No Result
View All Result
ଆଗାମୀ ଦିନରେ ଦଳୀୟ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ.ନବୀନ ପଟ୍ଟନାୟକ
୧୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ପାଇଁ ଆଜି ନବୀନ ନିବାସ ଲୋକାରଣ୍ୟ ହୋଇଯାଇଥିଲା । ପାଲଲହଡା , ବୋଲଗଡ଼ ବେଗୁନିଆ ବିଧାନସଭା ନିବର୍ଚନମଣ୍ଡଳୀର ସରପଞ୍ଚ, ଜିଲ୍ଲାପରିଷଦ ସଭ୍ୟ, ପଞ୍ଚାୟତ ସଭ୍ୟ,

ବ୍ଲକ ଅଧ୍ୟକ୍ଷଙ୍କ ସମେତ ଶହ ଶହ ଦଳୀୟ କର୍ମୀ ଏବଂ ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ଯୁବ,ଛାତ୍ର ଛାତ୍ରୀ, ମହିଳା ନେତୃବୃନ୍ଦ ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିବା ସହ ଦଳର ସଂଗଠନକୁ ମଜଭୁତ କରିବା ପାଇଁ ସଂଙ୍କଳ୍ପବଦ୍ଧଭାବେ କାମ କରିବାକୁ ଘୋଷଣା କରିଥିଲେ ।

ଏହି ଅବସରରେ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ଆଗାମୀ ଦିନରେ ଦଳୀୟ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ ବୋଲି ଘୋଷଣା କରିଥିଲେ । ଏହି ସାକ୍ଷାତ ସମୟରେ ଭୁବନେଶ୍ବର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରୟଣ ଜେନା, ବୋଲଗଡ଼ ବେଗୁନିଆ ବିଧାୟକ ଶ୍ରୀ ପ୍ରଦୀପ ସାହୁ ଏବଂ ପାଲଲହଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶ୍ରୀ ମୁକେଶ ପାଲ ପ୍ରମୁଖ ଉପସ୍ଥିତ ଥିଲେ ।
No Result
View All Result