No Result
View All Result
ନବୀନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରାପଡା ଜିଲ୍ଲାପରିଷଦର ନବନିର୍ବାଚିତ ଅଧ୍ୟକ୍ଷା ଲିଲିତା ଦାସ ଓ ଜିଲ୍ଲାପରିଷଦ ସଦସ୍ୟ ।
ମୁଁ ଆପଣ ମାନଙ୍କ ସାଥିରେ ଅଛି, ଲୋକଙ୍କ ପାଇଁ ଭଲ କାମ ଜାରି ରଖନ୍ତୁ – ନବୀନ ପଟ୍ଟନାୟକ
୨୩ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜୁ ଜନତା ଦଳ । ଆଜି ଅନୁଷ୍ଠିତ ନିର୍ବାଚନରେ କେନ୍ଦ୍ରାପଡ଼ା ଜିଲ୍ଲାପରିଷଦର ଅଧ୍ୟକ୍ଷା ଭାବେ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହେବା ପରେ ଲିଲିତା ଦାସ, ନବୀନ ନିବାସକୁ ଆସି ବିଜୁ ଜନତା ଦଳ ସଭାପତି ତଥା ବିରୋଧିଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ l
ଏହି ଅବସରରେ ଶ୍ରୀ ପଟ୍ଟନାୟକ ଅଧ୍ୟକ୍ଷା ଦାସଙ୍କୁ ଅଭିନନ୍ଦନ ଜଣାଇବା ସହିତ ଜିଲ୍ଲାପରିଷଦ ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ସୁଚନାଯୋଗ୍ୟ ଆଜି ଅନୁଷ୍ଠିତ ନିର୍ବାଚନରେ ଲିଲିତା ଦାସ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ । ଜିଲ୍ଲାପରିଷଦର ୩୧ ଜଣ ସଦସ୍ୟଙ୍କ ମଧ୍ୟରୁ ୨୯ଜଣ ହେଉଛନ୍ତି ବିଜୁ ଜନତା ଦଳର ।
ଏହି ଅବସରରେ ବିରୋଧିଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ ବିଜୁ ଜନତା ଦଳ ସବୁବେଳେ ଲୋକଙ୍କ ସାଥିରେ ଅଛି । ଲୋକଙ୍କ ପାଇଁ କାମ କରୁଛି ଓ କରିଚାଲିବ । ଆପଣମାନେ ଲୋକଙ୍କ ପାଇଁ ଭଲ କାମ ଜାରି ରଖନ୍ତୁ, ମୁଁ ସବୁବେଳେ ଆପଣମାନଙ୍କ ସାଥିରେ ଅଛି ।
ଏହି ସାକ୍ଷାତ ସମୟରେ ବିଧାୟକ ପ୍ରତାପ ଦେବ, ବିଧାୟକ ଧ୍ରୁବ ସାହୁ, ବିଧାୟକ ଶ୍ରୀ ଅରବିନ୍ଦ ମହାପାତ୍ର, ବିଧାୟକ ଶ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ଓ ସାଂସଦ ପ୍ରାଥି ଶ୍ରୀ ଅଂଶୁମାନ ମହାନ୍ତି ଙ୍କ ସମେତ କେନ୍ଦ୍ରାପଡ଼ା ଜିଲ୍ଲା ବିଜୁ ଜନତା ଦଳର ଅନେକ କର୍ମୀ ଉପସ୍ଥିତ ଥିଲେ ।

No Result
View All Result