• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଳବାହିତ ଓ ଭେକଫରବାହିତ ରୋଗ ସଂପର୍କିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 16, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଜଳବାହିତ ଓ ଭେକଫରବାହିତ ରୋଗ ସଂପର୍କିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
Share on FacebookShare on TwitterWhatsapp

ଜିରୋ କାଜୁଆଲିଟି ଉପରେ ମନ୍ତ୍ରୀ ଡ. ମହାଲିଙ୍ଗଙ୍କ ଗୁରୁତ୍ୱ

୧୫ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ରାଜ୍ୟ ସରକାରଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚଳିତ ମୌସୁମୀ ଋତୁରେ ଜଳବାହିତ ଓ ଭେକଫର ବାହିତ ରୋଗ ଯଥା-ଡେଙ୍ଗୁ, ଡାଇରିଆ ଓ ମ୍ୟାଲେରିଆ ରୋଗରେ ସଂକ୍ରମିତ ହୋଇ ଯେପରି ରାଜ୍ୟର ଜଣେ ବି ବ୍ୟକ୍ତି ମୃତୁ୍ୟବରଣ ନକରନ୍ତି, ତା’ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି । ଏହିସବୁ ରୋଗର ପ୍ରତିରୋଧ ନିମନ୍ତେ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାପୂର୍ବକ ଜନସ୍ୱାସ୍ଥ୍ୟ ସେବା ଓ ସ୍ୱାସ୍ଥ୍ୟ ସଂପର୍କିତ ସଚେତନତାକୁ ବ୍ୟାପକ କରିବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ନିର୍ଦ୍ଦେଶ ଦେଇଛନ୍ତି ।

ମନ୍ତ୍ରୀ ଡ. ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଆଜି ଅପରାହରେ ଲୋକସେବା ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ଜଳବାହିତ ଓ ଭେକଫର ବାହିତ ରୋଗ ସଂପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ମୌସୁମୀ ଋତୁକୁ ଦୃଷ୍ଟିରେ ରଖି ଡେଙ୍ଗୁ, ଡାଇରିଆ ଓ ମ୍ୟାଲେରିଆ ରୋଗରେ ସଂକ୍ରମିତ ହେଉଥିବା ଲୋକମାନଙ୍କ ଉତ୍ତମ ଚିକିତ୍ସା ନିମନ୍ତେ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବାକୁ ଅଧିକ ବ୍ୟବସ୍ଥିତ ଓ କି୍ରୟାଶୀଳ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ସହ ରୋଗୀମାନଙ୍କୁ ଉତ୍ତମ ବ୍ୟବହାର ଦେଇ ସେମାନଙ୍କ ମନୋବଳ ବୃଦ୍ଧି କରିବା ପାଇଁ ସେ ଚିକିତ୍ସକ ଓ ସହଯୋଗୀମାନଙ୍କୁ ପରାମର୍ଶ ଦେଇଛନ୍ତି । ଡେଙ୍ଗୁ ରୋଗୀଙ୍କ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ମେଡ଼ିକାଲ କଲେଜମାନଙ୍କରେ ସ୍ୱତନ୍ତ୍ର ୱାର୍ଡର ବ୍ୟବସ୍ଥା, ମ୍ୟାଲେରିଆ ନିରାକରଣ ପାଇଁ ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରି ବଣ୍ଟନ ଏବଂ ଡାଇରିଆ ପ୍ରତିରୋଧ ପାଇଁ ସରକାରଙ୍କ ଦ୍ୱାରା ପ୍ରଦତ୍ତ ଓଆର୍‌ଏସ୍‌ ପ୍ୟାକଟ୍‌ ଓ ଜିଙ୍କ୍‌ ଔଷଧର ବଣ୍ଟନ ଉପରେ ମନ୍ତ୍ରୀ ଡ. ମହାଲିଙ୍ଗ ଗୁରୁତ୍ୱାରୋପ କରିଥିଲେ ।

ବୈଠକରେ ୧୫ଟି ଜିଲ୍ଲା ଯଥା-କଳାହାଣ୍ଡି, ବଲାଙ୍ଗିର, ଗଞ୍ଜାମ, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ, ସୁନ୍ଦରଗଡ଼, ବୌଦ୍ଧ, କନ୍ଧମାଳ, ଗଜପତି, ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ଡେଙ୍ଗୁ, ଡାଇରିଆ, ମ୍ୟାଲେରିଆ ରୋଗର ବର୍ତ୍ତମାନର ସ୍ଥିତି ଓ ପରିସଂଖ୍ୟାନର ପୁଙ୍ଖାନୁପୁଙ୍ଖ ସମୀକ୍ଷା କରି ଯେଉଁ ଅଞ୍ଚଳଗୁଡ଼ିକରେ ଜଳବାହିତ ଓ ଭେକଫରବାହିତ ରୋଗ ବ୍ୟାପୁଛି ସେସବୁ ଅଞ୍ଚଳରେ ଜନସ୍ୱାସ୍ଥ୍ୟ ସେବାକୁ ଅଧିକ ବ୍ୟବସ୍ଥିତ କରିବା ପାଇଁ ମନ୍ତ୍ରୀ ଡ. ମହାଲିଙ୍ଗ ନିର୍ଦ୍ଦେଶ ଦେଇଛନ୍ତି ।

