• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜନ୍ମ ମାଟି ରାଇକଳାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ : କେନ୍ଦୁଝର ହେବ ସୁନାର କେନ୍ଦୁଝର

Proprietor Abhimanyu Maharana by Proprietor Abhimanyu Maharana
June 25, 2024
in ଓଡ଼ିଶା, କେନ୍ଦୁଝର, ହୋମ୍
0
ଜନ୍ମ ମାଟି ରାଇକଳାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ : କେନ୍ଦୁଝର ହେବ ସୁନାର କେନ୍ଦୁଝର
Share on FacebookShare on TwitterWhatsapp

ସାଧାରଣ ଜନତା କଲେ ମୁଖ୍ୟମନ୍ତ୍ରୀଙ୍କ ଭବ୍ୟ ସ୍ୱାଗତ

ପିଲାଦିନର ସ୍ମତି ମନେପକାଇଲେ ମୁଖ୍ୟମନ୍ତ୍ରୀ, ଭାବବିହ୍ୱଳ ହେଲେ

ମା’ଙ୍କ ସହିତ ହାଟକୁ ଯିବା, ସାଙ୍ଗସାଥୀମାନଙ୍କ ସହିତ ଖେଳିବା, ବୁଲିବା, ପର୍ବପର୍ବାଣୀ ପାଳନ କରିବା- ସବୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ

ସୁଯୋଗ ଆସିଛି ଗାଁର ବିକାଶ ପାଇଁ, ଆମେ ସମସ୍ତେ ମିଶି ଗାଁ ପାଇଁ କାମ କରିବା

ଆପଣମାନଙ୍କ ଭଲପାଇବା, ଆଶୀର୍ବାଦ ମୋତେ ନେତୃତ୍ୱ ଦେଇଛି, ଆପଣଙ୍କ ସହିତ ସମ୍ପର୍କ ପୂର୍ବପରି ରହିବ, ଅଞ୍ଚଳର ବିକାଶ ପାଇଁ ପ୍ରସ୍ତାବ ଦିଅନ୍ତୁ

ବିକଶିତ ଭାରତ, ବିକଶିତ ଓଡିଶା ପାଇଁ ସମସ୍ତଙ୍କ ସହଯୋଗର ଆବଶ୍ୟକତା ରହିଛି

କେନ୍ଦୁଝର ହେବ ସୁନାର କେନ୍ଦୁଝର

୨୪ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନରେ ନିଜ ଜନ୍ମ ମାଟି ରାଇକଳା ଓ ଝୁମ୍ପୁରାକୁ ଯାଇ ସାଙ୍ଗସାଥୀ ଓ ସ୍ଥାନୀୟ ଲୋକଙ୍କ ସହ ମିଶି ପିଲାଦିନର ସ୍ମୃତିକୁ ମନେ ପକାଇଥିଲେ। ଭାବବିହ୍ୱଳ ମଧ୍ୟ ହୋଇଥିଲେ। ରାଇକଳାରେ ଆୟୋଜିତ ଏକ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଏଇ ଗାଁ ମାଟିର ପୁଅ। ଏଇ ଗାଁର ପିଲାମାନଙ୍କ ସହିତ ସେ ଖେଳିଛନ୍ତି, ବୁଲିଛନ୍ତି, ପର୍ବପର୍ବାଣୀ ପାଳନ କରିଛନ୍ତି। ଏଇ ଗାଁ ମାଟିର ପିଲାମାନଙ୍କ ସହଯୋଗରେ ସେ ଆଜି ସାରା ଓଡିଶାର ନେତୃତ୍ୱ ନେବାକୁ ସୁଯୋଗ ପାଇଛନ୍ତି। ତେଣୁ ଏବେ ସମୟ ଆସିଛି ସମସ୍ତେ ମିଶି ଗାଁର ବିକାଶ ପାଇଁ କାମ କରିବା। ଆପଣଙ୍କ ମୋହନ ଭାଇ ସବୁବେଳେ ଆପଣଙ୍କ ସାଥିରେ ଅଛି। ଆଜି ସକାଳେ ମୁଖ୍ୟମନ୍ତ୍ରୀ ରାଇକଳାରୁ ଏକ ରୋଡ୍ ସୋ ରେ ଯାଇ ଝୁମ୍ପୁରାଠାରେ ପହଞ୍ଚିଥିଲେ। ଝୁମ୍ପୁରା ଏବଂ ଆଖପାଖର ହଜାର ହଜାର ଲୋକ ମୁଖ୍ୟମନ୍ତ୍ରୀଙ୍କୁ ବିଶାଳ ରୋଡ୍‌ ସୋ ଓ ଫୁଲ ପକାଇ ଜନ୍ମ ମାଟିକୁ ସ୍ୱାଗତ କରିଥିଲେ। ରାସ୍ତାର ଉଭୟ ପାର୍ଶ୍ୱରେ ପ୍ଲାକାର୍ଡ ଧରି ଠିଆ ହୋଇ ରହିଥିଲେ ହଜାର ହଜାର ଜନତା। ବୟସ୍କଙ୍କ ଠାରୁ ଆରମ୍ଭ କରି ଛୋଟ ପିଲା ପର୍ଯ୍ୟନ୍ତ ସମସ୍ତେ ଆସିଥିଲେ ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବାପାଇଁ। ମୁଖ୍ୟମନ୍ତ୍ରୀଙ୍କୁ ପାଖରେ ପାଇଁ ସମସ୍ତଙ୍କ ମୁହଁରେ ଖୁସି ଅନୁଭୁତ ହେଉଥିଲା।

