0୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ଜିଲ୍ଲାରେ ମେଡିକାଲ କଲେଜ ଏବଂ ନୟାଗଡ଼ ସ୍ଵୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ବ ବିଦ୍ୟାଳୟ ମାନ୍ୟତା ଦାବିରେ ଶୁକ୍ରବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଗଣଧାରଣା ଅନୁଷ୍ଠିତ ହୋଇଛି । ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଆବାହକତ୍ୱରେ ଅନୁଷ୍ଠିତ ଗଣଧାରରେ ଦଳମତ ନିର୍ବିଶେଷରେ ବହୁ ବ୍ୟକ୍ତି ସାମିଲ ହୋଇଛନ୍ତି । ନୟାଗଡ଼ ଜିଲ୍ଲାରେ ଆଖପାଖ ପାଞ୍ଚଟି ଜିଲ୍ଲାର ଛାତ୍ରଛାତ୍ରୀ ଶିକ୍ଷା ପାଇଁ ନିର୍ଭର କରୁଛନ୍ତି । ନୟାଗଡ଼ ଏବେ ଶିକ୍ଷାର ପ୍ରାଣକେନ୍ଦ୍ର ପାଲଟିଛି ।

ମାତ୍ର ଜିଲ୍ଲା ସଦରମହକୁମାରେ ଅବସ୍ଥିତ ସ୍ବୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ବ ବିଦ୍ୟାଳୟ ମାନ୍ୟତା ପାଇଁ ଦୀର୍ଘଦିନ ଧରି ଦାବି ହୋଇ ଆସୁଥିବା ବେଳେ ଏହାକୁ ଅଣଦେଖା କରାଯାଉଛି । ନୟାଗଡ଼ ଜିଲ୍ଲାରେ ମେଡିକାଲ କଲେଜ ସ୍ଥାପନ କରିବା ପାଇଁ ବହୁ ପୂର୍ବରୁ ଦାବି ହୋଇଆସୁଛି । ଦୁଇଟି ଦାବି ନେଇ ଗଣଧାରଣ ଆରମ୍ଭ ହୋଇଥିବା ବେଳେ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯିବାକୁ ସ୍ଥିର ହୋଇଛି ।
















