• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚତୃର୍ଦ୍ଧା ମୂର୍ତ୍ତି ନାରାୟଣ ଶ୍ରୀ ଅଲାରନାଥ ଗୋଟିଏ ଦିନ ଦର୍ଶନ – କୋଟିପୁଣ୍ୟ ଅର୍ଜନ

Proprietor Abhimanyu Maharana by Proprietor Abhimanyu Maharana
June 23, 2024
in ଓଡ଼ିଶା, ପୁରୀ, ମନୋରଞ୍ଜନ, ହୋମ୍
0
ଚତୃର୍ଦ୍ଧା ମୂର୍ତ୍ତି ନାରାୟଣ ଶ୍ରୀ ଅଲାରନାଥ ଗୋଟିଏ ଦିନ ଦର୍ଶନ – କୋଟିପୁଣ୍ୟ ଅର୍ଜନ
Share on FacebookShare on TwitterWhatsapp

୨୩ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ବ୍ରହ୍ମଗିରିସ୍ଥ ବକୁଳବନ, କେତକୀବନ ବେଷ୍ଟନୀ ରେ ବିଦ୍ୟମାନ ପ୍ରଭୁ ଶ୍ରୀ ଅଲାରନାଥ |ଦେବସ୍ନାନ ପୂର୍ଣମୀ ରେ ସ୍ନାନବେଦୀ ରେ ସ୍ନାନ ପରେ ଶ୍ରୀଜୀଉ ଜ୍ଵର ରେ ପୀଡିତ ହୋର ଅଣସର ଘରେ ଅବସ୍ଥାନ କରୁଛନ୍ତି |ଏହି ସମୟରେ ଭକ୍ତ ଚକାଆଖି ଦର୍ଶନ କରି ନ ପାରି ବ୍ୟାକୁଳ ହୁଏ | ଏହି ସମୟରେ ପ୍ରଭୁ ଚତୁର୍ଦ୍ଧା ମୁର୍ତ୍ତୀ ନାରାୟଣ ରୂପରେ ଶ୍ରୀ ଅଲାରନାଥ ଭକ୍ତ ଙ୍କୁ ଦର୍ଶନ ଦେଇଥାନ୍ତି | କଥିତ ଓ ଭକ୍ତ ଙ୍କ ବିଶ୍ୱାସ ରହିଛି ଯେ ଶ୍ରୀମନ୍ଦିର ରେ ଶ୍ରୀଜଗନ୍ନାଥ ଙ୍କୁ ବର୍ଷକ ଯାକ ଦର୍ଶନ କଲେ ଯେତିକି ପୁଣ୍ୟ ମିଳେ ଅଣସର ସମୟରେ ଗୋଟିଏ ଦିନ ଶ୍ରୀଅଲାରନାଥ ଙ୍କୁ ଦର୍ଶନ କଲେ ସେତିକି ପୁଣ୍ୟ ମିଳେ | ପୁରୀ ଠାରୁ ପଶ୍ଚିମ ଆଡକୁ ଗଲେ ଅଳ୍ପ ଦୁରରେ ବ୍ରହ୍ମଗିରି । ସତ୍ୟଯୁଗ ସମୟର କଥା ଏକଦା ସୃଷ୍ଟିକର୍ତ୍ତା ବ୍ରହ୍ମା ଭଗବାନ ବିଷ୍ଣୁଙ୍କ ଦର୍ଶନ ଲାଭ କରିବା ଲାଗି ଘୋର ତପସ୍ୟା କଲେ । ବ୍ରହ୍ମାଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଭଗବାନ୍ ବିଷ୍ଣୁ ଚତୁର୍ଭୁଜ ରୂପ ଧାରଣ କରି ତାଙ୍କ ସମ୍ମୁଖରେ ପ୍ରକଟ ହେଲେ ଓ କହିଲେ ମୁଁ ତୁମ ତପସ୍ୟାରେ ସନ୍ତୁଷ୍ଟ । ତୁମେ ମୋର ଏକ ଚତୁର୍ଭୁଜ ମୂର୍ତ୍ତି ନିର୍ମାଣ କରି ଏଠାରେ ପୂଜାର୍ଚ୍ଚନା କର ।ଭଗବାନଙ୍କ ଆଜ୍ଞା ପାଳନ କରି ବ୍ରହ୍ମା କଳା ମୁଗୁନି ପଥରରେ ବିଷ୍ଣୁଙ୍କ ଚଳନ୍ତି ପ୍ରତିମା ନିର୍ମାଣ କରି ସେଠାରେ ପୂଜାର୍ଚ୍ଚନା କଲେ । ସେହି ପ୍ରତିମୂର୍ତ୍ତି ସମ୍ପ୍ରତ୍ତି ଅଲାରନାଥ ନାମରେ ସର୍ବତ୍ର ବିଖ୍ୟାତ ।

