୨୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :->  ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ନିମାପଡା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଆବାସ ଯୋଜନା ପାଇଁ ଆବେଦନ ବ୍ୟତୀତ ୩୩ ଗୋଟି ଅଭିଯୋଗ ମିଳିଥିଲା । ତନ୍ମଧ୍ୟରୁ ୭ ଗୋଟିର ତୁରନ୍ତ ସମାଧାନ କରାଯାଇଥିଲା ।

ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା ବୋଲି ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟ ମାନଙ୍କ ମଧ୍ୟରେ ଏସପି ପିନାକ ମିଶ୍ର, ଉପଜିଲ୍ଲାପାଳ ଗୋପୀନାଥ କୁଅଁର,ସ୍ଥାନୀୟ ବିଡ଼ିଓ ଭୁବନାନନ୍ଦ ପଟ୍ଟନାୟକ, ତହସିଲଦାର, ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ ।