• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଟେଷ୍ଟିଂ ପାଇଁ ସ୍ବେଚ୍ଛାକୃତ ଭାବେ ଆଗେଇ ଆସିବାକୁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
August 12, 2020
in Uncategorized, ଓଡ଼ିଶା, ହୋମ୍
0
ଟେଷ୍ଟିଂ ପାଇଁ ସ୍ବେଚ୍ଛାକୃତ ଭାବେ ଆଗେଇ ଆସିବାକୁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ – ଭୁବନେଶ୍ୱର
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶା କୋଭିଡ୍‌ ମୁକାବିଲା ପଇସା ଅଭାବରୁ କେହି ଜଣେ ବି ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ ରାଜ୍ୟ ସରକାର ସବୁ ସୁବିଧା ମାଗଣାରେ ଯୋଗାଇ ଦେଉଛନ୍ତି ମୁଖ୍ୟମନ୍ତ୍ରୀ

ଓଡିଶା ତାଜା ନ୍ୟୁଜ୍ ( ୧୨ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ପଇସା ଅଭାବରୁ କେହି ଜଣେ ବି କୋଭିଡ୍‌ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆଜି ଭିଡିଓ କନଫରେନ୍ସି ଜରିଆରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ୍‌ ଚିକିତ୍ସା ପାଇଁ ରାଜ୍ୟ ସରକାର ରୋଗୀ ମାନଙ୍କୁ ଖାଇବା, ରହିବା, ଔଷଧ ଖର୍ଚ୍ଚ, ପରିବହନ ଆଦି ସବୁ ସୁବିଧା ମାଗଣାରେ ଯୋଗାଇ ଦେଉଛନ୍ତି । ଏ କ୍ଷେତ୍ରରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ ଯେଉଁଠାରେ କି ଧନୀ, ଗରିବ ସମସ୍ତଙ୍କୁ ମାଗଣା ଚିକିତ୍ସା ଦିଆଯାଉଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଅଧିକରୁ ଅଧିକ ଲୋକଙ୍କ ଜୀବନ ଯେପରି ବଞ୍ଚାଯାଇପାରିବ ସେ ଦିଗରେ ଆମେ ନିଷ୍ଠାର ସହିତ କାର୍ଯ୍ୟ କରୁଛୁ ।

କରୋନାକୁ ପ୍ରତିହତ କରିବା ପାଇଁ ଟେଷ୍ଟିଂ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ତେଣୁ ଲକ୍ଷଣ ପ୍ରକାଶ ମାତ୍ରକେ ତୁରନ୍ତ ସ୍ବେଚ୍ଛାକୃତ ଭାବରେ ଟେଷ୍ଟିଂ ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଆହ୍ବାନ ଜଣାଇଛନ୍ତି । ଏହାଦ୍ବାରା ସଂକ୍ରମଣ ନିୟନ୍ତ୍ରଣ ହେବା ସହିତ ଆରୋଗ୍ୟ ହାର ମଧ୍ୟ ଆହୁରି ଭଲ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗତକାଲି ରାଜ୍ୟରେ ଗୋଟିଏ ଦିନରେ ୩୨ ହଜାର ଟେଷ୍ଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଲୋକମାନେ ଯେପରି ସୁବିଧାରେ ଟେଷ୍ଟିଂ କରିପାରିବେ ସେଥିପାଇଁ ସବ୍-ଡିଭିଜନ ସ୍ତରରେ ତଥା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଲୋକମାନେ ଯେପରି ସ୍ବେଚ୍ଛାରେ ଟେଷ୍ଟିଂ ପାଇଁ ଆଗେଇ ଆସିବେ ସେଥିପାଇଁ ବି.ଡି.ଓ. ଓ ପଞ୍ଚାୟତ ପ୍ରତିନିଧିମାନେ ସଚେତନତା ଅଭିଯାନ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ରୋଗକୁ ଭୟ ନ କରି ଚିକିତ୍ସା ପାଇଁ ଆଗେଇ ଆସିବା ସହିତ ରୋଗୀଙ୍କୁ ଘୃଣା ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ । ଏ ଦିଗରେ ଲୋକ ପ୍ରତିନିଧିମାନେ ଜନସାଧାରଣଙ୍କୁ ସଚେତନ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ସ୍ବଳ୍ପ ଓ ଲକ୍ଷଣ ବିହୀନ ରୋଗୀମାନଙ୍କୁ ଘରେ ଚିକିତ୍ସା ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ଏବଂ ରୋଗୀମାନଙ୍କୁ ମେଡିସିନ୍‌ କିଟ୍‌ ଓ ଟେଲି ମେଡିସିନ ଯୋଗେ ଡକ୍ତରୀ ସୁବିଧା ଯୋଗାଇ ଦେବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ଖୋର୍ଦ୍ଧା, ସୁନ୍ଦରଗଡ, କଟକ ଓ ଯାଜପୁର ଜିଲ୍ଲାଗୁଡିକ ଉପରେ ଅଧିକ ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଗତ ପାଞ୍ଚ ମାସ ଧରି ରାଜ୍ୟବାସୀ ଯେଭଳି ସାହସର ସହ ଲଢେଇ ଜାରି ରଖିଛନ୍ତି ତାହା ଆମକୁ ଉତ୍ସାହଜନକ ସଫଳତା ଦେଇଛି ।

