0୨ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :-> ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ ଧିମନ୍ ଚକମା ,ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ବଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୮୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୪୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା । ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୮ଜଣଙ୍କୁ ଏବଂ ରେଡକ୍ରସ ପାଣ୍ଠିରୁ ୧ ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା ।