• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଲାଙ୍ଗିରରେ ପ୍ରଗତିର ନୂତନ ସୂର୍ଯ୍ୟୋଦୟ ଓ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ ନୂଆ ସରକାରଙ୍କ ପ୍ରତି ନିଷ୍ପତ୍ତିରେ ରହିଛି ଓଡ଼ିଆ ଅସ୍ମିତା, ସ୍ୱାଭିମାନ ଏବଂ ନବଜାଗରଣର ସୁବର୍ଣ୍ଣ ସ୍ପର୍ଶ : ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ

Proprietor Abhimanyu Maharana by Proprietor Abhimanyu Maharana
September 22, 2024
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ବଲାଙ୍ଗିରରେ ପ୍ରଗତିର ନୂତନ ସୂର୍ଯ୍ୟୋଦୟ ଓ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ ନୂଆ ସରକାରଙ୍କ ପ୍ରତି ନିଷ୍ପତ୍ତିରେ ରହିଛି ଓଡ଼ିଆ ଅସ୍ମିତା, ସ୍ୱାଭିମାନ ଏବଂ ନବଜାଗରଣର ସୁବର୍ଣ୍ଣ ସ୍ପର୍ଶ : ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ
Share on FacebookShare on TwitterWhatsapp

୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବଲାଙ୍ଗିର  :->  ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂତନ ଓ ଲୋକଙ୍କ ସରକାର୧୦୦ ଦିନ ପୂରଣ କରିଛି । ଏହି ୧୦୦ ଦିନ ମଧ୍ୟରେ ରାଜ୍ୟ ସରକାର ଓଡିଶାବାସୀଙ୍କ ସର୍ବାଙ୍ଗୀନ ଉନ୍ନତିପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଆପଣମାନେ ମର୍ମେ ମର୍ମେ ଅନୁଭବ କରୁଥିବେ ପ୍ରତି ନିଷ୍ପତ୍ତିରେ ରହିଛି ଓଡ଼ିଆ ଅସ୍ମିତା, ସ୍ୱାଭିମାନ ଏବଂ ନବଜାଗରଣର ସୁବର୍ଣ୍ଣ ସ୍ପର୍ଶ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଓ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ପ୍ରକାଶ କରିଛନ୍ତି ।

ବଲାଙ୍ଗିରର ପଥରଚେପା ପଡିଆରେ ଅନୁଷ୍ଠିତ ପ୍ରଗତିର ନୂତନ ସୂର୍ଯ୍ୟୋଦୟ ଓ ଜିଲ୍ଲାସ୍ତରୀୟ ବିକାଶ ମେଳାରେ ମନ୍ତ୍ରୀ ଡ଼ଃ ମହାଲିଙ୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ମେଳାକୁ ଉଦଘାଟିତ କରିବା ସହ ପ୍ରତିଶୃତି ଅନୁଯାଇ ନୂଆ ସରକାର ଶ୍ରୀମନ୍ଦିରର ୪ ଦ୍ଵାର ଖୋଲିବା ସହ ରତ୍ନଭଣ୍ଡାର ଖୋଲିଛନ୍ତି । ସୁଭଦ୍ରା ଯୋଜନା ଆରମ୍ଭ କରି ମହିଳାଙ୍କୁ ସ୍ୱାବଲମ୍ବୀ ହେବାର ରାସ୍ତା ଦେଖାଇଛନ୍ତି । ବଲାଙ୍ଗିର ଜିଲ୍ଲାରେ ଏଥିପାଇଁ ତିନି ଲକ୍ଷରୁ ଉର୍ଦ୍ଧ ମହିଳା ପଞ୍ଜୀକୃତ କରିଛନ୍ତି ବୋଲି ସେ ଉଲ୍ଲେଖ କରିଛନ୍ତି ।

ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡିଶାରେ ଲାଗୁ ହେବ । ଯାହାଫଳରେ ରାଜ୍ୟର ପ୍ରାୟ ଏକ କୋଟି ପରିବାର ଦେଶର ୨୭ ହଜାରରୁ ଉର୍ଦ୍ଧ ହସ୍ପିଟାଲରେ ନିଃଶୁକ୍ଳ ଚିକିତ୍ସାସେବା ପାଇବେ । ରାଜ୍ୟରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ଅଭାବ ଦୂର କରି ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ରାଜ୍ୟ ସରକାର ୩ ହଜାର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ସମସ୍ତ ଜ଼ିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ସହ ନର୍ସିଂ ଶିକ୍ଷାର ସୁଦୃଢ଼ୀକରଣ ପାଇଁ ବଲାଙ୍ଗୀର ସମେତ ୭ଟି ନୂତନ ନର୍ସିଂ କଲେଜ ପ୍ରତିଷ୍ଠା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ।

