଟି ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ୧୯୪ଟି ଉପସ୍ୱାସ୍ଥ୍ୟ ଓ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଏବଂ ୫ଟି ସହରାଂଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ମଧ୍ୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି | ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସୁଜାତା ମିଶ୍ର ଏହି ଦିବସଟିକୁ ଜିଲ୍ଲାର ସବୁଠାରେ ସୁପରିଚାଳନା କରିଥିବା ସମସ୍ତ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ ଓ ଯୋଗ ପ୍ରଶିକ୍ଷକଙ୍କୁ ଧନ୍ୟବାଦ ଦେଇଥିଲେ |
(ଦେବୀ ପ୍ରସନ୍ନ ଗାଙ୍ଗୁଲି, ଫଟୋ ସାମ୍ବାଦିକ, ପୁରୀ)
No Result
View All Result