• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଳଶକ୍ତି ଅଭିଯାନ – କ୍ୟାଚ୍ ଦ ରେନ୍ – ୨୦୨୪ କାର୍ଯ୍ୟକ୍ରମ ସଂପର୍କରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
June 29, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଜଳଶକ୍ତି ଅଭିଯାନ – କ୍ୟାଚ୍ ଦ ରେନ୍ – ୨୦୨୪ କାର୍ଯ୍ୟକ୍ରମ ସଂପର୍କରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ଚଳିତ ବର୍ଷ ଥିମ୍ ରହିଛି ‘ନାରୀ ଶକ୍ତି ସେ ଜଳ ଶକ୍ତି’ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଜଳ ସଂରକ୍ଷଣ ଉପରେ ଗୁରୁତ୍ୱ

୨୮ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଜଳ ଶକ୍ତି ଅଭିଯାନ-୨୦୨୪ “କ୍ୟାଚ-ଦି-ରେନ୍” ପରିପ୍ରେକ୍ଷୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜଳ ସଂରକ୍ଷଣ କ୍ଷେତ୍ରରେ ମହିଳାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଯୋଗଦାନକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଜଳଶକ୍ତି ଅଭିଯାନର ଥିମ୍‌ ରହିଛି 'ନାରୀ ଶକ୍ତି ସେ ଜଳ ଶକ୍ତି’ । ବୈଠକରେ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଜଳ ସଂରକ୍ଷଣ ଉପରେ ଗୁରୁତ୍ୱ ଦିଆଯାଇଥିଲା । ଅନୁଷ୍ଠିତ ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି.ମାଥିଭାଥାନନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢ଼ୀ,

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱଥୀ.ଏସ୍‌, ବିଏମସି କମିଶନର ଶ୍ରୀ ରାଜେଶ ପ୍ରଭାକର ପାଟିଲଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିବାବେଳେ ଆଭାସୀ ମାଧ୍ୟମରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ସମସ୍ତ ମହାନଗର ନିଗମର କମିଶନରମାନେ ଉପସ୍ଥିତ ଥିଲେ । ବର୍ତ୍ତମାନ ବର୍ଷା ଋତୁ ଆରମ୍ଭ ହୋଇଛି । ନଦୀ, ନାଳ ଓ ସମୁଦ୍ରକୁ ଭୂପୃଷ୍ଠରୁ ବର୍ଷା ଜଳ ବୋହିଯିବା ପୂର୍ବରୁ ଜଳର ବିବିଧ ଆବଶ୍ୟକତା ପୂରଣ ପାଇଁ ଭୂତଳ ଜଳ ଭରଣ ଏବଂ ବିଭିନ୍ନ ଉପାୟରେ ଜଳ ସଂରକ୍ଷଣ ବ୍ୟବସ୍ଥାରେ ସଞ୍ଚୟ କରିବାକୁ ଜଳଶକ୍ତି ଅଭିଯାନ ଜାରି ରହିଛି । ୨୦୧୯ ମସିହାରୁ ଏହି ଅଭିଯାନ ସମସ୍ତ ରାଜ୍ୟରେ କାର୍ଯ୍ୟକାରୀ ହେଉଛି । ଜଳଶକ୍ତି ଅଭିଯାନ- ୫ମ ପର୍ଯ୍ୟାୟ ଗତ ୯ ମାର୍ଚ୍ଚ ୨୦୨୪ ରୁ ଆରମ୍ଭ ହୋଇ ଆଗାମୀ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ ।