ଏଥିପାଇଁ ଆଗ ଧାଡିର କୋଭିଡ୍‌ ଯୋଦ୍ଧା ତଥା ଲୋକପ୍ରତିନିଧି ମାନଙ୍କର ନିରନ୍ତର ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ । ଗତ ତିନି ସପ୍ତାହ ମଧ୍ୟରେ ରାଜ୍ୟରେ ପାଞ୍ଚଟି ପ୍ଲାଜମା ବ୍ୟାଙ୍କ ସ୍ଥାପନ ହୋଇପାରିଛି ଏବଂ ଏହି ଚିକିତ୍ସା ଜରିଆରେ ରୋଗୀମାନେ ଭଲ ଫଳ ପାଇପାରୁଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନ ତଥା ଡାକ୍ତରମାନଙ୍କୁ ସାଧୁବାଦ ଜଣାଇଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ସାରା ଦେଶରେ କୋଭିଡ୍‌ ନିୟନ୍ତ୍ରଣରେ ଓଡିଶାର ସମସ୍ତ ସୂଚକାଙ୍କ ଉତ୍ସାହଜନକ ରହିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୯ ଜଣ ପ୍ଲାଜ୍‌ମା ଡୋନର ପ୍ଲାଜ୍‌ମା ଦାନ କରିଥିବା ବେଳେ ୧୩୨ ଜଣ ପ୍ଲାଜ୍‌ମା ଥେରାପିରେ ଚିକିତ୍ସିତ ହେଉଛନ୍ତି ।

୧୦ ଜଣ ସମ୍ପୁର୍ଣ୍ଣ ସୁସ୍ଥ ହୋଇଥିବା ବେଳେ ୯୮ ଜଣଙ୍କ ସ୍ବାସ୍ଥ୍ୟରେ ଆଖିଦୃଶିଆ ଉନ୍ନତି ଆସିଛି । ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ବର୍ତ୍ତମାନ ରାଜ୍ୟରେ ଆରୋଗ୍ୟ ହାର ୬୮.୬ ପ୍ରତିଶତ ଥିବାବେଳେ ମୃତ୍ୟୁହାର ୦.୬୦ ରହିଛି । ତିନୋଟି ସରକାରୀ ମେଡିକାଲ କଲେଜରେ ଅତିରିକ୍ତ RT-PCR Machine ସ୍ଥାପନ କରିବା, ରାଜ୍ୟରେ ଲାବ୍‌ ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ହୋଇଥିଲା । ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଅବସରରେ ଜିଲ୍ଲା ସ୍ତରରେ ପ୍ଲାଜ୍‌ମା ଦାତାମାନଙ୍କୁ ସମ୍ବର୍ଦ୍ଧିତ କରିବାପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା, ଯାଜପୁର, ଜଗତସିଂପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର ଓ କଟକ ଜିଲ୍ଲାର କୋଭିଡ୍‌ ପର୍ଯ୍ୟବେକ୍ଷକମାନଙ୍କ ସହ ଜିଲ୍ଲାର ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ । ଏହି ବୈଠକରେ ପୋଲିସ ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର, ଅର୍ଥ ବିଭାଗ ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି), E&IT ବିଭାଗ ସଚିବ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version