No Result
View All Result
ଆଦିବାସୀ ଭାଇ ଭଉଣୀଙ୍କ ହକ ପାଇଁ ବିଜେଡିର ଲଢ଼େଇ ଜାରି ରହିବ
୦୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ପୋଲାଭରମ ଟିମ ଆଜି ସକାଳେ ନବୀନ ନିବାସରେ ଭେଟି ତାଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି । ଏ ଅବସରରେ ସେମାନେ ବିରୋଧି ଦଳ ନେତାଙ୍କୁ ପ୍ରକଳ୍ପ ଅଞ୍ଚଳର ବାସ୍ତବ ସ୍ଥିତି ସଂପର୍କରେ ଅବଗତ କରାଇଥିଲେ । ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରିର ମୋଟୁ ପଞ୍ଚାୟତ ସମେତ କାଲିମେଳା ଓ ପଡ଼ିଆ ବ୍ଲକର ୨୩୬ଟି ଗାଁର ଲୋକମାନେ କ୍ଷତିଗ୍ରସ୍ତ ହେବେ । ସେମାନଙ୍କର ଭିଟାମାଟି ଓ ଜୀବୀକା ଉଜୁଡି ଯିବ । ମାଲକାନଗିରି ଜିଲ୍ଲାରେ ସାଧାରଣତଃ ଅଧିକ ବର୍ଷା ହୋଇଥାଏ । ତେଣୁ ଏ ପ୍ରକଳ୍ପ, ପରିସ୍ଥିତିକୁ ଆହୁରି ଜଟିଳ କରିବ ବୋଲି ପ୍ରତିନିଧି ଦଳ ମତବ୍ୟକ୍ତ କରିଥିଲେ ।
ଏହି ପରିପ୍ରେକ୍ଷୀରେ ପ୍ରକଳ୍ପକୁ ସବ ସ୍ତରରେ ପାର୍ଲିଆମେଣ୍ଟ ଠାରୁ ଆରମ୍ଭ କରି ବିଧାନ ସଭା ତଥା ପଞ୍ଚାୟତ ସ୍ତରରେ ଦୃଢ଼ ବିରୋଧ କରିବା ପାଇଁ ବିରୋଧି ଦଳ ନେତା ପରମର୍ଶ ଦେଇଥିଲେ । ସେ କହିଥିଲେ ଆଦିବାସୀ ଭାଇଭଉଣୀମାନଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ବିଜୁ ଜନତା ଦଳ ସବୁ ବେଳେ ପ୍ରାଥମିକତା ଦେଇଆସିଛି । ଆଦିବାସୀ ଭାଇଭଉଣୀମାନଙ୍କ ହକ ପାଇଁ ବିଜୁ ଜନତା ଦଳ ତାର ଲଢ଼େଇ ଜାରି ରଖିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ।ଏହି ପ୍ରତିନିଧି ଦଳର ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କ ସମେତ ସାଂସଦ ଶ୍ରୀ ମୁନ୍ନା ଖାଁ, ବିଧାୟକ ଶ୍ରୀ ମନୋହର ରାନ୍ଧାରୀ, ପୂର୍ବତନ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ଶ୍ରୀ ଝିନ ହିକକା, ଶ୍ରୀ ଭ୍ରୁଗୁ ବକ୍ସିପାତ୍ର, ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଓ ବିଜେଡିର ମିଡିଆ ସଂଯୋଜକ ଶ୍ରୀ ପ୍ରିୟବ୍ରତ ମାଝୀ ପ୍ରମୁଖ ଆସି ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ।
No Result
View All Result