ଜଳ ଶକ୍ତି ଅଭିଯାନ-୨୦୨୪ ପରିପ୍ରେକ୍ଷୀରେ ଗତକାଲି ଭାରତ ସରକାରଙ୍କର କ୍ୟାବିନେଟ ସଚିବ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବମାନଙ୍କ ସହିତ ବୈଠକରେ ଆଲୋଚନା କରି ଜଳ ସଂରକ୍ଷଣ ସଂପର୍କରେ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ ସମ୍ପର୍କରେ ଆଲୋଚନା କରିଥିଲେ । ଆଜିର ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଓଡ଼ିଶାରେ ଜଳଶକ୍ତି ଅଭିଯାନର ବିଭିନ୍ନ କାର୍ଯ୍ୟକ୍ରମ କିପରି ଚାଲିଛି ଓ ଚଳିତ ବର୍ଷାଋତୁ ତଥା ଆଗାମୀ ଦିନରେ କିପରି ପଦକ୍ଷେପ ରହିବ, ସେଥି ନିମନ୍ତେ ବିଭିନ୍ନ ବିଭାଗ ତରଫରୁ କାର୍ଯ୍ୟ ଯୋଜନା ପ୍ରସ୍ତୁତ ସଂପର୍କରେ ବୈଠକରେ ସବିଶେଷ ଆଲୋଚନା କରାଯାଇଥିଲା । ଜଳ ସମ୍ପଦ ବିଭାଗ ସମେତ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ , କ୍ରୀଡା ଓ ଯୁବ ସେବା , ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ, ପୁର୍ତ୍ତ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା, ମହିଳା ଓ ଶିଶୁ ବିକାଶ , ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ଚଳିତ ବର୍ଷ କିପରି ଜଳ ସଂରକ୍ଷଣ କାର୍ଯ୍ୟକ୍ରମ କରାଯିବା ପାଇଁ କାର୍ଯ୍ୟ ଯୋଜନା ରହିଛି, ସେ ସଂପର୍କରେ ଉପସ୍ଥାପନା କରାଯାଇଥିଲା ।

ଜିଲ୍ଲାପାଳମାନେ ଜିଲ୍ଲାରେ ଥିବା ଜଳାଶୟଗୁଡିକରୁ ଜବରଦଖଲ ହଟାଇବା, ପଞ୍ଚାୟତ ଘର, ସ୍ୱାସ୍ଥ୍ୟ କେନ୍ଦ୍ର, ବିଦ୍ୟାଳୟ, ଅଙ୍ଗନବାଡି କେନ୍ଦ୍ର, କମ୍ୟୁନିଟି ସେଣ୍ଟର ଓ ଅନ୍ୟାନ୍ୟ ସରକାରୀ ଅନୁ​ଷ୍ଠାନଗୁଡିକରେ ଜଳ ପରିଚାଳନା କାର୍ଯ୍ୟ କରାଯିବା, କ୍ଷୁଦ୍ର ନଦୀ ଓ ନାଳ ଗୁଡିକର ପୁନରୁଦ୍ଧାର, ଜଳ ଭଣ୍ଡାର ଓ ନଦୀ ଅବବାହିକା ଅଞ୍ଚଳରେ ଜଳ ପରିଚାଳନା ବ୍ୟବସ୍ଥା , ବନୀକରଣ, ଜଳଛାୟା ଉନ୍ନୟନ ପ୍ରକଳ୍ପ ଜରିଆରେ ଜଳ ସଂରକ୍ଷଣ, ସରକାରୀ କୋଠାଗୁଡିକରେ ବର୍ଷା ଜଳ ଅମଳ ବ୍ୟବସ୍ଥା , ବର୍ଷାଜଳ ସଂରକ୍ଷଣ ନିମନ୍ତେ ପଞ୍ଚାୟତ ଜନ ପ୍ରତିନିଧି, ସ୍ୱେଚ୍ଛାସେବୀ ଅନୁଷ୍ଠାନ ଏବଂ ସମସ୍ତ ସହଯୋଗୀ ଅନୁଷ୍ଠାନର ସହଯୋଗ ନେବାକୁ ପରାମର୍ଶ ଦିଆଯାଇଛି । ବିଭିନ୍ନ ଜିଲ୍ଲାରେ କିପରି ବୈଜ୍ଞାନିକ ଉପାୟରେ ଜଳସଂରକ୍ଷଣ କରାଯାଇ ପାରିବ, ସେଥିପାଇଁ ଜଳ ସଂରକ୍ଷଣ ଯୋଜନା ଜଳ ଶକ୍ତି ଅଭିଯାନ ପୋର୍ଟାଲ ଓ୍ୱେବ୍ ସାଇଟରେ ଅପଲୋଡ କରାଯାଉଛି । ଜନସାଧାରଣଙ୍କୁ ଜଳସଂରକ୍ଷଣ ସମ୍ପର୍କିତ ସୂଚନା ପାଇଁ ସମସ୍ତ ଜିଳ୍ଲାରେ ‘ଜଳଶକ୍ତି କେନ୍ଦ୍ର’ କାର୍ଯ୍ୟକାରୀ ହେଉଛି ।

