• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
September 14, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରଖି ଗସ୍ତ କାର୍ଯ୍ୟକ୍ରମ

ସୁଚାରୁରୂପେ ସଂପାଦନ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

୧୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ଭୁବନେଶ୍ୱର :-> ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱର ଆସି ରାଜ୍ୟ ସରକାରଙ୍କର ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ଶୁଭାରମ୍ଭ ସହ ଅନ୍ୟ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ମାନ୍ୟବର ପ୍ରଧାନମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୧.୩୫ ମିନିଟ୍‌ ସମୟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ପୂର୍ବାହ୍ନ ୧୧ ଟା ୫୫ ମିନଟ୍ ରେ ଜନତା ମଇଦାନ ଠାରେ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ ଅପରାହ୍ନ ୩ ଟା ସମୟରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ଅନୁଷ୍ଠିତ କରାଯିବା ନେଇ ପ୍ରଶାସନିକ ସ୍ତରରେ ଆନୁଷଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଆଜି ସକାଳେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ,ଗୃହ ବିଭାଗ ଶ୍ରୀ ସତ୍ୟବ୍ରତ ସାହୁ, ପୁଲିସ୍‌ ମହା ନିର୍ଦ୍ଦେଶକ ଶ୍ରୀ ଓ୍ୱାଇ. ବି. ଖୁରାନିଆଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ ଏବଂ ବରିଷ୍ଠ ପଦାଧିକାରୀ, ଭୁବନେଶ୍ୱର ମହାନଗର ନିଗମ କମିଶନର, ଖୋର୍ଦ୍ଧା ଜିଲ୍ଲାପାଳ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ପରିପ୍ରେକ୍ଷୀରେ ବିଭାଗ ତରଫରୁ ଆନୁଷଙ୍ଗିକ ପ୍ରସ୍ତୁତି ଜାରି ରହିଥିବା ସଂପର୍କରେ ସୂଚନା ଦେଇଥିଲେ । ରାଜ୍ୟ ଗୃହ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଡଃ. ସନ୍ତୋଷ ବାଲା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ସଂପର୍କରେ ବିଶଦ୍ ସୂଚନା ଉପସ୍ଥାପନ କରିଥିଲେ ।

ଏହି ଦିନ ଜନତା ମଇଦାନରେ “ସୁଭଦ୍ରା” ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ , ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବିଶିଷ୍ଟ ଅତିଥିମାନେ ଯୋଗଦେଉଥିବାରୁ ହିତାଧିକାରୀଙ୍କ ସମେତ ବହୁ ଜନ ସମାଗମକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି ଜାରି ରହିଛି । ଏ ସଂପର୍କରେ ମୁଖ୍ୟ ଶାସନ ସଚିବ ପ୍ରସ୍ତୁତି ସମୀକ୍ଷା କରି ବିଭିନ୍ନ ବିଭାଗର ଯେଉଁ ଯେଉଁ କାମ ରହିଛି, ଆନ୍ତଃ ବିଭାଗୀୟ ସମନ୍ୱୟରେ ସେସବୁକୁ ସଠିକ ଭାବେ ନିର୍ବାହ କରିବାକୁ ଗୁରୁତ୍ୱ ଦେଇଛନ୍ତି । ଡିଜିପି ଏବଂ ଆଇଜିପିଙ୍କୁ ଆଇନ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଥିବା ବେଳେ ଜିଲ୍ଲାପାଳ,ଖୋର୍ଦ୍ଧାଙ୍କୁ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସେମାନଙ୍କର ରହିଥିବା ଦାୟିତ୍ୱ ଶତ ପ୍ରତିଶତ ଭଲ ଭାବରେ ତୁଲାଇବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ ଆବଶ୍ୟକସ୍ଥଳେ ତାଙ୍କର ସାମୟିକ ରହଣି, ସୁରକ୍ଷା ବ୍ୟବସ୍ଥା, କାରକେଡ୍ ବ୍ୟବସ୍ଥା ଏବଂ ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ସହ ସ୍ୱତନ୍ତ୍ର ସୁବିଧା ଥିବା ଆମ୍ବୁଲାନ୍ସ୍‌ ବ୍ୟବସ୍ଥା ରହିବ । ସେହିପରି ଶକ୍ତି ବିଭାଗ ଏବଂ ଟିପିସିଓଡିଲକୁ ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ବ୍ୟବସ୍ଥା ସହ ଅତିରିକ୍ତ ଜେନେରେଟର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ ରାସ୍ତା ମରାମତି, ପରିମଳ ଓ ପରିସ୍କାର ପରିଚ୍ଛନ୍ନତା, ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା, ସଭା ମଞ୍ଚ ପ୍ରସ୍ତୁତି ଏବଂ ବେରିକେଡିଂ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା । କାର୍ଯ୍ୟକ୍ରମର ସିଧା ପ୍ରସାରଣ ସୁବିଧା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ବୈଦ୍ୟୁତିକ ଓ ମୁଦ୍ରଣ ଗଣମାଧ୍ୟମଙ୍କୁ ସିଙ୍ଗିଲ ଫିଡ୍‌ ବ୍ୟବସ୍ଥା ସହ ପ୍ରେସ୍ କୁ ବିବରଣୀ ପ୍ରଦାନ କରାଯିବ । ଆବଶ୍ୟକ ପାସ ବ୍ୟବସ୍ଥା କରାଯିବା ସହ ଜନଗହଳିକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମ ସ୍ଥଳରେ ପୁଲିସ୍ କର୍ମଚାରୀଙ୍କ ସମେତ ଅଧିକ ସେଚ୍ଛାସେବୀ ମୁତୟନ ହେବେ ।

