• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନ ସରକାରଙ୍କୁ କନ୍ଦାଉଛି ଆଳୁ : ହସୁଛି ମମତା – ଆଳୁ ୫୦-୬୦ ଛୁଇଁଲାଣି

Proprietor Abhimanyu Maharana by Proprietor Abhimanyu Maharana
August 9, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମୋହନ ସରକାରଙ୍କୁ କନ୍ଦାଉଛି ଆଳୁ : ହସୁଛି ମମତା – ଆଳୁ ୫୦-୬୦ ଛୁଇଁଲାଣି
Share on FacebookShare on TwitterWhatsapp

ଜରୁରି ବୈଠକ ଡାକିଲେ ରାଜ୍ୟ ସରକାର, ନାଫେଡ୍‌ ଜରିଆରେ ଉତ୍ତରପ୍ରଦେଶ, ଅନ୍ୟ ରାଜ୍ୟରୁ ଆସିବ

ରାଜ୍ୟ ସରକାର ଉତ୍ତରପ୍ରଦେଶର ସରକାରଙ୍କଠାରୁ ମାଗିଥିବା ଆଳୁ ଏପର୍ଯ୍ୟନ୍ତ ପହଞ୍ଚିନାହିଁ । ପଶ୍ଚିମବଙ୍ଗରୁ ଆସିଲା ୫ ଆଳୁ ଟ୍ରକ

୦୯ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଓଡ଼ିଶା ବଜାରରେ ପୁଣିଥରେ ଆଳୁ ଅଭାବ ଦେଖାଦେଇଛି । ଗତ ୨-୩ ଦିନ ହେବ ଆଳୁ ଗାଡ଼ି ଆସି ନ ଥିବାରୁ ଦର ବଢ଼ିବା ଆଶଙ୍କା ଦେଖାଦେଇଛି । ଯେଉଁ ବ୍ୟବସାୟୀଙ୍କ ପାଖରେ ଆଳୁ ରହିଛି ସେମାନେ ଚଢ଼ା ଦରରେ ବିକ୍ରି କରିବା ଆରମ୍ଭ କରିସାରିଲେଣି । ଗତକାଲି ଖାଉଟିମାନେ ୩୫ଟଙ୍କାରେ ଆଳୁ କିଣିଥିବା ବେଳେ ଆଜି ୪୦ ଟଙ୍କା ଓ କିଛି ସ୍ଥାନରେ ଏହା ୫୦-୬୦ ଛୁଇଁଲାଣି । ବେଶ୍‌ କିଛିଦିନ ଧରି ଚଢ଼ା ଦରରେ ଆଳୁ ବିକ୍ରି ହେବା ଖାଉଟିଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି । ପଶ୍ଚିମବଙ୍ଗ ସରକାର ଆଳୁ ରପ୍ତାନି ନେଇ କଟକଣା ଜାରି କରିବା ପରେ ଓଡ଼ିଶା ବଜାରରେ ଆଳୁ ସଂକଟ ଦେଖାଦେଇଛି । ଲୁଚାଛପାରେ ହାତଗୁଞ୍ଜା ଦେଇ ପ୍ରତିଦିନ କିଛି ଆଳୁ ଟ୍ରକ ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆସୁଛି । ହେଲେ ଗତ ୨ଦିନ ହେବ କୌଣସି ଆଳୁ ଗାଡ଼ି ଆସିନାହିଁ ।

କଟକର ଛତ୍ରବଜାରକୁ ଆଳୁ ଗାଡ଼ି ଆସି ନ ଥିବା ବେଳେ ଭୁବନେଶ୍ୱରର ଆଇଗିଣିଆ ଆଳୁ ଗୋଦାମ ଖାଲି ହୋଇଗଲାଣି । ଆଳୁ ସଂକଟ ଦୂର କରିବା ପାଇଁ ରାଜ୍ୟ ସରକାର ବିକଳ୍ପଭାବେ ଉତ୍ତରପ୍ରଦେଶରୁ ଆଳୁ ମଗାଉଛନ୍ତି । ମାତ୍ର ଉତ୍ତରପ୍ରଦେଶରୁ ଆସୁଥିବା ଆଳୁକୁ ନେଇ ବ୍ୟବସାୟୀମାନେ ଖୁସି ନୁହନ୍ତି । ପଶ୍ଚିମବଙ୍ଗ ଆଳୁ ତୁଳନାରେ ଦର ଅଧିକ ହେବା ସହ ଏହା ଶୀଘ୍ର ପଚି ଯାଉଥିବା ଅଭିଯୋଗ ହେଉଛି । ମାତ୍ର ରାଜ୍ୟ ସରକାର ଏହାକୁ ବାରମ୍ବାର ଖଣ୍ଡନ କରୁଛନ୍ତି । ଏପରିକି ଆବଶ୍ୟକ ପଡ଼ିଲେ ପଞ୍ଜାବରୁ ଆଳୁ ଅଣାଯିବ ବୋଲି ଗତକାଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ । ରାଜ୍ୟ ସରକାରଙ୍କ ଏ ପ୍ରକାର ଆଶ୍ୱାସନା ସତ୍ତ୍ୱେ ବଜାରରେ ଆଳୁ ଦର କମୁନାହିଁ । ବିଭିନ୍ନ ଶୀତଳ ଭଣ୍ଡାରରେ ଏବେ ୧୫-୧୭ ଟନ୍ ଆଳୁ ମହଜୁଦ ରହିଛି ।

ଏହା ଆସନ୍ତା ୨-୩ଦିନର ଚାହିଦା ପୂରଣ କରିପାରିବ । ସରକାର ତୁରନ୍ତ ବିକଳ୍ପ ବ୍ୟବସ୍ଥା ନ କଲେ ଆଗକୁ ଆଳୁ ଖୋଜିଲେ ବି ମିଳିବନି ବୋଲି ବ୍ୟବସାୟୀ ମହାସଂଘ ପକ୍ଷରୁ କୁହାଯାଇଛି । ଅପରପକ୍ଷରେ ରାଜ୍ୟରେ ଆଳୁ ସଂକଟ ଘନେଇବା ପରେ ରାଜ୍ୟ ସରକାର ଆଜି ଜରୁରିକାଳୀନ ବୈଠକ ଡାକିଛନ୍ତି । ମନ୍ତ୍ରୀ ଶ୍ରୀ ପାତ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଅତିଥି ଭବନରେ ବସିଥିବା ଏହି ବୈଠକରେ ବ୍ୟବସାୟୀ ଓ ଶୀତଳଭଣ୍ଡାର ସଂଘର କର୍ମକର୍ତ୍ତା ସାମିଲ ହୋଇଥିଲେ । ବୈଠକ ପରେ ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ଯେ ଉତ୍ତର ପ୍ରଦେଶରୁ ଧୀରେ ଧୀରେ ଆଳୁ ଆସିବା ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଆଗାମୀ ଦିନରେ ଏହା ବୃଦ୍ଧି ହେବ । ରାଜ୍ୟର ଅନେକ ସ୍ଥାନରେ ଉତ୍ତରପ୍ରଦେଶ ଆଳୁ ଉପଲବ୍ଧ ହେଉଛି । ଉତ୍ତରପ୍ରଦେଶରୁ ଆଳୁ ଭର୍ତ୍ତି ଟ୍ରକ ଗୁଡ଼ିକ ରାଜ୍ୟର ବିଭିନ୍ନ ବ୍ୟାବସାୟିକ ପେଣ୍ଠସ୍ଥଳୀରେ ପହଞ୍ଚୁଥିବାରୁ ଉଭୟ ବ୍ୟବସାୟୀ ଓ ଖାଉଟି ମାନଙ୍କ ପାଇଁ ଆଶ୍ୱସ୍ତି ଆଣିଛି ।

ଏହି ଆଳୁ ଉଚ୍ଚ ମାନର ଓ ରାଜ୍ୟର ବଜାରକୁ ସୁହାଇବ । ଖାଉଟିଙ୍କ ସୁବିଧା ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ଆଳୁ ଯୋଗାଣକୁ ନେଇ ପଶ୍ଚିମବଙ୍ଗ ସରକାର ଅନେକ ସମୟରେ ମନମୁଖୀ କାର୍ଯ୍ୟ କରୁଥିବାରୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହାବାଦ୍ ନାଫେଡ୍ ମାଧ୍ୟମରେ ଉତ୍ତରପ୍ରଦେଶ ଓ ଅନ୍ୟାନ୍ୟ ରାଜ୍ୟରୁ ଆଳୁ ଆଣି ଓଡ଼ିଶାରେ ଉପଲବ୍ଧ କରାଇବା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରୁଛନ୍ତି । ତେଣୁ ଗୋଦାମ ମାଲିକ ଓ ବ୍ୟବସାୟୀ ମାନେ ସହଯୋଗ କରିବାକୁ ବୈଠକରେ ପରାମର୍ଶ ଦିଆଯାଇଛି । ବିଭାଗୀୟ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ କରିଥିଲେ,

ଅନାବଶ୍ୟକ ଭାବେ ଦରଦାମ ବୃଦ୍ଧି କରୁଥିବା ଅସାଧୁ ବେପାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଦରଦାମ ବୃଦ୍ଧି ନିୟନ୍ତ୍ରଣ ନେଇ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଥିବା ସେ କହିଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ମଧୁସୂଦନ ବେହେରା, ନାଫେଡ୍‌ ଓଡ଼ିଶା ମୁଖ୍ୟ ଅନିନ୍ଦିତା ଗୁହା, ବିଭାଗୀୟ ଉପନିର୍ଦ୍ଦେଶକ ଦୀପକ ଶତପଥୀ, ଓଡ଼ିଶା ବ୍ୟବସାୟୀ ସଂଘ ମହାସଚିବ ସୁଧାକର ପଣ୍ଡା, ରାଜ୍ୟ ଶୀତଳଭଣ୍ଡାର ସଂଘ ସଭାପତି ରଞ୍ଜିତ କୁମାର , ସାଧାରଣ ସମ୍ପାଦକ ଶୁଭେନ୍ଦୁ କୁମାର ସାହୁ ଓ ଯୋଗାଣ ବିଭାଗ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

June 15, 2026
୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 15, 2026
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

June 15, 2026
୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version