No Result
View All Result
୧୦ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂlସ୍କୃତିକ ପରିଷଦର ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ଠାରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭ ଉଦ୍ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ବରିଷ୍ଠ ନାଗରିକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର, ଶ୍ରୀ ବିନୋଦ ଚନ୍ଦ୍ର ଜେନା,ଗୁରୁ ରଘୁନାଥ ପାତ୍ର, ଶ୍ରୀମତୀ ଆଶଳତା ପାଣିଗ୍ରାହୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ପ୍ରମୁଖ ମଞ୍ଚାସିନ ଥିଲେ।
ଏହି କାର୍ଯ୍ୟକ୍ରମ ଆସନ୍ତା ପବିତ୍ର ବାହୁଡା ଯାତ୍ରା ତଥା ୧୫ ତାରିଖ ପର୍ଯ୍ୟନ୍ତ ଦେବସ୍ନାନ ମଣ୍ଡପରେ ପ୍ରତିଦିନ ସନ୍ଧ୍ୟା ୭.ଘଣ୍ଟା ଠାରୁ ୯ ଘଟିକା ସମୟ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ଜିଲ୍ଲାପାଳ ଓ ଅନ୍ୟ ଅତିଥି ଗଣ ନିଜ ବକ୍ତବ୍ୟରେ କହିଥିଲେ ଯେ, ଗଜପତି ଜିଲ୍ଲାର ନୃତ୍ୟ ଓ ସଂଗୀତ ଜଗନ୍ନାଥ ସଂସ୍କୃତି ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ, ସେହି ପ୍ରଥାକୁ ସମ୍ମାନ ଜଣେଇ ଆମେ ଏହି ପ୍ରୟାସ କରିଛୁ ,ପାରଳା ଓଡିଶୀ ନୃତ୍ୟ ସାର ରାଜ୍ୟରେ ପ୍ରସିଦ୍ଧ ଲାଭ କରିଛି ବୋଲି କହିଛନ୍ତି। ଆଜି ପ୍ରଥମ ସନ୍ଧ୍ୟାରେ ଭକ୍ତି ସଙ୍ଗୀତ ସଂସଦ ର କଳାକାର ମାନଙ୍କ ଦ୍ବାରା ଭଜନ ସମାରୋହ ପରିବେଷଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ କାର୍ଯ୍ୟାଳୟର ନରସିଂହ ବାଜୁବନ୍ଧ ଓ ମନୋଜ କୁମାର ଲିମ୍ମା ସହଯୋଗ କରିଥିଲେ ।

No Result
View All Result