ଯେଉଁ ପର୍ବତ ଉପରେ ସେ ତପସ୍ୟା କଲେ ସେହି ସ୍ଥାନଟି ପରବର୍ତ୍ତୀ କାଳରେ ବ୍ରହ୍ମଗିରି ନାମରେ ବିଖ୍ୟାତ ହେଲା ।ପରବର୍ତ୍ତୀ ସମୟରେ ସେହି ଅଞ୍ଚଳକୁ ବ୍ରହ୍ମଗିରି ବୋଲି କୁହାଗଲା । ପୌରାଣିକ କଥା ଯେ, ରାଜା ଇନ୍ଦ୍ରଦ୍ୟୁମ୍ନ ରାଜତ୍ୱ କାଳରେ ସୃଷ୍ଟିକର୍ତ୍ତା ବ୍ରହ୍ମା ଶ୍ରୀମନ୍ଦିର ପ୍ରତିଷ୍ଠା ଲାଗି ମର୍ତ୍ତ୍ୟଭୂମିକୁ ଆସିଥିଲେ । ସେ ପ୍ରଥମେ ଯେଉଁ ସ୍ଥାନରେ ମର୍ତ୍ତ୍ୟଭୂମିକୁ ଓହ୍ଲାଇଲେ ସେହି ସ୍ଥାନକୁ ପରବର୍ତ୍ତୀ ସମୟରେ ବ୍ରହ୍ମଗିରି ବୋଲି କୁହାଗଲା । ସୃଷ୍ଟିକର୍ତ୍ତା ମର୍ତ୍ତ୍ୟଭୂମିରେ ପାଦ ଦେବା ପରେ ବିଷ୍ଣୁଙ୍କ ପୂଜା କରିଥିଲେ ।ଯେଉଁଠାରେ ସେ ବିଷ୍ଣୁଙ୍କ ପୂଜା କରିଥିଲେ ପରବର୍ତ୍ତୀ ସମୟରେ ତାହା ଅଲାରନାଥ ନାମରେ ଖ୍ୟାତି ଅର୍ଜନ କଲା । ସେହି ବ୍ରହ୍ମଗିରି ରେ ପ୍ରବେଶ କରୁ କରୁ ବିରାଜ ମାନ କରିଛନ୍ତି ଅଲାରନାଥ ଭଗବାନ। ତାଙ୍କ ସେବା କରିବାପାଇଁ ଅନେକ ସେବକ ସେଠି ଖଞ୍ଜା ହେଇଛନ୍ତି ।ଭଗବାନ ପ୍ରସିଦ୍ଧ ବିଗ୍ରହ । ସେ ଚତୁର୍ଦ୍ଧାମୂର୍ତ୍ତି ନାରାୟଣ। ସାଢେ ପାଞ୍ଚଫୁଟ ଉଚ୍ଚତା । ଶ୍ରୀଦେବୀ ଏବଂ ଭୂଦେବୀ ପାଖରେ ବିଦ୍ୟମାନ କରିଛନ୍ତି। ପଦଯୁଗ ତଳେ ଗରୁଡ଼ ପ୍ରାର୍ଥନାରତ। ଦଣ୍ଡାୟମାନ ଭଙ୍ଗୀରେ ଥିବା ଏହି ବିଗ୍ରହଙ୍କର ହସ୍ତରେ ଶଙ୍ଖ, ଚକ୍ର, ଗଦା, ପଦ୍ମ ସୁଶୋଭିତ ।ଶ୍ରୀ ଜୀଉଙ୍କ ଊର୍ଦ୍ଧ୍ୱ ବାମ ହସ୍ତରେ ଶଙ୍ଖ, ଡାହଣ ହସ୍ତରେ ଚକ୍ରଚିହ୍ନ ଅଛି । ନିମ୍ନ ବାମ ହସ୍ତରେ ଗଦା ଓ ଡାହାଣ ହସ୍ତରେ ପଦ୍ମ ଚିହ୍ନ ବିଦ୍ୟମାନ । କିନ୍ତୁ ମୁହଁରେ ଫୋଟକା ଚିହ୍ନ ରହିଛି |

