• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଉନ୍ନୟନ କମିଶନରଙ୍କ ଜିଲ୍ଲାପାଳଙ୍କ ସହିତ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 24, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଉନ୍ନୟନ କମିଶନରଙ୍କ ଜିଲ୍ଲାପାଳଙ୍କ ସହିତ ବୈଠକ
Share on FacebookShare on TwitterWhatsapp

ହିତାଧିକାରୀଙ୍କୁ ବ୍ୟବସ୍ଥା ସଂପର୍କରେ ସଠିକ୍ ସୂଚନା ପ୍ରଦାନ ଉପରେ ଗୁରୁତ୍ୱ

୨୩ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ )  ଭୁବନେଶ୍ୱର :-> ସୁଭଦ୍ରା ଯୋଜନାର କାର୍ଯ୍ୟାନ୍ୱୟନ ସଂପର୍କରେ ଆଜି ଅପରାହ୍ଣରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ଗ୍ରାମ୍ୟ ଉନ୍ନୟନ, ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ରାଜ୍ୟର ସମସ୍ତ ଜିଲ୍ଲାପାଳମାନେ ଆଭାସୀ ବ୍ୟବସ୍ଥା ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ । ସୁଭଦ୍ରା ଯୋଜନା ସଂପର୍କରେ ଗତକାଲି କ୍ୟାବିନେଟରେ ଅନୁମୋଦନ ପରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ବିଧାନସଭାରେ ଏହାର କାର୍ଯ୍ୟକାରିତା ନେଇ ଅବଗତ କରାଇଛନ୍ତି । ମାନ୍ୟବର ପ୍ରଧାନମନ୍ତ୍ରୀ ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ଏହି ଯୋଜନା ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଏହି ଯୋଜନା ସଂପର୍କରେ ପ୍ରଥମେ ଭଲଭାବେ ବୁଝି କାର୍ଯ୍ୟକାରିତା ନେଇ ଉନ୍ନୟନ କମିଶନର ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ ।

ହିତାଧିକାରୀମାନେ ଯେପରି ସଠିକ୍ ସୂଚନା ପାଇବେ ଏବଂ ଆବେଦନ କରିପାରିବେ, ସେଥିପାଇଁ ସମସ୍ତ ଆବଶ୍ୟକ ବ୍ୟବସ୍ଥା ସଂପର୍କରେ ସୂଚନା ପ୍ରଦାନ ଉପରେ ଉନ୍ନୟନ କମିଶନର ଗୁରୁତ୍ୱ ଦେଇଛନ୍ତି । ହିତାଧିକାରୀମାନଙ୍କର ଏକ ଡାଟାବେସ ପ୍ରସ୍ତୁତ କରାଯାଉଛି । ଯେପରି ଏହି ଯୋଜନା ଅଧିନରେ ଆସୁଥିବା କୌଣସି ହିତାଧିକାରୀ ସୁବିଧାରୁ ବାଦ ନପଡିବେ, ସେଥିପ୍ରତି ଦୃ​‌ଷ୍ଟି ଦେବାକୁ କୁହାଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶର୍ମା ଯୋଜନାର କାର୍ଯ୍ୟ କରିବା ସଂପର୍କରେ ବୁଝାଇଲେ । ଯୋଜନା ଅନୁସାରେ ପ୍ରତ୍ୟେକ ହିତାଧିକାରୀ ୫୦,୦୦୦ ଟଙ୍କାର ସହାୟତା ରାଶି ପ୍ରତି ବର୍ଷରେ ୧୦ ହଜାର କରି ୫ ବର୍ଷରେ ପାଇବେ । ପ୍ରତି ବର୍ଷ ୨ଟି କିସ୍ତିରେ ୫ ହଜାର ଟଙ୍କା ଲେଖାଏଁ ୧୦ ହଜାର ଟଙ୍କା ହିତାଧିକାରୀମାନଙ୍କ ଆକାଉଣ୍ଟକୁ ସିଧାସଳଖ ପ୍ରେରଣ କରାଯିବ । ହିତାଧିକାରୀମାନଙ୍କ ବୟସ ୨୧ ବର୍ଷ ବା ତଦୁର୍ଦ୍ଧ୍ଵ ଏବଂ ୬୦ ବର୍ଷରୁ କମ ହେଉଥିବ । ଆଧାର କାର୍ଡରେ ଉଲ୍ଲିଖିତ ବୟସ ଓ ଜନ୍ମତାରିଖ ବିଚାରକୁ ନିଆଯିବ । ଯୋଜନା ସଂପର୍କରେ ଏବଂ କେଉଁମାନେ ଏହି ଯୋଜନା ଅଧିନରେ ସହାୟତା ପାଇବାକୁ ଯୋଗ୍ୟ ଓ କେଉଁମାନେ ବାଦ ପଡୁଛନ୍ତି ସେ ସଂପର୍କରେ ବିଶଦ୍ ମାର୍ଗଦର୍ଶିକା ଖୁବ୍ ଶୀଘ୍ର ଜିଲ୍ଲାପାଳମାନଙ୍କୁ ପଠାଯିବ ।

ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ଦରଖାସ୍ତ ଫର୍ମ ଅଙ୍ଗନବାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ,କମନ ସର୍ଭିସ୍ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ବଣ୍ଟନ କରାଯିବ । କମନ ସର୍ଭିସ୍ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ଫର୍ମ ଦାଖଲ ହେବ ଏବଂ ସେଠାରେ ଏହାର ଡିଜିଟାଇଜେସନ ହେବ ଓ ଆବେଦନକାରୀମାନଙ୍କୁ ଫର୍ମ ଦାଖଲର ପ୍ରମାଣ ସ୍ୱୀକୃତିର ପ୍ରିଣ୍ଟ ମିଳିବ । ଆବେଦନକାରୀଙ୍କୁ କୌଣସି ସ୍ତରରେ ଏଥି ପାଇଁ କୌଣସି ଦେୟ ଦେବାକୁ ପଡିବ ନାହିଁ । ହିତାଧିକାରୀମାନେ ସମସ୍ତେ ଯେପରି ସୁବିଧାରେ ଆବେଦନ କରିପାରିବେ, ସେଥିପାଇଁ ଯଥେଷ୍ଟ ସଂଖ୍ୟକ ଫର୍ମ ସୁବିଧା କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ହିତାଧିକାରୀଙ୍କ ଆଧାରକାର୍ଡ ସହ ସେମାନଙ୍କ ବ୍ୟାଙ୍କ ଖାତା ସଂଯୁକ୍ତ ଥିବ । ଆବେଦନ ପାଇଁ ଆଧାର କାର୍ଡ ସହ ହିତାଧିକାରୀଙ୍କ ନିଜ ନାମରେ ବ୍ୟାଙ୍କ ଆକାଉଣ୍ଚ ଥିବା ଆବଶ୍ୟକ । ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ ପ୍ରେସ ବିବୃତ୍ତି ଜରିଆରେ ହିତାଧିକାରୀମାନଙ୍କୁ ସୂଚନା ପ୍ରଦାନ ସଂପର୍କରେ ଜଣାଯିବା ନିମନ୍ତେ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଏଥିସହ ବିଭିନ୍ନ ପ୍ରମୁଖ ସ୍ଥାନରେ ହୋଡିଂ, ବ୍ୟାନର ଆଦି ଲଗାଯିବା, ସାମାଜିକ ଗଣମାଧ୍ୟମ ଓ ସମ୍ବାଦପତ୍ର ତଥା ବୈଦ୍ୟୁତିକ ଗଣମାଧ୍ୟମରେ ପ୍ରଚାର ପ୍ରସାର ନିମନ୍ତେ ବୈଠକରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ଗୁରୁତ୍ୱ ଦେଇଥିଲେ । ଯୋଜନା କାର୍ଯ୍ୟକାରିତା ପାଇଁ ଜିଲ୍ଲାପାଳମାନେ ନିଜେ କାର୍ଯ୍ୟ ତଦାରଖ କରିବା ସହିତ ଅତିରିକ୍ତ ଜିଲ୍ଲାପାଳ ବା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦଙ୍କୁ ବରିଷ୍ଠ ଅଧିକାରୀ ଭାବେ ମନୋନୀତ କରିବେ । ମହାନଗର ନିଗମ ସ୍ତରରେ କମିଶନରମାନେ ଏହି ଯୋଜନାର କାର୍ଯ୍ୟାନ୍ୱୟନ ଦେଇ ଆବଶ୍ୟକ ବ୍ୟବସ୍ଥା କରିବେ । ସ୍ଥାନୀୟ ବିଧାୟକ, ସାଂସଦ ଏବଂ ସରପଞ୍ଚ ଆଦି ଜନ ପ୍ରତିନିଧିଙ୍କ ସହାୟତାରେ ଯୋଜନାର କାର୍ଯ୍ୟାନ୍ୱୟନ ସଂପର୍କିତ ବୈଠକ ହେବ । ପ୍ରତି ସିଡିପିଓ କାର୍ଯ୍ୟାଳୟରେ ସହାୟତା କେନ୍ଦ୍ର (ହେଲପ୍ ଡେକ୍ସ) ସ୍ଥାପନ ହେବ , ଫଳରେ ହିତାଧିକାରୀମାନେ ସେମାନଙ୍କର ଆବଶ୍ୟକ ସୂଚନା ସଂପର୍କରେ ପଚାରି ବୁଝି ପାରିବେ । ସୁଭଦ୍ରା ଯୋଜନା ସଂପର୍କରେ ଅଧିକ ଜାଣିବା ପାଇଁ ଇଲେକଟ୍ରୋନିକ୍ସ ଓ ଆଇଟି ବିଭାଗ ତରଫରୁ ଓକାକ୍ ସହାୟତାରେ ଏକ ନିଃଶୁଳ୍କ “କଲ ସେଣ୍ଟର” ସେବା କାର୍ଯ୍ୟ କରିବ ବୋଲି ବିଭାଗୀୟ ପ୍ରମୁଖ ଶାସନ ସଚିବ ପ୍ରକାଶ କରିଛନ୍ତି । ଯେଉଁ ଯେଉଁ ସ୍ଥାନରେ ଯୋଜନା କାର୍ଯ୍ୟକାରିତା ବେଳେ ହିତାଧିକାରୀମାନଙ୍କର ଅସୁବିଧା ଦୃଷ୍ଟିକୁ ଆସିବ, ଆବଶ୍ୟକ ସୂଚନା ପ୍ରଦାନ କରିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version