ଏହି କେନ୍ଦ୍ର ଯେପରି ଠିକ୍ ଭାବରେ କାର୍ଯ୍ୟକାରୀ ହେବ ଏବଂ ଜଳ ସଂରକ୍ଷଣ କ୍ଷେତ୍ରରେ ଉପଯୁକ୍ତ ସହାୟତା ପ୍ରଦାନ କରିବ ଏ ଦିଗରେ ଜିଲ୍ଲାପାଳମାନେ ଗୁରୁତ୍ୱ ଦେବାକୁ ଉନ୍ନୟନ କମିଶନର ଗୁରୁତ୍ୱ ଦେଇଥିଲେ । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ,ଜଳ ସଂପଦ ବିଭାଗ ଶ୍ରୀମତୀ ଗର୍ଗ ମଧ୍ୟ ଜଳ ଶକ୍ତି ଅଭିଯାନ-୨୦୨୪ ର ରାଜ୍ୟ ନୋଡାଲ ଅଧିକାରୀ ରହିଛନ୍ତି । ବିଭିନ୍ନ ଜଳଭଣ୍ଡାରରେ ଜଳ ସଂରକ୍ଷଣ ସମେତ ଜଳ ସଂପଦ ବିଭାଗ ତରଫରୁ ଅନ୍ତଃନଦୀ ଜଳାଶୟ, ‘ଛାତ’ ଯୋଜନାରେ ବର୍ଷା ଜଳ ସଂଚୟ ପ୍ରକଳ୍ପ, ‘ଅରୁଆ’ ଯୋଜନାରେ ଭୂତଳ ଜଳ ଭରଣ ଓ ଭୂତଳ ପାଇପ୍ ଲାଇନ୍ ବ୍ୟବସ୍ଥାରେ ଜଳ ସେଚନ ଓ ଜଳ ପରିବହନ ଆଦି ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଉଛି ।

ଅନ୍ୟ ସମସ୍ତ ସଂପୃକ୍ତ ବିଭାଗ ତରଫରୁ ନିଜ ନିଜ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ବ୍ୟବସ୍ଥାରେ ଜଳ ସଂରକ୍ଷଣ ଓ ଜଳସଂରକ୍ଷଣ ଯୋଜନା ସଂପର୍କରେ ଉପସ୍ଥାପନ କରାଯାଇଥିଲା । ଜଳସଂପଦ ବିଭାଗ ତରଫରୁ ଏହି ଅଭିଯାନର ସମନ୍ୱୟ ପାଇଁ ସବୋଚ୍ଚ ଯନ୍ତ୍ରୀ (ଯୋଜନା ଓ ନକ୍ସା) ଶ୍ରୀ ଲିଙ୍ଗରାଜ ଗୌଡ଼ ନୋଡାଲ ଅଧିକାରୀ ରହିଥିବା ବେଳେ ଅନ୍ୟ ସମସ୍ତ ସଂପୃକ୍ତ ବିଭାଗର ନୋଡାଲ ଅଧିକାରୀଙ୍କୁ ଏଥିପାଇଁ ସମନ୍ୱୟ ପାଇଁ ଦାୟିତ୍ୱ ପ୍ରଦାନ କରାଯାଇଛି । ପ୍ରକାଶ ଥାଉକି, ଜଳ ଶକ୍ତି ଅଭିଯାନରେ ପୂର୍ବ ବର୍ଷଗୁଡ଼ିକ ପରି ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ମଧ୍ୟରେ ରହିଛି

(୧) ଜଳ ସଂରକ୍ଷଣ ଏବଂ ବର୍ଷା ଜଳ ସଂରକ୍ଷଣ;

(୨) ସମସ୍ତ ଜଳାଶୟଗୁଡ଼ିକର ଗଣନା, ଭୂ-ଟ୍ୟାଗିଂ ଏବଂ ତାଲିକା ପ୍ରସ୍ତୁତ କରିବା; ଏହାକୁ ଆଧାର କରି ଜଳ ସଂରକ୍ଷଣ ପାଇଁ ବୈଜ୍ଞାନିକ ଯୋଜନା ପ୍ରସ୍ତୁତି ; (୩) ସମସ୍ତ ଜିଲ୍ଲାରେ ଜଳ ଶକ୍ତି କେନ୍ଦ୍ର ପ୍ରତିଷ୍ଠା;

(୪) ବ୍ୟାପକ ବୃକ୍ଷରୋପଣ; ଏବଂ

(୫) ଜନ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱ ପ୍ରଦାନ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version