ତାମିଲନାଡୁରୁ ଆସିଥିବା ଆଲବର ସମ୍ପ୍ରଦାୟମାନେ ତତକାଳିନ ଗଜପତି ଙ୍କ ଦ୍ୱାରା ପ୍ରଭୁଙ୍କ ସେବାରେ ନିୟୋଜିତ। ଏହି ସମ୍ପ୍ରଦାୟର ବ୍ରାହ୍ମଣମାନେ ପ୍ରଭୁଙ୍କର ପୂଜାର୍ଚ୍ଚନା କରନ୍ତି । ବୋହୁପୁରାତନ କାଳରେ ଶ୍ରୀ କେତନ ନାମକ ଜଣେ ବ୍ରାହ୍ମଣ ପୂଜା କରୁଥିଲେ ସେ ପୂଜକ କାର୍ଯ୍ୟବଶତଃ ଅନ୍ୟ ଗ୍ରାମକୁ କେତେଦିନ ପାଇଁ ଚାଲିଯାଇଥିଲେ । ଯିବା ପୂର୍ବରୁ ସେ ତାଙ୍କର ନାବାଳକ ପୁତ୍ରକୁ ଠାକୁରଙ୍କ ନିକଟରେ କ୍ଷୀରିଭୋଗ କରିବା ପାଇଁ କହି ଯାଇଥିଲେ । ଅଜ୍ଞାନ ବାଳକ ପୂଜା ପଦ୍ଧତି ସମ୍ୱନ୍ଧରେ ସମ୍ପୂର୍ଣ୍ଣ ଅଜ୍ଞ ଥିଲେ ସୁଦ୍ଧା କ୍ଷୀରି ହାଣ୍ଡି ଧରି ଠାକୁରଙ୍କ ପାଖରେ ପହଞ୍ଚି ତାର ଚପଳ ବୁଦ୍ଧି ଓ ଭକ୍ତି ସହକାରେ ଆଖି ବନ୍ଦ କରି ଠାକୁରଙ୍କୁ ଆବାହନ କଲା – ଆସ ଅଲାର ଖାଅ ଖିରି ବାପା ଯାଇଛନ୍ତି ତୀର୍ଥ କରି | ଆଖି ଖୋଲି ଦେଖିଲା ହାଣ୍ଡିରେ କିଛି କ୍ଷୀରି ନାହିଁ l ଘରକୁ ଖାଲି ହାଣ୍ଡି ଧରି ଫେରି ତା’ମା ଆଗରେ ସମସ୍ତ ଘଟଣା କହିଲେ ସୁଦ୍ଧା ମା’ର ବିଶ୍ୱାସ ହେଲା ନାହିଁ l ବିଲେଇ କ୍ଷୀରି ବୋଧହୁଏ ଖାଇ ଦେଇଥିବ କିମ୍ବା ଅନ୍ୟ କୌଣସି ଅଘଟଣ ଘଟିଥିବ, ଏହି ଆଶଙ୍କାରେ ପୁତ୍ରର ମା’ ରାତ୍ରି ସାରା ଶୋଇ ପାରି ନ ଥିଲେ l ତା ପରଦିନ ପୁଅକୁ କ୍ଷୀରି ହାଣ୍ଡି ସହ ପଠାଇ ବାଳକଟିର ମାଆ ଅଲାରନାଥ ବିଗ୍ରହଙ୍କର ପଶ୍ଚାତ୍ ଭାଗରେ ଲୁଚି ରହିଥିଲେ l

