• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମତ୍ସ୍ୟଚାଷ ଉତ୍ପାଦନ ବୃଦ୍ଧି ନିମନ୍ତେ ଆଗୁଆ ମାଛ ଜାଆଁଳ ଓ ଗୋ ସମ୍ପଦ କୃତିମ ପ୍ରଜଜନ କୁ ନେଇ ମନ୍ତ୍ରୀ ଡ. ଅରୁଣ ସାହୁ ଙ୍କ ତତ୍ପରତା ।।

Proprietor Abhimanyu Maharana by Proprietor Abhimanyu Maharana
August 7, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମତ୍ସ୍ୟଚାଷ ଉତ୍ପାଦନ ବୃଦ୍ଧି ନିମନ୍ତେ ଆଗୁଆ ମାଛ ଜାଆଁଳ ଓ ଗୋ ସମ୍ପଦ କୃତିମ ପ୍ରଜଜନ କୁ ନେଇ ମନ୍ତ୍ରୀ ଡ. ଅରୁଣ ସାହୁ ଙ୍କ ତତ୍ପରତା ।।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୭ ଅଗଷ୍ଟ ଶୁକ୍ରବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷିତ ସ୍ୱତନ୍ତ୍ର ପ୍ୟାକେଜ୍‌ କାର୍ଯ୍ୟକାରୀ କରିବା ଦିଗରେ ଅଧିକାରୀ ମାନେ ଅଧିକ କ୍ରିୟାଶୀଳ ହୁଅନ୍ତୁ । ମନ୍ତ୍ରୀ ଡ. ସାହୁ ଆଗୁଆ ମାଛ ଜାଆଁଳ ଯୋଗାଣ ଏବଂ ଗୋସଂପଦ ନିମନ୍ତେ କୃତିମ ପ୍ରଜନନକୁ ବ୍ୟାପକ କରିବା ଉପରେ ମନ୍ତ୍ରୀଙ୍କ ଗୁରୁତ୍ଵାରୋପ । ରାଜ୍ୟର ଅର୍ଥନୈତିକ ପ୍ରଗତି ଏବଂ କୃଷକମାନଙ୍କର ଆୟବୃଦ୍ଧି ଦିଗରେ ମତ୍ସ୍ୟ ଓ ପ୍ରାଣୀସଂପଦର ଏକ ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ରହିଥିବା ପରିପ୍ରେକ୍ଷୀରେ କୃଷି ସହିତ ଆନୁଷଙ୍ଗିକ କ୍ଷେତ୍ରକୁ ରାଜ୍ୟ ସରକାର ପ୍ରାଥମିକତା ପ୍ରଦାନ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ମାଛ, କୁକୁଡ଼ା, ଅଣ୍ଡା, ଦୁଗ୍ଧ ଆଦି ଉତ୍ପାଦନ କ୍ଷେତ୍ରରେ ସ୍ୱାବଲମ୍ବୀ ହେବା ସହିତ ରାଜ୍ୟକୁ ଏକ ବଳକା ରାଜ୍ୟରେ ପରିଣତ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି ଆୟୋଜିତ ଭର୍ଚୁଆଲ୍‌ ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଇଥିବା ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ଅବସରରେ ମନ୍ତ୍ରୀ ଡ. ଅରୁଣ ସାହୁ ଧାର୍ଯ୍ୟ ଲକ୍ଷ୍ୟକୁ ସମୟସୀମା ମଧ୍ୟରେ ପୂରଣ କରିବା ସହିତ କୋଭିଡ୍‌-୧୯ ସ୍ଥିତିରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଘୋଷିତ ସ୍ୱତନ୍ତ୍ର ପ୍ୟାକେଜ୍‌ କାର୍ଯ୍ୟକାରୀ କରି ଲୋକ ମାନଙ୍କୁ ରୋଜଗାର ଯୋଗାଇ ଦେବା ଓ ଆୟ ବୃଦ୍ଧି କରିବା ଦିଗରେ ଅଧିକ କ୍ରିୟାଶୀଳ ହେବା ପାଇଁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ମାଛଚାଷୀ ମାନଙ୍କୁ ଆଗୁଆ ମାଛ ଜାଆଁଳ ଯୋଗାଇଦେବାର ଆବଶ୍ୟକତା ଦୃଷ୍ଟିରୁ ଚଳିତ ବର୍ଷ ବିଭିନ୍ନ ପ୍ରକାରର ମାଛ ଜାଆଁଳ ସରକାରୀ ଓ ଓପିଡିସି ଫାର୍ମ ଜରିଆରେ ଅଗଷ୍ଟ ୩୧ ତାରିଖ ସୁଦ୍ଧା ଉତ୍ପାଦନ ଲକ୍ଷ୍ୟ ହାସଲ କରବା ପାଇଁ ମନ୍ତ୍ରୀ ଡ. ଅରୁଣ ସାହୁ ନିର୍ଦ୍ଦେଶ ଦେଇଥିଲେ ।