ହେଲିପ୍ୟାଡଠାରେ ଏବଂ ରୋଡ୍‌ ସୋ ରେ ସମସ୍ତଙ୍କୁ ହାତ ହଲାଇ ନମସ୍କାର କରି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଉଥିଲେ। ସ୍ଥାନେ ସ୍ଥାନେ ଲୋକଙ୍କଠୁ ଅଭିଯୋଗ ପତ୍ର ମଧ୍ୟ ଗ୍ରହଣ କରୁଥିଲେ . ହେଲିପ୍ୟାଡଠାରେ ଅପେକ୍ଷା କରିଥିବା ଜଣେ ଦିବ୍ୟାଙ୍ଗଙ୍କ ପାଖକୁ ଯାଇ ତାଙ୍କଠାରୁ ଫୁଲ ତୋଡା ଗ୍ରହଣ କରି ହାତ ମିଶାଇଥିଲେ। ତାଙ୍କ ସମସ୍ୟା ଶୁଣିଥିଲେ । ନିଜେ ପଢୁଥିବା ବିଦ୍ୟାଳୟକୁ ଯାଇଥିଲେ। ସହପାଠୀମାନଙ୍କ ସହିତ ମିଶିଥିଲେ ଓ ଫଟୋ ଉଠାଇଥିଲେ। ସବୁ ଜାଗାରେ ସାଧାରଣ ଲୋକ ମୁଖ୍ୟମନ୍ତ୍ରୀଙ୍କ ନିକଟତର ହେବାକୁ ସୁଯୋଗ ପାଉଥିଲେ। ବାସ୍ତବିକ୍ ଏଇଟା ତ ହେଉଛି ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ପରିଚୟ । ଲୋକଙ୍କ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସରକାର। ଝୁମ୍ପୁରାଠାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ନିଜର ଅଭିଭାଷଣ ରଖି ସେ କହିଲେ ଯେ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ଶତବାର୍ଷିକୀ ପାଳନ ବେଳକୁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ଏକ ବିକଶିତ ରାଷ୍ଟ୍ର ହୋଇସାରିଥିବ, ଭାରତ ସହିତ ତାଳ ଦେଇ ଓଡିଶା ମଧ୍ୟ ବିକଶିତ ରାଜ୍ୟରେ ପରିଣତ ହେବ । ଏଥିପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ ଯେଉଁ ପରିବର୍ତ୍ତନ ଆଣିଛନ୍ତି ତା’ର ସୁଫଳ ଆପଣମାନେ ନିଶ୍ଚିତ ପାଇବେ। ଆମେ ଯେଉଁ ପ୍ରତିଶୃତି ଦେଇଥିଲୁ ତାହା ନିଶ୍ଚୟ ପାଳନ କରିବୁ। ଶପଥ ନେବାର ଦୁଇ ଘଣ୍ଟା ମଧ୍ୟରେ କ୍ୟାବିନେଟ ଡାକି ନିଷ୍ପତ୍ତି କଲୁ। ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲାଗଲା। ମନ୍ଦିରର ଉନ୍ନତି ପାଇଁ ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ କରାଗଲା। ମା’ମାନଙ୍କୁ ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କାର ଭାଉଚର, ଚାଷୀମାନଙ୍କୁ ଧାନ ପାଇଁ ୩୧୦୦ ଟଙ୍କାର ସହାୟକ ମୂଲ୍ୟ ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି। ୧୦୦ ଦିନ ଭିତରେ କାର୍ଯ୍ୟକାରୀ ହେବ। କେନ୍ଦୁଝର ମାଟିର ଗୁଣଗାନ କରି ସେ କହିଲେ ଯେ ଏହା ହେଉଛି ବିପ୍ଳବୀ ଧରଣୀଧରଙ୍କ ମାଟି। ଏ ମାଟିର ପିଲା ଅନ୍ୟାୟ ଅତ୍ୟାଚାର ବିରୁଦ୍ଧରେ ଲଢେଇ କରିବା ଜାଣିଛି। ଲଢେଇ ନକଲେ ଆମେ ଜୀବନରେ ଆତ୍ମସମ୍ମାନର ସହ ଆଗକୁ ବଢି ପାରିବା ନାହିଁ ବୋଲି ସେ କହିଥିଲେ। ସେ କହିଥିଲେ ଯେ କେନ୍ଦୁଝର ମାଟିରୁ ଖଣି ଲୁଟ୍ ଓ ଶୋଷଣ ବନ୍ଦ ହେବ। କେନ୍ଦୁଝରର ବିକାଶ ପାଇଁ ବହୁତ ଟଙ୍କା ଅଛି। ଇଚ୍ଛା ଶକ୍ତିର ଅଭାବ ଥିଲା । ତାହା ଆଜି ପୂରଣ ହୋଇଛି। ଖଣିଜ ସମ୍ପଦର ସୁବିନିଯୋଗ କରାଯାଇ ସୁନାର କେନ୍ଦୁଝର ପ୍ରତିଷ୍ଠା କରାଯିବ ବୋଲି ସେ କହିଥିଲେ।

