• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ସମୀକ୍ଷା ବୈଠକ ପ୍ରାଣୀସଂପଦ ବିକାଶ ନେଇ ବିସ୍ତୃତ ଆଲୋଚନା ପ୍ରାଣୀସଂପଦ ବିକାଶ କ୍ଷେତ୍ରରେ ଓଡ଼ିଶାର ପ୍ରୟାସ ପ୍ରଶଂସିତ

Proprietor Abhimanyu Maharana by Proprietor Abhimanyu Maharana
September 13, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ସମୀକ୍ଷା ବୈଠକ ପ୍ରାଣୀସଂପଦ ବିକାଶ ନେଇ ବିସ୍ତୃତ ଆଲୋଚନା ପ୍ରାଣୀସଂପଦ ବିକାଶ କ୍ଷେତ୍ରରେ ଓଡ଼ିଶାର ପ୍ରୟାସ ପ୍ରଶଂସିତ
Share on FacebookShare on TwitterWhatsapp

୧୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :->  ଦେଶର ବିଭିନ୍ନ ରାଜ୍ୟରେ ପ୍ରାଣୀସଂପଦ ବିକାଶ କ୍ଷେତ୍ରରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାଗୁଡ଼ିକର ସଫଳ ଓ ସଶକ୍ତ ରୂପାୟନ ନେଇ ଏକ ସମୀକ୍ଷା ବୈଠକରେ ବିସ୍ତୃତ ଆଲୋଚନା ହୋଇଛି । ଆଜି ଭୁବନେଶ୍ୱରରେ ଭାରତ ସରକାରଙ୍କ ପଶୁପାଳନ ଓ ଡାୟେରୀ ବିଭାଗ ଓ ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ମିଳିତ ଆନୁକୂଲ୍ୟରେ ଆୟୋଜିତ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରଙ୍କ ସମେତ ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ, ମେଘାଳୟ ଓ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ବିଭାଗୀୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ । ଭାରତ ସରକାରଙ୍କ ପଶୁପାଳନ ଓ ଡାୟେରୀ ବିଭାଗ ସଚିବ ଶ୍ରୀମତୀ ଅଳକା ଉପାଧ୍ୟାୟ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିବାବେଳେ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ସମବେତ କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରିଥିଲେ ।

କେନ୍ଦ୍ର ପଶୁପାଳନ ଓ ଡାୟେରୀ ବିଭାଗ ଅତିରିକ୍ତ ସଚିବ ଶ୍ରୀମତୀ ବର୍ଷା ଯୋଶୀ ସମୀକ୍ଷା ବୈଠକରେ ଆଲୋଚନା ଆରମ୍ଭ କରି ସଂଶୋଧିତ ଆର୍ଥିକ ନିୟମାବଳୀ, ରାଜ୍ୟଗୁଡ଼ିକର ଆବଶ୍ୟକତାକୁ ଦୃଷ୍ଟିରେ ରଖି ପାଣ୍ଠିର ଉପଯୋଗ, ଏକବିଂଶତମ ଜାତୀୟ ପ୍ରାଣୀଧନ ଗଣନା କାର୍ଯ୍ୟକ୍ରମ ଏବଂ ଜାତୀୟ ପ୍ରାଣୀସଂପଦ ମିଶନର କାର୍ଯ୍ୟକ୍ରମ ଉପରେ ସୂଚନା ଦେଇଥିଲେ । ବୈଠକରେ ଅଧ୍ୟକ୍ଷତା କରି ସଚିବ ଶ୍ରୀମତୀ ଉପାଧ୍ୟାୟ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ଓ ଯୋଜନାର ସାଂପ୍ରତିକ ସ୍ଥିତି ନେଇ ମୂଲ୍ୟାୟନ କରିଥିଲେ । ସେ କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଯଥା-ରାଷ୍ଟ୍ରୀୟ ଗୋକୁଳ ମିଶନ, ପଶୁଧନ ସ୍ୱାସ୍ଥ୍ୟ, ଜାତୀୟ ପ୍ରାଣୀସଂପଦ ମିଶନ, ଦୁU ଉତ୍ପାଦନ ଅଭିବୃଦ୍ଧି ଯୋଜନା,

