• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୪-୨୫ : ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିଛନ୍ତି – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
July 26, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୪-୨୫ : ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିଛନ୍ତି –  ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡିଶା ବଜେଟ ୨୦୨୪-୨୫ : ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କଲେ – ମୁଖ୍ୟମନ୍ତ୍ରୀ

୨୫ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :-> ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିଛନ୍ତି । ବଜେଟ ଅଭିଭାଷଣ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିକଶିତ ଭାରତ ଗଠନ ପାଇଁ ବିକଶିତ ଓଡିଶା ଗଠନ କରିବା ଜରୁରୀ ଅଟେ । ୨୦୨୪-୨୫ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି । ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟ ପରିମାଣକୁ ୧୫% ବୃଦ୍ଧି କରାଯାଇଛି । ୨୦୨୩-୨୪ ଆର୍ଥିକ ବର୍ଷରେ ବଜେଟ ପରିମାଣ ଥିଲା ୨ ଲକ୍ଷ ୫୫ ହଜାର କୋଟି ଟଙ୍କା । ପ୍ରଥମେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ ୫୦୦ କୋଟିର କର୍ପସ ଫଣ୍ଡ ଘୋଷଣା କରି କହିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ ବିନା ଓଡ଼ିଆ ଜାତିର ପରିକଳ୍ପନା କରିବା ଅସମ୍ଭବ । କୃଷି ଓ କୃଷିକ୍ଷେତ୍ର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩୩ ହଜାର ୯୧୯ କୋଟି ଟଙ୍କାର ପ୍ରସ୍ତାବ ଆଗତ କରିଛନ୍ତି ।

୨୦୨୩-୨୪ ବଜେଟ ତୁଳନାରେ ଏହି ପରିମାଣ ୧୫% ଅଧିକ । ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ବଜେଟର ପରିମାଣ ୨୪ ହଜାର ୮୨୯ କୋଟି ଥିଲା । କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ବଜେଟ ଆହତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଣିକି ଧାନ କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କାରେ କ୍ରୟ କରାଯିବ ଯାହା ଧାର୍ଯ୍ୟ ନ୍ୟୁନତମ ସହାୟକ ମୂଲ୍ୟ ଠାରୁ ୮୦୦ ଟଙ୍କା ଅଧିକ । ଅନ୍ୟପକ୍ଷରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବଜେଟରେ ନୂଆ ଯୋଜନା ‘ସିଏମ୍ କିଷାନ’ ବିଷୟ ଘୋଷଣା କରିଛନ୍ତି । ଏଥି ପାଇଁ ୧ ହଜାର ୯୩୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ସେହିପରି ସମୃଦ୍ଧ କୃଷକ ଯୋଜନା ବାବଦକୁ ୫ ହଜାର କୋଟି ଏବଂ ଶ୍ରୀଅନ୍ନ ଯୋଜନା ପାଇଁ ୬୪୯ କୋଟି ଟଙ୍କା ଘୋଷଣା କରାଯାଇଛି ।

ସୁଭଦ୍ରା ଯୋଜନା ପାଇଁ ମୁଖ୍ୟମନ୍ତ୍ରୀ ବଜେଟରେ ୧୦ ହଜାର କୋଟିର ବ୍ୟୟବରାଦ କରିଥିବା ବେଳେ ଆଗାମୀ ଦିନରେ ରାଜ୍ୟ ସମବାୟ ନୀତି ପ୍ରଣୟନ କରାଯିବ ବୋଲି କହିଛନ୍ତି । ସେହିପରି ମହାନଦୀ ନବୀକରଣ ପାଇଁ ବୈଷୟିକ କମିଟି ଗଠନ ସହ ଡ୍ୟାମ ସୁରକ୍ଷା ଉନ୍ନତୀକରଣ ଯୋଜନା ପାଇଁ ୨ ଶହ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ରାଜ୍ୟରେ ୨୦୨୭ ସୁଦ୍ଧା ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସେଥିପାଇଁ ମହିଳା ଓ ଶିଶୁ ବିକାଶ ପାଇଁ ୧୭ ହଜାର ୯୪୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବା ନିମନ୍ତେ ‘ଯଶୋଦା’ ଯୋଜନାରେ ୮୩ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଅନ୍ୟପକ୍ଷରେ ସାମାଜିକ ସୁରକ୍ଷା ଅନ୍ତର୍ଗତ ବିଭିନ୍ନ ଯୋଜନାରେ ଭତ୍ତା ପରିମାଣ ମାସିକ ୩ ହଜାର ୫ଶହ ଟଙ୍କାଙ୍କୁ ବୃଦ୍ଧି କରାଯାଇଛି ।

