
୩୧ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରାଜଭବନଠାରେ ବିଦାୟୀ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ରଙ୍କୁ ବିଦାୟକାଳୀନ ସଂବର୍ଦ୍ଧନା ଜ୍ଞାପନ କରାଯାଇଥିବା ବେଳେ ନବ ନିଯୁକ୍ତ ପ୍ରମୁଖ ଶାସନ ସଚିବ ଏନ୍.ବି.ଏସ୍ ରାଜପୁତଙ୍କୁ ସ୍ୱାଗତ ସଂବର୍ଦ୍ଧନା ଜ୍ଞାପନ କରାଯାଇଛି । ତା୩୦.୦୭.୨୦୨୪ରିଖ ମଙ୍ଗଳବାର ଦିନ ରାଜଭବନର ଅଭିଷେକ ହଲ୍ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥିଭାବେ ଯୋଗଦେଇ ବିଦାୟୀ ପ୍ରମୁଖ ଶାସନ ସଚିବ ଶ୍ରୀ ମିଶ୍ରଙ୍କୁ ନୂଆ ଦାୟିତ୍ୱ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ ।