ନିଜ ପିଲା ଦିନର ସ୍ମୃତିକୁ ଉଜ୍ଜୀବିତ କରି ସେ କହିଲେ ଯେ ଏହି ଝୁମ୍ପୁରା ହାଟକୁ ସେ ମା’ଙ୍କ ସହିତ ପ୍ରତି ହାଟ ପାଳିରେ ଆସୁଥିଲେ। ସେ ସ୍ମୃତି ଆଜି ତାଙ୍କର ପୁଣିଥରେ ତାଜା ହୋଇଥିଲା ଓ ତାଙ୍କୁ ଭାବପ୍ରବଣ କରିଥିଲା। ସେ କହିଥିଲେ ଯେ ଏ ମାଟିରେ ମୁଁ ପାଠ ପଢିଛି, ପାଠ ବି ପଢାଇଛି। ଏ ମାଟିର ସମସ୍ତଙ୍କ ସହିତ ମୋର ଭାବଗତ ସମ୍ପର୍କ ଅଛି। ଆପଣମାନେ ଯେତେବେଳେ ମୋତେ ଚାହିଁବେ, ମୋତେ ଭେଟି ପାରିବେ। କୌଣସି ଅସୁବିଧା ନାହିଁ। ଆପଣଙ୍କ ମୋହନ ଭାଇ ଆଜି ସାରା ଓଡିଶାର ନେତୃତ୍ୱ ନେଇଛି। ଗାଁର ହେଉ ବା ନିଜ ଜିଲ୍ଲାର ହେଉ ବା ସାରା ଓଡିଶାର- ଲୋକଙ୍କ ପାଇଁ ମୋ ପାଖରେ ସବୁବେଳେ ସମୟ ଅଛି। ମୋ ସରକାର ହେଉଛି ଲୋକଙ୍କ ସରକାର।

ରାଇକଳାରେ ନିଜ ଘରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ମା’ ନିଜ ହାତରେ ଖୋଇ ଦେଉଛନ୍ତି , ୨୩ ଜୁନ ୨୦୨୪

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version