କ୍ଷୀରି ଖାଇବା ପାଇଁ ବାଳକଟି ଠାକୁରଙ୍କୁ ଆବାହନ କଲା ମାତ୍ରେ, ପ୍ରଭୁ ଅଲାରନାଥ ନଇଁ ପଡ଼ି କ୍ଷୀରି ଖାଉଥିବା ବେଳେ ବାଳକଟିର ମା’ ଭୟରେ ଚିତ୍କାର କରିଥିଲେ lଗରମ କ୍ଷୀରି ପ୍ରଭୁଙ୍କ ହାତ ଓ ମୁହଁରେ ପଡ଼ି ଫୋଟକା ହୋଇଯାଇଥିଲା l ଅଦ୍ୟାବଧି ଏହାର ସ୍ମୃତି ସ୍ୱରୂପ ସ୍ଥାନୀୟ ପୂଜକମାନେ ବିଗ୍ରହଙ୍କର ମୁହଁରେ ଥିବା ଫୋଟକା ଚିହ୍ନ ଦେଖାଇଥାନ୍ତି l ସ୍ଥାନୀୟ ଅଧିବାସୀଙ୍କ ବିଶ୍ୱାସ ଯେ, ପ୍ରଭୁ ଅଲାରନାଥ ସ୍ୱୟଂ କ୍ଷୀରିକୁ ଏଠାରେ ଆଘ୍ରାଣ କରି ଥାଆନ୍ତି, ଯାହାଫଳରେ କି ଏଠାରେ କ୍ଷୀର ଭୋଗ ଅତ୍ୟନ୍ତ ସୁସ୍ୱାଦୁ ଓ ପ୍ରସାଦ ରୂପେ ଭାରତ ବର୍ଷର ସମସ୍ତ ଭକ୍ତମାନଙ୍କ ଗ୍ରହଣୀୟ ହୋଇଛି l ରଥଯାତ୍ରା ପୂର୍ବରୁ ପ୍ରଥମେ ପଡେ ସ୍ନାନଯାତ୍ରା । ଏହି ମହାସ୍ନାନ ପରେ ଶ୍ରୀଜୀଉମାନେ ଲୌକିକ ମତରେ ଭୀଷଣ ଜ୍ୱରରେ ଆକ୍ରାନ୍ତ ହୋଇ ଅଣସର ଘରେ ପଡ଼ିରହନ୍ତି । ଅଣସରର ତାଳତାଟି ଭିତରେ ମହାପ୍ରଭୁଙ୍କ ବଂଶଧର ଭାବେ ପରିଚିତ ଦଇତାପତି ସେବକମାନେ ସେମାନଙ୍କର ସେବାଶୁଶ୍ରୁଷା କରନ୍ତି । ସେହି ସମୟରେ ଭକ୍ତମାନେ ଦୀର୍ଘ ୧୫ଦିନ ଧରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ ଭକ୍ତମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିନପାରି ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କୁ ଦର୍ଶନ କରି ପୁଣ୍ୟ ଅର୍ଜନ କରିଥାନ୍ତି । ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାରେ ଯେତିକି ପୂଣ୍ୟ ମିଳେ ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେତିକି ପୂଣ୍ୟ ମିଳେ ବୋଲି ପ୍ରବାଦ ରହିଛି ।

