• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ଆୟୋଜନ

Proprietor Abhimanyu Maharana by Proprietor Abhimanyu Maharana
July 8, 2024
in ଓଡ଼ିଶା, ଦେଶ, ହୋମ୍
0
ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ଆୟୋଜନ
Share on FacebookShare on TwitterWhatsapp

୮ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରାୟପୁର :-> ଭକ୍ତ ଓ ଭଗବାନଙ୍କର ମହାମିଳନର ମହାନ ପର୍ବ ରଥଯାତ୍ରା ଏଠାକାର ଗାୟତ୍ରୀ ନଗରସ୍ଥିତ ଛତିଶଗଡ଼ର ସର୍ଵ ବୃହତ ଜଗନ୍ନାଥ ମନ୍ଦିରଠାରେ ମହାସମାରୋହରେ ପାଳନ କରାଯାଇଛି। ଚଳିତ ବର୍ଷ ଏଠାରେ ଲକ୍ଷାଧିକ ଭକ୍ତଙ୍କର ସମାଗମ ଦେଖିବାକୁ ମିଳିଥିଲା। ଏହି ଭବ୍ୟ ମହୋତ୍ସବକୁ କେନ୍ଦ୍ର କରି ଭକ୍ତଗଣଙ୍କ ମଧ୍ୟରେ ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଫୁରନ୍ତ ଉଦ୍ଦୀପନା ପରିଲକ୍ଷିତ କରାଯାଇଥିଲା।ଏଠାରେ ରାୟପୁର ଓ ଆଖପାଖ ଇଲାକାରୁ ଆସିଥିବା ଓଡ଼ିଆ ଓ ଅଣଓଡ଼ିଆ ଶ୍ରଦ୍ଧାଳୁମାନେ ସେମାନଙ୍କ ପରିବାର ବର୍ଗଙ୍କ ସହିତ ବଢ଼ିଚଢ଼ିକି ଭଜନ କୀର୍ତ୍ତନ ଏବଂ ରଥ ଦଉଡି ଟଣାରେ ଭାଗ ନେଉଥିବାର ଦୃଶ୍ୟ ଅଦ୍ଭୂତପୂର୍ବ ଥିଲା। ମନ୍ଦିରରେ ବଢ଼ି ଭୋରରୁ ଵିଶେଷ ଅଭିଷେକ, ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ କରାଯିବା ପରେ ଦିଅଁମାନଙ୍କୁ ରକ୍ତ ଚନ୍ଦନ, କେଶର, ଗୋଚରଣ, କସ୍ତୁରୀ ଏବଂ କର୍ପୁର ଦ୍ୱାରା ସ୍ନାନ କରାଯାଇ ଗଜା ମୁଗ ଭୋଗ ଅର୍ପଣ କରାଯାଇଥିଲା।ହୋମକୁଣ୍ଡରେ ପୂର୍ଣ୍ଣାହୁତି ଦେବା ସମୟରେ ମୁଖ୍ୟ ଅତିଥିଭାବେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଏବଂ ସମ୍ମାନୀତ ଅତିଥି ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଵ ସାୟ ଉପସ୍ଥିତ ଥିଲେ।

ଅନ୍ୟାନ୍ୟ ବିଶିଷ୍ଟ ଅତିଥି ମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ,ସାଂସଦ ବ୍ରିଜ ମୋହନ ଅଗ୍ରୱାଲ, ବିଧାୟକ ମୋତିଲାଲ ସାହୁ ଏବଂ ମେୟର ଅଜାଜ ଦେବର ଏହି ସମାରୋହ ରେ ସାମିଲ ହୋଇଥିଲେ I ଦ୍ୱିପ୍ରହର ୧୨.୪୫ ମିନିଟ ସମୟରେ ମନ୍ଦିର ସାମନାର ବଡ଼ଦାଣ୍ଡରେ ଦଣ୍ଡାୟମାନ ତିନୋଟି ରଙ୍ଗାରଙ୍ଗ ରଥ ଉପରକୁ ଠାକୁର ମାନଙ୍କର ପହଣ୍ଡି ବିଜେ ଆରମ୍ଭ କରାଯାଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ, ତାପରେ ବଡ଼ଭାଇ ବଳଭଦ୍ର ,ପରେ ପରେ ଦେବୀ ଶୁଭଦ୍ରା ଓ ସବାଶେଷରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ରଥ ଉପରକୁ ନିଆ ଯାଇଥିଲା। ଉପସ୍ଥିତ ସେବାୟତ ଓ ଦର୍ଶକ ମାନଙ୍କ ଦ୍ୱାରା ଶଙ୍ଖ, ଘଣ୍ଟ, କର୍ତାଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହ ଗହ ନାଦ,ହରିବୋଲ ,ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନୀରେ ସମଗ୍ର ଗଗନ ପବନ ପ୍ରକମ୍ପିତ ହୋଇଉଠିଥିଲା।

