• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ଘରେ ଘରେ ତ୍ରିରଙ୍ଗା ଅଭିଯାନ ଉପରେ ବିରାଟ ଶୋଭାଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 14, 2024
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାର ଘରେ ଘରେ ତ୍ରିରଙ୍ଗା ଅଭିଯାନ ଉପରେ ବିରାଟ ଶୋଭାଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୧୪ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି  :-> ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଘରେ ଘରେ ତ୍ରିରଙ୍ଗା ଅଭିଯାନ ସମ୍ପର୍କିତ ଏକ ବିରାଟ ଶୋଭାଯାତ୍ରା ସମେତ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଗଜପତି ଜିଲ୍ଲାରେ ମଧ୍ୟ ଏହି କାର୍ଯ୍ୟକ୍ରମ ବ୍ୟାପକ ଭାବେ ଆଗେଇ ଚାଲିଛି । ଏହି ଅବସରରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ପ୍ୟାଲେସ ଛକ ଠାରେ ଏକ ବିରାଟ ତ୍ରିରଙ୍ଗା ଶୋଭାଯାତ୍ରା ବାହାରିଥିଲା ।  ଏହି ଶୋଭାଯାତ୍ରା କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ ଏବଂ ଜିଲ୍ଲା ପରିଷଦ ସିଡିଓ: ଡ଼ଃ ଗୁଣନିଧି ନାୟକ ମିଳିତ ଭାବେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।

ଏହି ଶୋଭାଯାତ୍ରା ପ୍ୟାଲେସ ଛକ ଠାରୁ ବାହାରି ସମଗ୍ର ସହର ପରିକ୍ରମା କରିବା ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲା । ଶୋଭାଯାତ୍ରାରେ ପାରଳାଖେମୁଣ୍ଡି ସହରର ସମସ୍ତ ସ୍କୁଲ ଓ କଲେଜର ହଜାରଧିକ ଛାତ୍ରଛାତ୍ରୀ ମାନେ ସାମିଲ ହୋଇ ହାତରେ ତ୍ରିରଙ୍ଗା ପତାକା ଧରି “ଭାରତ ମାତା କି ଜୟ” ଏବଂ “ହର ଘର ତ୍ରିରଙ୍ଗା” ଉପରେ ସ୍ଲୋଗାନ ଦେଇ ସହର ପ୍ରକମ୍ପିତ କରିଥିଲେ । ଶୋଭାଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚିବା ପରେ ସେଠାରେ ଦସ୍ତଖତ ଅଭିଯାନ ଏବଂ ସେଲଫି ନେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପୂର୍ବାହ୍ନରେ ଏହି ଅବସରରେ ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ତ୍ରିରଙ୍ଗା ଅଭିଯାନ ଉପରେ ଏକ ସଚେତନତା ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଡ଼ିଆଇପିଆରଓ ଶ୍ରୀ ପ୍ରଦୀପ୍ତ ଗୁରୁମାୟୀ ଙ୍କ ସଭାପତିତ୍ବରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ , ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା ମଙ୍ଗରାଜ , ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ୱାଇ: ଧର୍ମାରାଓ , ବରିଷ୍ଠ ଶିକ୍ଷକ ଶ୍ରୀ ଡି: ମୂର୍ତ୍ତୀ ବାବୁ , ଜିଲ୍ଲା ଶିକ୍ଷା ବିଭାଗର ଶାରୀରିକ ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ରଙ୍କ ସମେତ ମିରାକଲ ଡେନ୍ସ ଗ୍ରୁପ ର ନିର୍ଦ୍ଦେଶକ ଶ୍ରୀ ଶୁଭେନ୍ଦୁ ସେନାପତି ଏବଂ ଶ୍ରୀ ଜଗନ୍ନାଥ ଓଡ଼ିଶୀ କଳା କେନ୍ଦ୍ରର ନିର୍ଦ୍ଦେଶିକା ଶ୍ରୀମତୀ ଡି: ପ୍ରିୟଙ୍କା ପ୍ରମୁଖ ମଞ୍ଚାସିନ ରହି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ କହିଥିଲେ । ପରେ ବିଭିନ୍ନ ସ୍କୁଲ ଓ କଲେଜର ପିଲାମାନଙ୍କୁ ନେଇ ଦେଶମାତୃକା ଓ ଭାବନା ପ୍ରୀତି ଉପରେ ଏକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

କାର୍ଯ୍ୟକ୍ରମ ସମ୍ପର୍କରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାସ କହିଥିଲେ ଯେ , ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଦେଶର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଆହ୍ବାନ ଓ ଦିଗଦର୍ଶନ ଅନୁଯାୟୀ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତ ବର୍ଷର ନାଗରିକ ମାନଙ୍କୁ ଏଥିରେ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେବା ସହ ଭାରତୀୟ ମାନଙ୍କ ସ୍ୱାଭିମାନର ପ୍ରତୀକ ତ୍ରିରଙ୍ଗା ପତାକାକୁ ଘରେ ଘରେ ସମ୍ମାନର ସହ ଲଗାଇ ଉଡାଇବା ଏବଂ ଗର୍ବରେ କହିବା ଆମେ ଭାରତୀୟ ଏହି ସବୁ ହେଉଛି ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ । ଏହି କାର୍ଯ୍ୟକ୍ରମକୁ ଉତ୍ସବ ଭାବେ ମନାଇବା ପାଇଁ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାସ ଆହ୍ବାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁ ରକ୍ତଦାନ ଉତ୍ସବ-୨୦୨୬ : ୨୮୬ ୟୁନିଟ ରକ୍ତ ସଂଗ୍ରହ

କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁ ରକ୍ତଦାନ ଉତ୍ସବ-୨୦୨୬ : ୨୮୬ ୟୁନିଟ ରକ୍ତ ସଂଗ୍ରହ

August 30, 2026
ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ-୨୦୨୬ ପାଳିତ

ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ-୨୦୨୬ ପାଳିତ

August 30, 2026
ବନ୍ଦେ ଉତ୍କଳ ମହାସଂଘ ପକ୍ଷରୁ ରାଷ୍ଟ୍ରୀୟ ଲୋକକଳା ମହାକୁମ୍ବ ୨୦୨୬ ଅନୁଷ୍ଠିତ

ବନ୍ଦେ ଉତ୍କଳ ମହାସଂଘ ପକ୍ଷରୁ ରାଷ୍ଟ୍ରୀୟ ଲୋକକଳା ମହାକୁମ୍ବ ୨୦୨୬ ଅନୁଷ୍ଠିତ

August 30, 2026
ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବିଭିନ୍ନ ସମସ୍ଯାକୁ ନେଇ ବିଧାୟକ ରୂପେଶ ପାଣିଗ୍ରାହୀ ଙ୍କୁ ଦାବୀ ପତ୍ର ପ୍ରଦାନ

ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବିଭିନ୍ନ ସମସ୍ଯାକୁ ନେଇ ବିଧାୟକ ରୂପେଶ ପାଣିଗ୍ରାହୀ ଙ୍କୁ ଦାବୀ ପତ୍ର ପ୍ରଦାନ

August 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁ ରକ୍ତଦାନ ଉତ୍ସବ-୨୦୨୬ : ୨୮୬ ୟୁନିଟ ରକ୍ତ ସଂଗ୍ରହ

କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁ ରକ୍ତଦାନ ଉତ୍ସବ-୨୦୨୬ : ୨୮୬ ୟୁନିଟ ରକ୍ତ ସଂଗ୍ରହ

August 30, 2026
ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ-୨୦୨୬ ପାଳିତ

ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ-୨୦୨୬ ପାଳିତ

August 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version