ପୁରୁଷୋତ୍ତମ ଚନ୍ଦ୍ରିକାରୁ ଜଣାପଡ଼େ ଅଲବନ୍ଦ ଆଚାର୍ଯ୍ୟ ନାମକ ଏକ ତାନ୍ତ୍ରିକ ବ୍ରାହ୍ମଣ ଅନବସର ସମୟରେ ଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ସ୍ୱର୍ଗଦ୍ୱାର ନିକଟ ସୋଲାଖିଆ ବଟବୃକ୍ଷରେ ମହୂମାଛି ହୋଇ ଶ୍ରୀମନ୍ଦିରକୁ ଯାଆନ୍ତେ ସେଠାରେ ବାଧାପ୍ରାପ୍ତ ହୋଇ ସମୁଦ୍ରରେ ଝାସ ଦେବାକୁ ଯିବା ସମୟରେ ଏକ ମର୍କଟ ବାଧାଦେବାରୁ ସେ ଶ୍ରୀ ଅଲାରନାଥଙ୍କ ପୀଠରେ ଆସି ପଡ଼ିଲେ l ଅଲବନ୍ଦାରନାଥଙ୍କ ଠାକୁରଙ୍କୁ କାଳକ୍ରମେ ଶ୍ରୀ ଅଲାରନାଥ ଭାବେ ପୂଜା ହେଉଥିବା କୁହାଯାଏ । ଗବେଷକମାନଙ୍କ ମତାନୁଯାୟୀ ‘ଅଲାରନାଥ’ ନାଁଟି ଏକ ଦ୍ରାବିଡ଼ ଶବ୍ଦରୁ ଆସିଛି । ଦ୍ରାବିଡ଼ ଶବ୍ଦ ‘ଆଲୋୟାର’ର ଅର୍ଥ ଭକ୍ତ । ଏଣୁ ଆଲୋୟାରନାଥ ପ୍ରକୃତରେ ଭକ୍ତଙ୍କର ନାଥ । କାଳକ୍ରମେ ଆଲୋୟାରନାଥ ଶବ୍ଦର ଅପଭ୍ରଂଶ ଘଟି ଆଲବନ୍ଦାନାଥ, ଅଲବରନାଥ, ଆଲାଲାନାଥ ଏବଂ ପରିଶେଷରେ ସ୍ଥାନୀୟ ଲୋକମୁଖରେ ଏହା ‘ଅଲାରନାଥ’ ନାମରେ ପ୍ରସିଦ୍ଧି ଲାଭ କରିଛି । ଅପରପକ୍ଷରେ ପୁରୁଷୋତ୍ତମ ଚନ୍ଦ୍ରିକାରେ ହୋଇଥିବା ଉଲ୍ଲେଖ ଅନୁସାରେ ପରମ ତାନ୍ତ୍ରିକ ବାବା ଅଲବନ୍ଦାଚାର୍ଯ୍ୟ ନାମକ ଜଣେ ତନ୍ତ୍ର ସାଧକ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସିଥିବା ସମୟରେ ଅଣସର ହେତୁ ଦର୍ଶନ ପାଇ ପାରି ନ ଥିଲେ । ନିଜର ତନ୍ତ୍ର ସାଧନା ପ୍ରୟୋଗ କରି ସେ ଏକ ଭ୍ରମର ରୂପରେ ଅଣସର ଗୃହକୁ ପ୍ରବେଶ କରିଥିଲେ ।

