ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ଶୁଣାଣି ସୁପ୍ରିମକୋର୍ଟ କରିବେ ୩ ଜଣିଆ ଖଣ୍ଡପୀଠ ଆସନ୍ତା ମଙ୍ଗଳବାର ଏହାର ଶୁଣାଣି କରିବେ ବୋଲି ଜଣାପଡ଼ିଛି ।
୧୮ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଦିଲ୍ଲୀ :-> ଦେଶକୁ ଦୋହଲାଇ ଦେଇଥିବା କୋଲକାତା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ । କୋଲକାତାର ଗୋଟିଏ ସରକାରୀ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ଶୁଣାଣି ସୁପ୍ରିମକୋର୍ଟ କରିବେ ୩ ଜଣିଆ ଖଣ୍ଡପୀଠ ଆସନ୍ତା ମଙ୍ଗଳବାର ଏହାର ଶୁଣାଣି କରିବେ ବୋଲି ଜଣାପଡ଼ିଛି । ପ୍ରଧାନ ବିଚାରପତି ଜଷ୍ଟିସ୍ ଡିାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଶୁଣାଣି ହେବ । କୋଲକାତା ଘଟଣାକୁ ନେଇ ଏବେ ସମଗ୍ର ଦେଶରେ ହଇଚଇ ସୃଷ୍ଟି ହୋଇଛି କୋଲକାତା ପୁଲିସ୍ ପକ୍ଷରୁ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟକୁ ଗିରଫ କରାଯାଇଥିବା ବେଳେ ସିବିଅlଇ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ଅଧିକ ତଦନ୍ତ କରୁଛି । ଏସବୁ ଭିତରେ ପୂରା ଦେଶରେ ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି ଓ ଡାକ୍ତରମାନେ ଡ୍ୟୁଟି ବେଳେ ସୁରକ୍ଷା ଦାବି କରି ଆନ୍ଦୋଳନ କରୁଛନ୍ତି ।
