ମନ୍ଦିର ପରିଚାଳନା କମିଟି ଶ୍ରୀ ଜଗନ୍ନାଥ ମନ୍ଦିର ସେବା ସମିତିର ସଭାପତି ପୁରନ୍ଦର ମିଶ୍ର ଙ୍କର ତତ୍ୱାବଧାନରେ ସ୍ବେଚ୍ଛାସେବକମାନଙ୍କ ଦ୍ଵାରା ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ବ୍ୟାପକ ମାତ୍ରାରେ ପ୍ରସାଦ ବଣ୍ଟନର ବ୍ୟବସ୍ଥା କରାଯାଇଥିଲା।ଅପରାହ୍ନ ୩ଟା ସମୟରେ ତିନି ରଥ ଟଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା।ସୁନ୍ଦର ସୁଶୋଭିତ ରଥଗୁଡିକୁ ଗାୟତ୍ରୀ ନଗରରୁ ଟଣାଯାଇ ଏକ କିଲୋମିଟର ଦୂରବର୍ତ୍ତୀ ବି .ଟି. ଆଇ ମଇଦାନକୁ ନିଆଯାଇ ଶଙ୍କର ନଗର ରାସ୍ତା ଦେଇ ପୁଣି ମନ୍ଦିର ବେଢାକୁ ଫେରାଇ ଅଣାଯାଇଥିଲା। ରାସ୍ତାର ଦୁଇ ପାର୍ଶ୍ଵରେ ମହଜୁଦ ଥିବା ଭକ୍ତମାନେ ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ଦିବ୍ୟ ଦର୍ଶନ ଲାଭ କରି କୃତ କୃତ୍ୟ ଏବଂ ଭାବ ବିହ୍ଵଳ ହେଉଥିବାର ଦୃଶ୍ୟ ଅନୁପମ ଥିଲା।ସନ୍ଧ୍ୟା ୬.୩୦ମିନିଟ ସମୟରେ ଠାକୁରମାନଙ୍କୁ ତିନିରଥ ଉପରକୁ ପୁଣି ପହଣ୍ଡି କରାଯାଇ ମନ୍ଦିର ବେସମେଣ୍ଟରେ ଥିବା ମାଉସୀ ମା’ ଘରକୁ ନିଆ ଯାଇଥିଲା। ସେଠାରେ ଥିବା ସ୍ୱତନ୍ତ୍ର ସିଂହାସନରେ ଆସୀନ ହୋଇ ଚାରି ଦିଅଁ ଆସନ୍ତା ୧୫ ତାରିଖ ବାହୁଡାଯାତ୍ରା ପର୍ଯ୍ୟନ୍ତ ସର୍ବସାଧାରଣଙ୍କୁ ଦର୍ଶନ ଦେବେ ବୋଲି ଜଣାଯାଇଛି। ସମଗ୍ର ଆୟୋଜନକୁ ସୁଚାରୁରୂପେ ସମ୍ପନ୍ନ କରିବାରେ ମନ୍ଦିର ପରିଚାଳନା କମିଟିର ସଂରକ୍ଷକ ବୃନ୍ଦ ଯଥା ସଭାପତି ପୁରନ୍ଦର ମିଶ୍ର, ସଦସ୍ୟ ମନ୍ମଥ କୁମାର ରାଉତ, ସୁବ୍ରତ ସାହୁ, ସୁବାସ ଅଗ୍ରୱାଲ, ଗୋପାଳ ଅଗ୍ରୱାଲ, ଦ୍ଵାରିକାଧୀଶ ମିଶ୍ର,ଗୁଣନିଧି ମିଶ୍ର ଓ ପ୍ରକାଶ ଦାସ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version