୧୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବୈଧ ମାପ ଓ ଓଜନ ବିଭାଗ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି । ଭୁବନେଶ୍ୱରର ଡମଣା, ନୀଳାଦ୍ରୀ ବିହାର ମାଛ ମାର୍କେଟ, ଲେବର କଲୋନୀ, ସୁନ୍ଦରପଦା ଓ ହାଇଟେକ ଛକ ଅଞ୍ଚଳର ବିଭିନ୍ନ ଦୋକାନରେ ଚଢ଼ାଉ କରାଯାଇ ଓଜନ ମାପର ସଠିକତା ଯାଞ୍ଚ କରାଯାଇଛି ।

ଏହି ଯାଞ୍ଚ ସମୟରେ ଲାଇସେନ୍ସ ନବୀକରଣ କରିନଥିବା ଅଭିଯୋଗରରେ ୯୩୦୯ଟଙ୍କା ଜରିମାନା ଆଦାୟ କରାଯାଇଥିବା ବେଳେ ଚାରୋଟି ଦୋକାନର ଓଜନ ମାପ ଉପକରଣକୁ ଜବତ କରାଯାଇଛି । ଏଥିସହ ଯୋଗାଣ ବିଭାଗ ପକ୍ଷରୁ ସମ୍ପୃକ୍ତ ଅଂଚଳର ବିଭିନ୍ନ ଆଳୁ ଗୋଦାମ ଓ ଦୋକାନରେ ମଧ୍ୟ ଚଢ଼ାଉ କରାଯାଇଛି ।

ଅଧିକ ଦାମରେ ଆଳୁ ବିକୁଥିବା ଅସାଧୁ ବ୍ୟବସାୟୀଙ୍କୁ ସଚେତନତା କରାଯିବା ସହ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ କୁହାଯାଇଛି । ଗତକାଲି ୟୁନିଟ- ୧ ହାଟରେ ମଧ୍ୟ ଚଢ଼ାଉ କରାଯାଇଥିଲା । ଏହି ଚଢ଼ାଉ ଅବସରରେ ଉଭୟ ବିଭାଗର ରାଜ୍ୟ ଓ ଭୁବନେଶ୍ୱର ମହାନଗର ନିଗମ ଅଂଚଳର ସମ୍ପୃକ୍ତ ଅଧିକାରୀ ମାନେ ସାମିଲ ହୋଇଥିଲେ ।