ଅଗ୍ନିଶମ ସେବା ବିଭାଗ ତରଫରୁ ଅଗ୍ନି ନିର୍ବାପକ ପ୍ରସ୍ତୁତି ବ୍ୟବସ୍ଥା ସହ ବିଜୁଳି ଆଘାତରୁ ପ୍ରତିକାରାତ୍ମକ ପଦକ୍ଷେପ ସ୍ୱରୂପ ବଜ୍ରପାତ ପ୍ରତିରୋଧକାରୀ ଲାଇଟେନିଂ ଆରେଷ୍ଟର ବ୍ୟବସ୍ଥା ରହିବ । ଜନ ଗହଳିକୁ ଦୃଷ୍ଟିରୁ ରଖି ଜନସାଧାରଣ ଯେପରି କାର୍ଯ୍ୟକ୍ରମକୁ ଦେଖିପାରିବେ, ସେଥିପାଇଁ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଏଲଇଡି ବ୍ୟବସ୍ଥା କରାଯିବାକୁ ପରାମର୍ଶ ଦିଆଯାଇଛି । ବିଭିନ୍ନ ପ୍ରଶାସନିକ ଅଧିକାରୀମାନଙ୍କୁ ଭିନ୍ନ ଭିନ୍ନ କାର୍ଯ୍ୟରେ ଦାୟିତ୍ୱରେ ରହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା ପାଇଁ ମୁତୟନ କରାଯିବ । ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସଂପର୍କିତ ଅଧିକ ସୂଚନା ପାଇଁ ରାଜ୍ୟ ଗୃହ ବିଭାଗ ( ପ୍ରୋଟୋକଲ ) ତରଫରୁ ଏକ ନିୟନ୍ତ୍ରଣ କକ୍ଷ କାଯ୍ୟକ୍ଷମ ହେବ । କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ବିଭିନ୍ନ ସ୍ଥାନରେ ପାର୍କିଂ ବ୍ୟବସ୍ଥା, ହିତାଧିକାରୀ ଏବଂ ଜନସାଧାରଣ ବସିବା ପାଇଁ ଯଥେଷ୍ଟ ସଂଖ୍ୟକ ଚୌକି ବ୍ୟବସ୍ଥା, ମହିଳା ସମାବେଶ ଦୃଷ୍ଟିରୁ କାର୍ଯ୍ୟକ୍ରମ ସ୍ଥଳ ଏବଂ ରାସ୍ତାର ବିଭିନ୍ନ ସ୍ଥାନରେ ଅଧିକ ମୋବାଇଲ ଶୌଚାଳୟ ଏବଂ ବାୟୋ ଟଏଲେଟ୍ ବ୍ୟବସ୍ଥା କରାଯିବା ନେଇ ବୈଠକରେ ଆଲୋଚନା ପୂର୍ବକ ନିର୍ଦ୍ଦେଶ ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

July 6, 2026
ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ଜଣ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର

ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ଜଣ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର

July 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version