ଏଥି ସହିତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଗ୍ରାମପଞ୍ଚାୟତ ପୋଖରୀରେ ମାଛଚାଷ ନିମନ୍ତେ ପ୍ରୋତ୍ସାହିତ କରାଯାଉଥିବା ପରିପ୍ରେକ୍ଷୀରେ ଅଦ୍ୟାବଧି ଧାର୍ଯ୍ୟ ଲକ୍ଷ୍ୟ ୧୬୦୦ ହେକଫର ଗ୍ରାମପଞ୍ଚାୟତ ପୋଖରୀ ମଧ୍ୟରୁ ୧୫୯୩.୮୦ ହେକଫର ଚିହ୍ନଟ କରାଯାଇଥିବାବେଳେ ୮୭୯.୦୧ ହେକଫର ଗ୍ରାମପଞ୍ଚାୟତ ପୋଖରୀ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଦୀର୍ଘମିଆଦି ସୂତ୍ରରେ ଲିଜ୍‌ ଦିଆଯାଇଛି । ସେହିପରି ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପ୍ୟାକେଜ୍‌ ଘୋଷଣାରେ ମତ୍ସ୍ୟ ପୋଖରୀ ଯୋଜନାରେ ମାଛଚାଷକୁ ଅଧିକ ବ୍ୟାପକ କରିବା ପାଇଁ ହିତାଧିକାରୀ ଚୟନ ଓ ଅନୁମୋଦନ ପ୍ରକ୍ରିୟାକୁ ୨୦୨୦ ସେପେଫମ୍ବର ୩୦ ତାରିଖ ସୁଦ୍ଧା ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ମତ୍ସ୍ୟଚାଷୀ ପରିବାରଙ୍କୁ କିଷାନ କ୍ରେଡିଟ୍‌ କାର୍ଡ ଯୋଗାଇଦେବା ଲକ୍ଷ୍ୟରେ ଜୁନ୍‌ ୧୦ ତାରିଖରୁ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଅଭିଯାନ ଗ୍ରହଣ କରାଯାଇଛି । ଏହି ମର୍ମରେ ଜିଲ୍ଲା ମତ୍ସ୍ୟ ଅଧିକାରୀମାନେ ଗ୍ରହଣ କରିଥିବା ଆବେଦନ ପତ୍ରଗୁଡ଼ିକ ସଂପୃକ୍ତ ବ୍ୟାଙ୍କଗୁଡ଼ିକୁ ଅଗଷ୍ଟ ୩୧ ତାରିଖ ସୁଦ୍ଧା ପ୍ରେରଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପ୍ୟାକେଜ୍‌ ଅନ୍ତର୍ଗତ ବାୟୋଫ୍ଲେକ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ମାଛଚାଷ ଏବଂ ପଲିଲାଇନିଂ ଚିଙ୍ଗୁଡ଼ି ଚାଷ ଉପରେ ଗୁରୁତ୍ୱ ଦିଆଯାଇଥିବା ପରିପ୍ରେକ୍ଷୀରେ ଚାଷୀମାନଙ୍କୁ ଏ ଦିଗରେ ପ୍ରୋତ୍ସାହିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ସେହିପରି ବୈଠକରେ ଗୋସଂପଦକୁ ବିଭିନ୍ନ ପ୍ରକାର ରୋଗ ପ୍ରକୋପରୁ ରକ୍ଷା କରିବା ଦିଗରେ କରାଯାଉଥିବା ଟୀକାକରଣ କାର୍ଯ୍ୟକ୍ରମକୁ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା ।