ଅଣସର ଗୃହରେ ଏକ ଅଷ୍ଟଦଳ ପଦ୍ମ ଦେଖି ଅଲ୍‌ବନ୍ଦା ପଦ୍ମ ଉପରେ ବସିବାକୁ ଉଦ୍ୟମ କରିବା ବେଳେ ପଦ୍ମର ପାଖୁଡ଼ାଗୁଡ଼ିକ ଜଣେ ଜଣେ ସୁନ୍ଦରୀ ନାରୀରେ ପରିଣତ ହୋଇ ଭ୍ରମରକୁ ଉପହାସ କରିଥିଲେ । ଫଳରେ ଅଲ୍‌ବନ୍ଦାଚାର୍ଯ୍ୟ ଅପମାନ ପୂର୍ବକ ଜଗନାଥଙ୍କ ଦର୍ଶନରୁ ବଞ୍ଚିତ ହୋଇ ସମୁଦ୍ରରେ ପ୍ରାଣ ବିସର୍ଜନ ନିମନ୍ତେ ଉଦ୍ୟମ ହୁଅନ୍ତେ ହଠାତ୍ ଏକ ବିରାଟକାୟ ମର୍କଟ ତାଙ୍କ ସମ୍ମୁଖରେ ଲମ୍ଫ ପ୍ରଦାନ କରି ଦକ୍ଷିଣ ଦିଗକୁ ଗତି କରିଥିଲା । ଏହା ଭଗବାନଙ୍କ ନିର୍ଦ୍ଦେଶ ଭାବି ସେ ଦକ୍ଷିଣାଭିମୁଖୀ ଦିଗରେ ଯାତ୍ରା କରି ବ୍ରହ୍ମଗିରିସ୍ଥ ଅଲାରନାଥ ପୀଠରେ ପହଞ୍ଚି ସେଠାରେ ଶିଳାରୂପୀ ବିଷ୍ଣୁ ବିଗ୍ରହଙ୍କୁ ଦର୍ଶନ କରି ଭାବ ବିହ୍ୱଳିତ ହୋଇଯାଇଥିଲେ । ସତ୍ୟଯୁଗରେ ମହାପ୍ରଭୁଙ୍କ ଲୀଳା ବ୍ରହ୍ମଗିରିରେ ପ୍ରକଟ ହୋଇଥିଲା । ତେବେ ଅନେକ କାଳ ଧରି ଏହି ଲୀଳା ଗୁପ୍ତ ହୋଇ ରହିବା ପରେ ମହାନ ବୈଷ୍ଣବ ସନ୍ଥ ଚୈତନ୍ୟଙ୍କ ଶ୍ରୀକ୍ଷେତ୍ରକୁ ଆଗମନ ସମୟରେ ଅଲାରନାଥଙ୍କ ମହିମା ପୁନର୍ବାର ଲୋକମୁଖରେ ପ୍ରଚାରିତ ହୋଇଥିଲା । ଶ୍ରୀ ଚୈତନ୍ୟ ତାଙ୍କ ଜୀବନର ଶେଷ ୧୮ବର୍ଷ ଶ୍ରୀକ୍ଷେତ୍ରରେ କଟାଇଥିଲେ । କାଶୀମିଶ୍ରାଳୟର ଗମ୍ଭୀରା ଘରେ ସେ ଅବସ୍ଥାନ ପୂର୍ବକ ପ୍ରତ୍ୟହ ଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ ନିମିତ୍ତ ଶ୍ରୀମନ୍ଦିରକୁ ଯାଉଥିଲେ । ଅଣସର ସମୟରେ ପ୍ରଭୁଙ୍କର ଦର୍ଶନ ନ ପାଇ ବିରହ ଜ୍ୱାଳାରେ ମିୟମ୍ରାଣ ହୋଇପଡ଼ିଥିଲେ । ପ୍ରଭୁଙ୍କ ନିର୍ଦ୍ଦେଶରେ ସେ ବ୍ରହ୍ମଗିରିସ୍ଥ ଅଲାରନାଥଙ୍କ ପୀଠରେ ପହଞ୍ଚି ନାରାୟଣ ମୂର୍ତ୍ତିଙ୍କୁ ଦର୍ଶନ କରି ଭାବ ବିହ୍ୱଳିତ ହୋଇଯାଇଥିଲେ ।

