No Result
View All Result
0୧ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା।ଏଥିରେ ମୋଟ ୩୩ ଗୋଟି ଅଭିଯୋଗ ମିଳିଥିଲା।ସେଥି ମଧ୍ୟରୁ ୨୭ ଗୋଟି ବ୍ୟକ୍ତିଗତ,୩ ଗୋଟି ଗ୍ରାମ ସମସ୍ୟା ସମ୍ପର୍କିତ, ୩ ଗୋଟି ରେଡକ୍ରସ,ସହାୟତା ସମ୍ପର୍କିତ ଅଭିଯୋଗ ରହିଥିଲା।ତତକ୍ଷଣାତ ୩ ଗୋଟି ଅଭିଯୋଗ ର ସମାଧାନ ହୋଇଥିଲା ।

ଅନ୍ୟ ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା।ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ଗୋପୀନାଥ କୁଅଁର,ଅତିରିକ୍ତ ଏସ ପି ଦେବବ୍ରତ ଚକ୍ର, ସିଡିଏମ ଓ ଡା ସୁଜାତା ମିଶ୍ର,ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ପ୍ରିୟଦର୍ଶିନୀ ମଲ୍ଲିକ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ ।


No Result
View All Result