ତୃଣମୂଳ ସ୍ତରରେ ଘର ଘର ଯାଇ ଲୋକମାନଙ୍କୁ ସଚେତନ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ମନ୍ତ୍ରୀ ଖୋର୍ଦ୍ଧା, ବଲାଙ୍ଗିର, ଗଞ୍ଜାମ ସମେତ ଅନ୍ୟ କିଛି ଜିଲ୍ଲାର ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀମାନଙ୍କ ସହ ଆଲୋଚନା କରି ଡାକ୍ତରଖାନାମାନଙ୍କରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହ ପର୍ଯ୍ୟାପ୍ତ ପରିମାଣର ଔଷଧ ମହଜୁଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଜିଲ୍ଲାମାନଙ୍କର ଜଳବାହିତ ଓ ଭେକଫର ବାହିତ

ରୋଗର ପରିସଂଖ୍ୟାନ ଏବଂ ପରିବାର କଲ୍ୟାଣ ନିର୍ଦ୍ଦେଶିକା ରାଜ୍ୟର ଷ୍ଟପ୍‌ ଡାଇରିଆ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏହି ବୈଠକରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶାଲିନୀ ପଣ୍ଡିତଙ୍କ ସମେତ ସମସ୍ତ ନିର୍ଦ୍ଦେଶକ, ବରିଷ୍ଠ ଅଧିକାରୀ, ବିଭିନ୍ନ ମେଡ଼ିକାଲ କଲେଜର ଅଧୀକ୍ଷକ ଏବଂ ୧୫ଟି ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀମାନେ ଆଭାସି ମାଧ୍ୟମରେ ଏହି ବୈଠକରେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପର୍ଯ୍ୟଟକ ଙ୍କ ସୁରକ୍ଷା ପାଇଁ ବିଚ ପେଟ୍ରୋଲିଂ କଡାକଡି

ପର୍ଯ୍ୟଟକ ଙ୍କ ସୁରକ୍ଷା ପାଇଁ ବିଚ ପେଟ୍ରୋଲିଂ କଡାକଡି

May 20, 2026
ପଞ୍ଚାୟତ ସ୍ତରୀୟ ଆମ ଗଞ୍ଜାମ,ସ୍ୱଚ୍ଛ ଗଞ୍ଜାମ ଆରମ୍ଭ

ପଞ୍ଚାୟତ ସ୍ତରୀୟ ଆମ ଗଞ୍ଜାମ,ସ୍ୱଚ୍ଛ ଗଞ୍ଜାମ ଆରମ୍ଭ

May 19, 2026
ଜିଲ୍ଲା ପ୍ରଶାସନ ପକ୍ଷରୁ ୫୨ ଜଣ କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ; ରଣପୁରର ୧୬ ଛାତ୍ରଛାତ୍ରୀ ଆଣିଲେ ଗୌରବ

ଜିଲ୍ଲା ପ୍ରଶାସନ ପକ୍ଷରୁ ୫୨ ଜଣ କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ; ରଣପୁରର ୧୬ ଛାତ୍ରଛାତ୍ରୀ ଆଣିଲେ ଗୌରବ

May 19, 2026
୩୦ଟି ବିଜ୍ଞପ୍ତିତ ନାଗରିକ ସେବାରେ ୯୪% ସମୟସୀମା ଅନୁପାଳନ ହାସଲ କଲା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ

୩୦ଟି ବିଜ୍ଞପ୍ତିତ ନାଗରିକ ସେବାରେ ୯୪% ସମୟସୀମା ଅନୁପାଳନ ହାସଲ କଲା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ

May 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପର୍ଯ୍ୟଟକ ଙ୍କ ସୁରକ୍ଷା ପାଇଁ ବିଚ ପେଟ୍ରୋଲିଂ କଡାକଡି

ପର୍ଯ୍ୟଟକ ଙ୍କ ସୁରକ୍ଷା ପାଇଁ ବିଚ ପେଟ୍ରୋଲିଂ କଡାକଡି

May 20, 2026
ପଞ୍ଚାୟତ ସ୍ତରୀୟ ଆମ ଗଞ୍ଜାମ,ସ୍ୱଚ୍ଛ ଗଞ୍ଜାମ ଆରମ୍ଭ

ପଞ୍ଚାୟତ ସ୍ତରୀୟ ଆମ ଗଞ୍ଜାମ,ସ୍ୱଚ୍ଛ ଗଞ୍ଜାମ ଆରମ୍ଭ

May 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version