ଚାଷ ଏବଂ ଚାଷୀଙ୍କର ଉନ୍ନତି ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟକୁ ୩୧ଶହ ଟଙ୍କାକୁ ବର୍ଦ୍ଧିତ କରାଯାଇଛି । ଧାନ ବିକ୍ରିର ୪୮ ଘଣ୍ଟା ମଧ୍ୟରେ ଟଙ୍କା ସିଧା ଚାଷୀଙ୍କ ଖାତାକୁ ଯିବ । ଆଳୁ ମିଶନକୁ ଗତିଶିଳ କରି ପ୍ରତି ଉପଖଣ୍ଡରେ ଶୀତଳ ଭଣ୍ଡାର ଖୋଲାଯିବ । ପିଏମ କିଷାନ ସହ ଏବେ ସିଏମ କିଷାନରେ ଚାଷିଙ୍କୁ ସହାୟତା ଦିଆଯାଉଛି । ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ସ୍ତରରେ ମଧ୍ୟ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନାରେ ୫ ହଜାର ଟଙ୍କାର ଆର୍ଥିକ ପ୍ରୋତ୍ସାହନ ଦିଆଯିବ ବୋଲି ମନ୍ତ୍ରୀ ଡ଼ଃ ମହାଲିଙ୍ଗ କହିଛନ୍ତି । ରାଜ୍ୟରେ ତୃଣମୂଳସ୍ତରରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବାପାଇଁ ସରକାର ପ୍ରଥମ ପର୍ଯ୍ୟାୟରେ ୧୮ ହଜାର ତାମଧ୍ୟରୁ ବଲାଙ୍ଗୀର ଜ଼ିଲ୍ଲାରେ ୧ହଜାର ରୁ ଅଧିକ ଶିକ୍ଷକଙ୍କୁ ନିଯୁକ୍ତି ଦେବାପାଇଁ ନିଷ୍ପତ୍ତି ନେଇଛନ୍ତି ବୋଲି ସେ ଉଲ୍ଲେଖ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ, ଟିଟିଲାଗଡ ବିଧାୟକ ଶ୍ରୀ ନବୀନ କୁମାର ଜୈନ, କଣ୍ଟାବାଞ୍ଜି ବିଧାୟକ ଶ୍ରୀ ଲକ୍ଷ୍ମଣ ବାଗ ଯୋଗଦେଇ ସରକାରଙ୍କ ୧୦୦ ଦିନର ସଫଳତା ଉପରେ ଆଲୋକପାତ କରିଥିଲେ ।ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ନିଜ ବକ୍ତବ୍ୟ ରଖିଥିଲେ । ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜୀ ଈଶାଲୱାର ସଭାରେ ସଭାପତିତ୍ୱ କରି ସ୍ୱାଗତ ଭାଷଣରେ ନୂଆ ସରକାର ସମୟରେ ଜିଲ୍ଲାରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ସୁଭଦ୍ରା ଯୋଜନା, ସ୍ୱୟଂ ସହାୟକ ଗୋଷ୍ଠୀ ବ୍ୟାଙ୍କ ଲିଙ୍କେଜ, ଲକ୍ଷପତି ଦିଦି, ସ୍ଵଚ୍ଛ ଭାରତ ମିଶନ ଯୋଜନାର ହିତାଧିକାରୀମାନଙ୍କୁ ଅତିଥିମାନେ ଅର୍ଥରାଶି ଓ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ ମହାପାତ୍ର ଧନ୍ୟବାଦ ଦେଇଥିଲେ । ଆରକ୍ଷୀ ଅଧିକ୍ଷକ ଋଷିକେଶ ଖିଲାରୀ ଦ୍ୟାନଦେଓ, ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ଵ) ଶ୍ରୀଯୁକ୍ତ ପବିତ୍ର ବେହେରାଙ୍କ ସମେତ ସ୍ଥାନୀୟ ରାଜନେତା, ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ଅଧିକାରୀ, ବୁଦ୍ଧିଜୀବୀ, ଗଣାମାଧ୍ୟମପ୍ରତିନିଧି ଓ ହଜାର ହଜାର ସଂଖ୍ୟାରେ ଲୋକମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ମେଳା ଶେଷରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଜିଲ୍ଲା ପ୍ରଶାସନ ତରଫରୁ ବିକାଶ ମେଳାରେ ୨୫ଟି ଷ୍ଟଲରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବିକାଶ ଓ ସଫଳତା ପ୍ରଦର୍ଶିତ ହୋଇ ଲୋକମାନଙ୍କ ଦ୍ୱାରା ବିଶେଷ ଭାବରେ ଆଦୃତ ହୋଇପାରିଛି ଏହି କାର୍ଯ୍ୟକ୍ରମ ପୂର୍ବରୁ ମନ୍ତ୍ରୀ ଡ଼ଃ ମହାଲିଙ୍ଗ ବଲାଙ୍ଗୀର କନ୍ଧପାଲି ପଡ଼ା ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଠାରେ ପ୍ରାପ୍ତ ବୟସ୍କ ବ୍ୟକ୍ତିଙ୍କ ନିମନ୍ତେ ଯକ୍ଷ୍ମା ପ୍ରତିଷେଧକ ଟୀକାକରଣର ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଦେଶକୁ ଯକ୍ଷ୍ମା ମୁକ୍ତ କରିବା ପାଇଁ ପ୍ରତିଷେଧକ ଟୀକା ନେବାକୁ ସେ ସମସ୍ତଙ୍କୁ ଆହ୍ବାନ କରିଥିଲେ। ସାରା ରାଜ୍ୟ ରେ ଏଥିପାଇଁ ୧୫ ଟି ଜିଲ୍ଲା କୁ ବଛା ଯାଇଛି । ୨୦୨୫ ସୁଦ୍ଧା ଭାରତ କୁ ଯକ୍ଷ୍ମା ମୁକ୍ତ କରିବାକୁ ନିଷ୍ପତି ନିଆ ଯାଇଥିବାର ସେ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version