ସେଠାରେ ପଡ଼ିଥିବା ଏକ ପ୍ରସ୍ତର ଖଣ୍ଡ ଉପରେ ଦଣ୍ଡବତ ପ୍ରଣିପାତ କରିଥିଲେ । ଶ୍ରୀବିଗ୍ରହଙ୍କ ଦର୍ଶନ ନ ପାଇ ବିରହ ଜ୍ୱାଳାରେ ତାଙ୍କ ଶରୀର ଏତେ ଉତ୍ତପ୍ତ ହୋଇଯାଇଥିଲା ଯେ ଉକ୍ତ ପ୍ରସ୍ତର ଖଣ୍ଡକ ତାଙ୍କ ଶରୀରର ଆକାର ଅନୁଯାୟୀ ତରଳି ଯାଇଥିଲା । ଏବେ ବି ସେହି ପ୍ରସ୍ତର ଖଣ୍ଡିକ ସର୍ବାଙ୍ଗ ଶିଳା ଭାବେ ମନ୍ଦିର ପରିସରରେ ପୂଜିତ ହେଉଛି । ଶ୍ରୀଚୈତନ୍ୟ ପନ୍ଥୀ ଗୌଡ଼ୀୟ ବୈଷ୍ଣବମାନେ ଏହି ପୀଠକୁ ଆଗମନ କରି ପ୍ରଭୁ ଅଲରନାଥଙ୍କୁ ଦର୍ଶନ କରିବା ସହିତ ସେହି ସର୍ବାଙ୍ଗ ଶିଳାକୁ ପ୍ରଣିପାତ କରିଥାନ୍ତି । ଶ୍ରୀମନ୍ଦିର ଭୋଗନୀତି ପରି ଏଠାରେ ମଧ୍ୟ ଭୋଗ ଅନୁଷ୍ଠିତ ହୁଏ । ସକାଳ ୮ଟାରେ ବାଳଭୋଗ, ସକାଳ ଧୂପରେ ଅଣ୍ଡି, ଖେଚେଡ଼ି, ଡାଲି ଓ ତରକାରୀ ଭୋଗ କରାଯାଏ । ମାଧ୍ୟାହ୍ନରେ କ୍ଷୀର ଭୋଗ କରାଯାଇ ପହୁଡ଼ ପଡ଼େ । ରାତିରେ ଦହି ପଖାଳ ଓ ଭଜା ଭୋଗ କରାଯାଏ । ଶ୍ରୀଅଲାରନାଥଙ୍କ କ୍ଷୀରି ଭୋଗ ସବୁଠାରୁ ପ୍ରିୟ । ଶ୍ରୀମନ୍ଦିର ଭଳି ଏଠାରେ ପ୍ରଭୁ ଅଲାରନାଥଙ୍କ ଦୈନଦିନ ଆଳତୀ, ଅବକାଶ, ବଲ୍ଲଭ, ଅନ୍ନଭୋଗ, ଚନ୍ଦନ ଲାଗି, ବଡ଼ସିଂହାର ବେଶ, ପହୁଡ଼ ଇତ୍ୟାଦି ନୀତି ଅନୁଷ୍ଠିତ ହୋଇଥାଏ ।

ବିଶେଷ କରି ଅଣସର ସମୟରେ ଉକ୍ତ ମନ୍ଦିରରେ ଦ୍ୱାର ଫିଟା, ମଙ୍ଗଳ ଆରତୀ, ଅବକାଶ, ଅଣସର ବେଶ, ଚନ୍ଦନ ତୁଳସୀ ଲାଗି, ବଲ୍ଲଭ ଭୋଗ, ସର୍ବସାଧାରଣ ଦର୍ଶନ, ସକାଳ ଧୂପ, ଦ୍ୱିପହର ଧୂପ (କ୍ଷୀର ଭୋଗ), ଦିବା ପହୁଡ଼, ଚିଆଁ ପହୁଡ଼, ସର୍ବସାଧାରଣ ଦର୍ଶନ, ସନ୍ଧ୍ୟା ଆଳତୀ, ମଇଲମ, ଅଣସର ବେଶ, ସର୍ବସାଧାରଣ ଦର୍ଶନ, ସନ୍ଧ୍ୟା ଧୂପ, ବଡ଼ ସିଂହାର ବେଶ ଓ ତତ୍ପରେ ପହୁଡ଼ ନୀତି ହୋଇ ମନ୍ଦିର ଦ୍ୱାର ବନ୍ଦ ହୋଇଥାଏ । ଅନବସର ସମୟରେ ଅନବସର ବେଶ, ଚନ୍ଦନ ଯାତ୍ରା ସମୟରେ ଚନ୍ଦନ ବେଶ, କାର୍ତ୍ତିକ ମାସରେ ରାଧାଦାମୋଦର ବେଶ, ଦଶହରା ଦିନ ରାଜବେଶ, ବସନ୍ତ ପଞ୍ଚମୀ ଦିନ ଘୋଡ଼ାଲିଗି ବେଶ ଓ ଅନ୍ୟାନ୍ୟ ବେଶ କରାଯାଏ । ସେହିଭଳି ବିଭିନ୍ନ ପର୍ବପର୍ବାଣି ମଧ୍ୟରେ ଅନବସର ଉତ୍ସବ, ଚିତାଲାଗି ଅମାବାସ୍ୟା, ଗହ୍ମାପୂର୍ଣିମା, କୁମାର ପୂର୍ଣିମା, ବିଜୟା ଦଶମୀ, ଦେବ ଦୀପାବଳୀ, ଧନୁ ସଂକ୍ରାନ୍ତି, ପହିଲି ଭୋଗ, ମକର ସଂକ୍ରାନ୍ତି, ବକୁଳ ଅମାବାସ୍ୟା, ବସନ୍ତ ପଞ୍ଚମୀ, ଦୋଳ ପୂର୍ଣ୍ଣମୀ, ପୁଷ୍ୟାଭିଷେକ, ପଣାସଂକ୍ରାନ୍ତି, ଚନ୍ଦନ ଯାତ୍ରା ଆଦି ଅନୁଷ୍ଠିତ ହୁଏ ।
 
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

ଓଡ଼ିଶାରେ ଏମ୍‌ଏସ୍‌ଏମ୍‌ଇ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ବ୍ୟାଙ୍କିଂ କ୍ଷେତ୍ର କ୍ରେଡିଟ୍ ପ୍ରାପ୍ତିକୁ ସରଳ କରିବା ସହ ସିବିଲ ସ୍କୋର ସଂସ୍କାର ଉପରେ ଗୁରୁତ୍ୱ ଦେବା ଆବଶ୍ୟକ : ରାଜ୍ୟପାଳ ହରି ବାବୁ କମ୍ଭମପତି

August 13, 2026

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

Panchaa Comes Home: Ramraj Cotton Revives Odisha’s Santhali Weave and Transforms the Livelihoods of Mayurbhanj’s Tribal Women Weavers Through a Contemporary Dhoti

August 12, 2026
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

August 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

ଓଡ଼ିଶାରେ ଏମ୍‌ଏସ୍‌ଏମ୍‌ଇ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ବ୍ୟାଙ୍କିଂ କ୍ଷେତ୍ର କ୍ରେଡିଟ୍ ପ୍ରାପ୍ତିକୁ ସରଳ କରିବା ସହ ସିବିଲ ସ୍କୋର ସଂସ୍କାର ଉପରେ ଗୁରୁତ୍ୱ ଦେବା ଆବଶ୍ୟକ : ରାଜ୍ୟପାଳ ହରି ବାବୁ କମ୍ଭମପତି

August 13, 2026
Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

August 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version