No Result
View All Result
୦୫ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :-> ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ ଧିମନ୍ ଚକମାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୨୨୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ।
ସେଥିମଧ୍ୟରୁ ୧୬୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୩ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା । ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୩ ଜଣଙ୍କୁ ଏବଂ ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ସହାୟତା ମଞ୍ଜୁର କରାଯାଇ ଥିଲା ।
No Result
View All Result