ପଶୁପାଳନ ଭିତ୍ତିଭୂମି ବିକାଶ ପାଣ୍ଠିର ଉପଯୋଗ, ପ୍ରଧାନମନ୍ତ୍ରୀ ଗତିଶକ୍ତି କାର୍ଯ୍ୟକ୍ରମର ଅଗ୍ରଗତି, ପଶୁଧନ ଗଣନା ଏବଂ ସମନ୍ୱିତ ନମୁନା ସର୍ବେକ୍ଷଣ ଉପରେ ଆଲୋଚନା କରିଥିଲେ । ଉଭୟ ସଚିବ ଓ ଅତିରିକ୍ତ ସଚିବ ଓଡ଼ିଶାରେ ପ୍ରାଣୀସଂପଦ କ୍ଷେତ୍ରରେ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ । ଗର୍ଭଧାରଣ କ୍ଷେତ୍ରରେ ଜାତୀୟ ହାର ୧୮ ପ୍ରତିଶତ ଥିବାବେଳେ ଓଡ଼ିଶାରେ ସେକ୍ସ ସର୍ଟେଡ୍‌ ସିମେନ୍‌ ଜରିଆରେ କୃତି୍ରମ ପ୍ରଜନନ ବିକାଶ କାର୍ଯ୍ୟକ୍ରମରେ ଏହା ପ୍ରାୟ ୩୩ ପ୍ରତିଶତରେ ପହଞ୍ଚିଥିବାରୁ ସମୀକ୍ଷା ବୈଠକରେ ରାଜ୍ୟର ପ୍ରୟାସକୁ ଉତ୍ସାହଜନକ ବୋଲି କୁହାଯାଇଥିଲା ।

ଜାତୀୟ ପ୍ରାଣୀରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ ନିମନ୍ତେ ଟିକାକରଣ, କୃତି୍ରମ ପ୍ରଜନନ, ଜାତୀୟ ପ୍ରାଣୀସଂପଦ ମିଶନ ଅଧିନରେ ଛେଳି ଫାର୍ମ, ଡାୟେରୀ ଫାର୍ମ ଓ ଫୋଡର ୟୁନିଟ୍‌ ଏବଂ ତାଲିମ କାର୍ଯ୍ୟକ୍ରମ ପରି ଯୋଜନାଗୁଡ଼ିକ ନେଇ ବିସ୍ତୃତ ଆଲୋଚନା ହେବା ସହ ରୂପାୟନରେ ରହିଥିବା ଆହ୍ୱାନଗୁଡ଼ିକ ବାବଦରେ ଆଲୋଚନା ହୋଇଥିଲା । ଅନ୍ୟ ଆଲୋଚିତ ପ୍ରସଙ୍ଗଗୁଡ଼ିକରେ ବିଭିନ୍ନ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡ଼ିକର ସାଂପ୍ରତିକ ସ୍ଥିତି ଓ ଆର୍ଥିକ ଦିଗ, ବିଭିନ୍ନ ରାଜ୍ୟରେ ପ୍ରାଣୀଧନ କଲ୍ୟାଣ ବୋର୍ଡ ଗଠନ ଇତ୍ୟାଦି ଅନ୍ତର୍ଭୁକ୍ତ ଥିଲା । ବିଭିନ୍ନ ରାଜ୍ୟର ସଫଳ କାହାଣୀ ପାୱାର ପଏଣ୍ଟ ଓ ଭିଡ଼ିଓ ମାଧ୍ୟମରେ ଉପସ୍ଥାପିତ ହୋଇଥିବାବେଳେ ଭାରତ ସରକାରଙ୍କ ପଶୁଧନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ. ବାଦଲ ବିଶ୍ୱକର୍ମା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

July 6, 2026
ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ଜଣ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର

ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ଜଣ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର

July 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version