
୦୫ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ମହୀପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ୨ୟ ଜିଲ୍ଲା ସ୍ତରୀୟ ହାକାଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ଅଧ୍ୟକ୍ଷ ନିରଞ୍ଜନ ଦାସଙ୍କ ତତ୍ୱାବଧାନରେ ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।।ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବରେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ, ଡି.ଏସ.ଏସ ନୟାଗଡ଼ ଶରତ କୁମାର ସାହୁ ପ୍ରମୁଖ ଅତିଥିମାନେ ଉପସ୍ଥିତ ରହିଥିଲେ।ନାୟାଗଡ଼ ଜିଲ୍ଲା ରୁ ବିଭିନ୍ନ ବିଦ୍ୟାଳୟରୁ ଛାତ୍ର ଛାତ୍ରୀମାନେ ସ୍ଟଲ ନେଇ ଉପସ୍ଥିତ ହୋଇଥିଲେ। ସମୁଦାୟ ୨୯ ପ୍ରତିଯୋଗୀ ମଧ୍ୟରୁ ୨୨ଗୋଟି ସ୍ଟଲ ପ୍ରତିଯୋଗୀ ମାନେ ଅଂଶଗ୍ରହଣ କରିଥିଲେ। ଛାତ୍ର ମାନଙ୍କର ଦକ୍ଷତା ବୃଦ୍ଧି ହେଉଛି ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ।















