No Result
View All Result
୨୧ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :-> ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ କ୍ଷେତ୍ର କାର୍ଯ୍ୟାଳୟ ଭବାନୀପାଟଣା ଏବଂ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ବାଲାଜୀ ବିହାରର ମିଳିତ ଆନୁକୁଲ୍ୟରେ ଦଶମ ଆନ୍ତର୍ଜାତିକ ଯୋଗ ଦିବସ ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମରେ ଭବାନୀପାଟଣା ପୌରଧ୍ୟକ୍ଷା ଶ୍ରୀମତୀ ସଂଯୁକ୍ତା ବେହେରା ମୁଖ୍ୟ ଅତିଥି ହିସାବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ |
ମୁଖ୍ୟ ବକ୍ତା ହିସାବରେ ଯୋଗ ଶିକ୍ଷକ ଶ୍ରୀଯୁକ୍ତ ଗଜେନ୍ଦ୍ର ପାଢ଼ୀ ଯୋଗ ଦେଇଥିବା ବେଳେ ଶ୍ରୀଯୁକ୍ତ ଅଶୋକ କୁମାର ସିଂ ସଙ୍କୁଳ ପ୍ରମୁଖ ,ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଦାଶରଥି ପଣ୍ଡା ସମ୍ମାନିତ ଅତିଥି ହିସାବରେ ଯୋଗ ଦେଇଥିଲେ | କାର୍ଯ୍ୟକ୍ରମ ପ୍ରାରମ୍ଭରେ ଏବଂ ପରେ ବିଦ୍ୟାଳୟ ଛାତ୍ରଛାତ୍ରୀ ତଥା ଗୁରୁଜୀ ଗୂରୁମା ମାନଂକୁ ନେଇ ଯୋଗାଭ୍ୟାସ ସହ ସଚେତନତା ପଦଯାତ୍ରା ସହର ପରିକ୍ରମା କରିଥିଲେ |
ମୁଖ୍ୟ ଅତିଥି ତଥା ସମସ୍ତ ଅତିଥି ବୃନ୍ଦ ଯୋଗ ଉପରେ ମାର୍ଗଦର୍ଶନ କରିଥିଲେ | ଯୋଗ ଉପରେ ଆଧାରିତ ବକୃତା,କଳା , ପ୍ରଶ୍ନମଞ୍ଚର କୃତି ଛାତ୍ରଛାତ୍ରୀଙ୍କୁ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ପୁରସ୍କୃତ କରାଯାଇଥିଲା | ଏହି କାର୍ଯ୍ୟକ୍ରମକୁ କ୍ଷେତ୍ର ପ୍ରଚାର ଅଧିକାରୀ ଶ୍ରୀ ଖଗେଶ ବାଇପାଇ ସଭା ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଆଚାର୍ଯ୍ୟ ଲିଙ୍ଗରାଜ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ | ଶେଷରେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଦ୍ଵାରା ପ୍ରେରିତ ସ୍ବାଗତ ସେବା ସଂଘ ତରଫରୁ ସୂଚନାଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା | ଏହି କାର୍ଯ୍ୟକ୍ରମକୁ ସଫଳ କରାଇବାରେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା ତଥା ସେବକ ସେବିକା ମାନେ ପ୍ରୟାସ କରିଥିଲେ |
No Result
View All Result