ଏଥି ସହିତ ଜାତୀୟ କୃତ୍ରିମ ପ୍ରଜନନ କାର୍ଯ୍ୟକ୍ରମର ଫେଜ୍‌-୨ରେ ୧୫ ଲକ୍ଷ ଗୋସଂପଦକୁ ସାମିଲ କରାଯିବାର ଲକ୍ଷ୍ୟ ରଖାଯାଇଛି । ଏହି କାର୍ଯ୍ୟକ୍ରମ ଅଗଷ୍ଟ ୧୦ ତାରିଖରୁ ଆରମ୍ଭ କରାଯିବ ଏବଂ ପ୍ରତ୍ୟେକ ଜିଲ୍ଲାରେ ୫୦୦ ଗ୍ରାମକୁ ଏଥି ନିମନ୍ତେ ଚିହ୍ନଟ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏତଦ୍‌ବ୍ୟତୀତ ବୈଠକରେ ଡିପ୍‌ଲିଟର ପଦ୍ଧତିରେ ୫୦୦ କ୍ଷମତାବିଶିଷ୍ଟ କୁକୁଡ଼ା ଚାଷ, ୧୦୦୦ଟି କ୍ଷମତାବିଶିଷ୍ଟ ଅଣ୍ଡାଦିଆ କୁକୁଡ଼ା ଚାଷ, ୨୦୦ଟି କ୍ଷମତାବିଶିଷ୍ଟ ଡିପ୍‌ଲିଟର ପଦ୍ଧତିରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ଅଣ୍ଡାଦିଆ କୁକୁଡ଼ା ଚାଷ ଓ ଜୀବିକାର୍ଜନରେ ସହାୟତା ନିମନ୍ତେ ଚାଷୀ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କୁ ବାରିଅଗଣା କୁକୁଡ଼ା ଚାଷ ନିମନ୍ତେ ରାଜ୍ୟ ଯୋଜନା ଏବଂ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ଧାର୍ଯ୍ୟ କରାଯାଇଥିବା ଲକ୍ଷ୍ୟ ପୂରଣ କରିବା ପାଇଁ ମନ୍ତ୍ରୀ ଡ. ସାହୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର୍‌. ରଘୁ ପ୍ରସାଦ, ପ୍ରାଣୀପାଳନ ଓ ପ୍ରାଣୀପାଳନ ଚିକିତ୍ସା ନିର୍ଦ୍ଦେଶକ ଶ୍ରୀ ରନିାକର ରାଉତ, ମତ୍ସ୍ୟ ନିର୍ଦ୍ଦେଶକ ଶ୍ରୀ ସ୍ମୃତିତିରଞ୍ଜନ ପ୍ରଧାନଙ୍କ ସମେତ ଜିଲ୍ଲାର ସମସ୍ତ ସିଡିଭିଓ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଓ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

May 11, 2026
ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 11, 2026
Russia’s Newfound Love in the Pink City & India’s Echo in the Northern Lights

ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

May 11, 2026
Russia’s Newfound Love in the Pink City & India’s Echo in the Northern Lights

Russia’s Newfound Love in the Pink City & India’s Echo in the Northern Lights

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

May 11, 2026
ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version