0୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ବିଭାଗୀୟ ବରିଷ୍ଠ ଅଧିକାରୀ, ଓଡ଼ିଶା ବ୍ୟବସାୟୀ ସଂଘର ସାଧାରଣ ସଂପାଦକ ଶ୍ରୀ ସୁଧାକର ପଣ୍ଡା ଏବଂ ବିଭିନ୍ନ ସଂଘର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ପାତ୍ର କହିଲେ ଯେ ଆଳୁକୁ ନେଇ ପଶ୍ଚିମବଙ୍ଗ ସରକାର ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି କରିବା ସହ ମନମୁଖୀ କାର୍ଯ୍ୟ ପ୍ରତିବାଦରେ ଏଣିକି ଉତ୍ତରପ୍ରଦେଶରୁ ରାଜ୍ୟକୁ ଆଳୁ ଆଣିବାର ନିଷ୍ପତ୍ତି ନିଆଯାଇଛି । ଆଜି ସେଠାରୁ କିଛି ଟ୍ରକ ଭର୍ତ୍ତି ଆଳୁ ଆସି ରାଜ୍ୟରେ ପହଞ୍ଚିଛି ଏବଂ ଆଗାମୀ ଦିନରେ ଅଧିକ ସଂଖ୍ୟକ ଗାଡ଼ି ଆସିବ । ଏହା ଦ୍ୱାରା ଧୀରେ ଧୀରେ ପଶ୍ଚିମବଙ୍ଗ ଉପରେ ଆଳୁକୁ ନେଇ ନିର୍ଭରଶୀଳତା ହ୍ରାସ ପାଇବ ।















