୦୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> ଗୋଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜୀବନ ଗଲା । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ଅଞ୍ଚଳରେ । ମୃତକ ମହାସିଙ୍ଗି ଗ୍ରାମର ଭକ୍ତରାମ ପୁଜାରୀ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଭକ୍ତରାମ ସବୁଦିନ ଭଳି ଶନିବାର ମଧ୍ୟ ବିଲରୁ କାମ ସାରି ଗେଗୁର ପଦର ନିକଟସ୍ଥ ଡିଗୁରିସାହି ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ହେଲେ ଗାଧୋଇବାକୁ ପୋଖରୀ ଭିତରକୁ ପଶିବା ବେଳେ କୌଣସି କାରଣରୁ ପୋଖରୀରେ ବୁଡ଼ି ଯାଇଥିଲେ ଭକ୍ତରାମ ।