ଏହି ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କ ଓ ୮୦%ରୁ କମ୍ ହୋଇନଥିବା ଭିନ୍ନକ୍ଷମ ବର୍ଦ୍ଧିତ ଭତ୍ତା ପାଇବେ। ଏଣିକି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବଦଳରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ ହେବ । ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ ନଗଦ ବିହୀନ ସ୍ୱାସ୍ଥ୍ୟ ସେବା ମିଳିପାରିବ । ରାଜ୍ୟରେ ମଧ୍ୟ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ବଜେଟରେ ୨୪୬୨ କୋଟି, କଟକ ଏସ୍‌ସିବି ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ଟଙ୍କା ଘୋଷଣା କରାଯାଇଛି । ଅନ୍ୟପକ୍ଷରେ ଚଳିତ ବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଥିବା ବେଳେ ୨୦୨୫ରେ ଫୁଲବାଣୀ ଓ ୨୦୨୬-୨୭ରେ ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ । ବଜେଟରେ ‘ମୋ ସ୍କୁଲ’ ନାଁ ବଦଳିଛି ।

ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ନାମରେ ରାଜ୍ୟ ସରକାର ବଜେଟରେ ୩୩୨ କୋଟି ଟଙ୍କା ବ୍ୟୟ ବରାଦ କରିଥିବା ବେଳେ ସ୍କୁଲରେ ଡ୍ରପ୍ ଆଉଟ ରୋକିବାକୁ ନୂଆ ଯୋଜନା ‘ମାଧୋ ସିଂହ ହାତ ଖର୍ଚ୍ଚ’ ଆରମ୍ଭ କରାଯାଇଛି । ଏଥିରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ତଫସିଲଭୁକ୍ତ ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ। ଆଜିର ବଜେଟରେ ୨୦୨୭ ସୁଦ୍ଧା ଭୁବନେଶ୍ବର-ତ୍ରିଶୁଳିଆ ମେଟ୍ରୋ ରେଳ କାର୍ଯ୍ୟକ୍ଷମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ କହିଛନ୍ତି ପ୍ରଥମ ପର୍ଯ୍ୟାୟରେ ମେଟ୍ରୋ ରେଳ ଭୁବନେଶ୍ବର ବିମାନବନ୍ଦରରୁ ତ୍ରିଶୁଳିଆ ଯାଏ ଚାଲିବ । ଏହି ପ୍ରକଳ୍ପ ପାଇଁ ୬ ହଜାର ୨୫୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ଚଳିତ ବଜେଟରେ ୧ ହଜାର କୋଟି ଟଙ୍କାର ଅନୁଦାନ ବ୍ୟବସ୍ଥା କରାଯାଇଛି । ଅନ୍ୟପକ୍ଷରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ନାମକ ନୂଆ ଯୋଜନା ପାଇଁ ୧ ହଜାର କୋଟି ଟଙ୍କା ପ୍ରସ୍ତାବ ରଖାଯାଇଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନ୍ତ୍ୟୋଦୟ ଗୃହ ଯୋଜନାରେ ପିଏମ୍ ଆବାସ ପାଉନଥିବା ନିମ୍ନ ଆୟକାରୀ ପରିବାରକୁ ଘର ଯୋଗାଇ ଦିଆଯିବ ବୋଲି କହିଛନ୍ତି । ମୁଖ୍ୟମନ୍ତ୍ରୀ ମଧ୍ୟ ଭୁବନେଶ୍ବରରେ ନୂଆ ଷ୍ଟାଡିୟମ ନିର୍ମାଣ ପାଇଁ ବଜେଟରେ ୯୫୨ କୋଟି ଟଙ୍କାର ବ୍ୟବସ୍ଥା କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ମାଗଣା ବିଜୁଳି ପାଇଁ ସହାୟତା ଦିଆଯିବା ବିଷୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ୧ କିଲୋୱାଟ ପ୍ରକଳ୍ପ ପାଇଁ କେନ୍ଦ୍ର ଦେବ ୩୦ ହଜାର ରିହାତି, ୨ କିଲୋୱାଟ ପାଇଁ ୬୦ ହଜାର ଓ ୩ କିଲୋୱାଟ ପାଇଁ ୭୮ ହଜାର ରିହାତି ମିଳିବ। ଅନ୍ୟପକ୍ଷରେ ମେକ୍ ଇନ୍ ଓଡ଼ିଶା ନାଁ ପରିବର୍ତ୍ତନ କରାଯାଇ ‘ଉତ୍କର୍ଷ ଉତ୍କଳ’ ଯୋଜନା କରାଯାଇଛି । ଏହି ଯୋଜନାରେ ୨୦୨୯ ସୁଦ୍ଧା ରାଜ୍ୟକୁ ଅଢ଼େଇ ଲକ୍ଷ କୋଟି ଘରୋଇ ପୁଞ୍ଜି ଆଣିବା ଯୋଜନା କରାଯାଇଥିବା ମୁଖ୍ୟମନ୍ତ୍ରୀ ବଜେଟରେ ଘୋଷଣା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

March 8, 2026
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version