0୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଗୁରୁଦିବସ ମହାସମାରୋହରେ ପାଳନ ହୋଇ ଯାଇଛି । ବିଦ୍ଯାଳୟର ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଇଂରାଜୀ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର ଓ ପଣ୍ଡିତ ଭଗବାନ ଆଚାର୍ଯ୍ୟ ଯୋଗଦେଇ ଉପସ୍ଥିତ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଛାତ୍ରଛାତ୍ରୀ ମାନଙ୍କୁ ଗୁରୁପୂଜାର ତାପ୍ତର୍ଯ୍ଯ ବିଷୟରେ

ବର୍ଣ୍ଣନା କରିବା ସହିତ ଶିଷ୍ଯମାନଙ୍କ ସଫଳତା ଗୁରୁ ମାନଙ୍କ ପରିଚୟ ବୋଲି କହିଥିଲେ । ସ୍ବାମୀ ବିବେକାନନ୍ଦଙ୍କ ପାଇଁ ଠାକୁର ରାମକୃଷ୍ଣ ପରମହଂସ ବିଶ୍ବବିଦିତ । ଏହା ସହିତ ସଂସ୍କୃତ ଶ୍ଳୋକ ମାଧ୍ୟମରେ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଆଶୀର୍ବାଦ କରି ସେମାନଙ୍କର ଉଜ୍ଜ୍ବଳ ଭବିଷ୍ଯତ କାମନା କରିଥିଲେ ।

ସର୍ବପ୍ରଥମେ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣଙ୍କ ପ୍ରତିଛବିରେ ଧୂପ ପୁଷ୍ପ ଅର୍ପଣ କରାଯାଇ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ସମସ୍ତ ଛାତ୍ରଛାତ୍ରୀ ମାନେ ଗୋଟିଏ ଗୋଟିଏ ଥାଳିରେ ଧୂପ ଦୀପ ଅକ୍ଷତ ପୁଷ୍ପ ଧରି ଗୁରୁଜୀ ଗୁରୁମା ମାନଙ୍କୁ ଗୁରୁବନ୍ଦନା ସଂଗୀତର ତାଳେ ତାଳେ ବନ୍ଦାପନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ଯାଳୟର ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ ।